ETV Bharat / state

ବିକାଶର ମାପଦଣ୍ଡରେ ଓଡିଶାର ପଞ୍ଚାୟତିରାଜ ସଂସ୍ଥା ଦେଶର ପଥ ପ୍ରଦର୍ଶକ: ମୁଖ୍ୟମନ୍ତ୍ରୀ

ଜାତୀୟ ପୁରସ୍କାର ପ୍ରାପ୍ତ ପଞ୍ଚାୟତରାଜ ଅନୁଷ୍ଠାନକୁ ମୁଖ୍ୟମନ୍ତ୍ରୀ ନବୀନଙ୍କ ସମ୍ବର୍ଦ୍ଧନା । ବିକାଶର ମାପଦଣ୍ଡରେ ଓଡ଼ିଶାର ପଞ୍ଚାୟତିରାଜ ସଂସ୍ଥା ଦେଶର ପଥ ପ୍ରଦର୍ଶକ ବୋଲି କହିଲେ ମୁଖ୍ୟମନ୍ତ୍ରୀ । ଅଧିକ ପଢନ୍ତୁ

author img

By

Published : Jun 29, 2023, 8:06 AM IST

ଜାତୀୟ ପୁରସ୍କାର ପ୍ରାପ୍ତ ପଞ୍ଚାୟତରାଜ ଅନୁଷ୍ଠାନକୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା

ଓଡ଼ିଶାର ପଞ୍ଚାୟତିରାଜ ଅନୁଷ୍ଠାନ

ଭୁବନେଶ୍ବର: ଜାତୀୟସ୍ତରରେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି ଓଡ଼ିଶାର ପଞ୍ଚାୟତିରାଜ ଅନୁଷ୍ଠାନ । ଜାତୀୟ ପୁରସ୍କାର ପ୍ରାପ୍ତ ପଞ୍ଚାୟତରାଜ ଅନୁଷ୍ଠାନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଛନ୍ତି । ଏହି ଅନୁଷ୍ଠାନମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ବିପୁଳ ପ୍ରୋତ୍ସାହନ ରାଶି ଘୋଷଣା କରିଛନ୍ତି । ପ୍ରଥମ ହୋଇଥିବା ସଂସ୍ଥାକୁ କେନ୍ଦ୍ର ସରକାରଙ୍କ ପୁରସ୍କାରର ୬ ଗୁଣ ପ୍ରଦାନ କରାଯିବ । ଦ୍ବିତୀୟ ଓ ତୃତୀୟ ହୋଇଥିବା ସଂସ୍ଥାଙ୍କୁ ମିଳିବ ୩ ଗୁଣ ଓ ୨ ଗୁଣ ଆର୍ଥିକ ପୁରସ୍କାର । ଗଞ୍ଜାମ ଜିଲ୍ଲାକୁ ୩୦ କୋଟି ଟଙ୍କା ପୁରସ୍କାର, ହିଞ୍ଜିଳିକୁ ୧୨ କୋଟି ମିଶାଇ ସମୁଦାୟ ୫୨ କୋଟିର ପୁରସ୍କାର ପ୍ରଦାନ କରାଯାଇଛି । ୬୦ଟି ପଞ୍ଚାୟତ ଲର୍ଣ୍ଣିଂ ସେଣ୍ଟର ଓ ୭୦ଟି ଅନୁସୂଚିତ ବ୍ଲକରେ ସାଟେଲାଇଟ ଇଣ୍ଟେରାକ୍ଟିଭ ଟର୍ମିନାଲ ସ୍ଥାପନ କରାଯିବ । ଲୋକସେବା ଭବନର କନଭେସନ ହଲରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଯେଉଁ ପଞ୍ଚାୟତିରାଜ ଅନୁଷ୍ଠାନ ଜାତୀୟ ସ୍ତରରେ ପ୍ରଥମ ସ୍ଥାନ ଅଧିକାର କରିବ ତାକୁ ରାଜ୍ୟ ସରକାର, କେନ୍ଦ୍ର ସରକାର ଦେଉଥିବା ପୁରସ୍କାରର ୬ ଗୁଣ ଅର୍ଥ ରାଶି ପୁରସ୍କାର ଭାବରେ ଦିଆଯିବ । ସେହିପରି ଦ୍ବିତୀୟ ସ୍ଥାନ ଅଧିକାର କରିଥିବା ପଞ୍ଚାୟତିରାଜ ଅନୁଷ୍ଠାନକୁ ୩ ଗୁଣ ଓ ତୃତୀୟ ସ୍ଥାନ ପାଇଥିବା ଅନୁଷ୍ଠାନକୁ ୨ ଗୁଣ ଆର୍ଥିକ ପୁରସ୍କାର ପ୍ରଦାନ କରାଯିବ । ପଞ୍ଚାୟତିରାଜ ଅନୁଷ୍ଠାନମାନଙ୍କ ମଧ୍ୟରେ ବିକାଶ ପାଇଁ ଏକ ସୁସ୍ଥ ପ୍ରତିଯୋଗିତା ହେବା ଆବଶ୍ୟକତା ରହିଛି । ଓଡ଼ିଶାର ପଞ୍ଚାୟତ ସଂସ୍ଥା ପୁରସ୍କାର ପାଇବା ଠାରୁ ଅନ୍ୟ ରାଜ୍ୟର ପଞ୍ଚାୟତିରାଜ ସଂସ୍ଥା ଅଭିଜ୍ଞତା ପାଇଁ ଓଡ଼ିଶାକୁ ବ୍ୟାପକ ଅନୁରୋଧ କରୁଛନ୍ତି ।

ଘୋଷଣା ଅନୁଯାୟୀ ଜାତୀୟ ସ୍ତରରେ ପ୍ରଥମ ହୋଇଥିବା ଗଞ୍ଜାମ ଜିଲ୍ଲା ପରିଷଦକୁ ୩୦ କୋଟି ଟଙ୍କା, ପ୍ରଥମ ସ୍ଥାନ ଅଧିକାର କରିଥିବା ହିଞ୍ଜିଳିକାଟୁ ପଞ୍ଚାୟତ ସମିତିକୁ ୧୨ କୋଟି ଟଙ୍କା ପୁରସ୍କାର ଦିଆଯାଇଛି । ଦ୍ବିତୀୟ ସ୍ଥାନ ହାସଲ କରିଥିବା ହିଞ୍ଜିଳିକାଟୁ ବ୍ଲକର କାଞ୍ଚୁରୁ ପଞ୍ଚାୟତ, ଭଞ୍ଜନଗର ବ୍ଲକର କୁଲଦା ପଞ୍ଚାୟତ, ହିଞ୍ଜିଳିକାଟୁର ଶାସନ ଆମ୍ବଗାଁ ଓ ପାତ୍ରପୁର ବ୍ଲକର ଆଙ୍କୁଲି ପଞ୍ଚାୟତକୁ ୨ କୋଟି ୨୫ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ଦିଆଯାଇଛି । ତୃତୀୟ ସ୍ଥାନ ହାସଲ କରିଥିବା ସୁନ୍ଦରଗଡ ବଣାଇ ବ୍ଲକର ବଣାଇଗଡ ପଞ୍ଚାୟତକୁ ୧ କୋଟି ଟଙ୍କା ପୁରସ୍କାର ଦିଆଯାଇଛି । ସମୁଦାୟ ୭ଟି ପଞ୍ଚାୟତିରାଜ ଅନୁଷ୍ଠାନକୁ ୫୨ କୋଟି ଟଙ୍କାର ପୁରସ୍କାର ଦିଆଯାଇଛି ।

ପୁରସ୍କୃତ ପଞ୍ଚାୟତିରାଜ ଅନୁଷ୍ଠାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ପଞ୍ଚାୟତିରାଜ ସଂସ୍ଥାଙ୍କୁ ଗାଁ’ର ସରକାର ବୋଲି ମୁଖ୍ୟମନ୍ତ୍ରୀ ଅଭିହିତ କରି ସ୍ବାଗତ ଜଣାଇଛନ୍ତି । ସେ କହିଛନ୍ତି ଯେ, ଆମ କାମ ହେଉଛି ଆମର ପରିଚୟ । ଆଜି ବିକାଶର ବିଭିନ୍ନ ମାପଦଣ୍ଡରେ ଓଡିଶାର ପଞ୍ଚାୟତିରାଜ ଅନୁଷ୍ଠାନମାନେ ଆଜି ସାରା ଦେଶର ପଥ ପଦର୍ଶକ ହୋଇଛନ୍ତି । ଲୋକଙ୍କ ଆସ୍ଥା ବଜାୟ ରଖିବାକୁ ମୁଖ୍ୟମନ୍ତ୍ରୀ ପଞ୍ଚାୟତ ସଂସ୍ଥାମାନଙ୍କୁ ପରାମର୍ଶ ଦେଇଛନ୍ତି । ଗତ ୨୩ ବର୍ଷ ଧରି ତାଙ୍କ ସରକାର ଓଡିଶାବାସୀଙ୍କ ସେବା କରିଆସୁଛି । 5T କାର୍ଯ୍ୟକ୍ରମରେ ରୂପାନ୍ତର ଆସିଛି । ମିଶନ ଶକ୍ତି, ସ୍କୁଲ ରୂପାନ୍ତର, ଐତିହ୍ୟ ସ୍ଥାନର ରୂପାନ୍ତର, କ୍ରୀଡା ଓ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ପରି ଯୋଜନା ବିକାଶର ହଲମାର୍କ ହୋଇଛି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟର ପ୍ରତ୍ୟେକ ଜିଲ୍ଲାରେ ୨ଟି ପଞ୍ଚାୟତ ଚିହ୍ନଟ କରାଯାଇ ୬୦ଟି ପଞ୍ଚାୟତ ଲର୍ଣ୍ଣିଂ ସେଣ୍ଟର ସ୍ଥାପନ କରାଯିବ । ଏକ ଜ୍ଞାନ ସମ୍ବଳ କେନ୍ଦ୍ର ଭାବେ ଏହା ପଞ୍ଚାୟତ ଅନୁଷ୍ଠାନ ମାନଙ୍କର ଦକ୍ଷତା ବୃଦ୍ଧିରେ ସାହଯ୍ୟ କରିବ । ପଞ୍ଚାୟତମାନଙ୍କ ମଧ୍ୟରେ ସୁସ୍ଥ ପ୍ରତିଯୋଗିତାର ଲକ୍ଷ୍ୟ ନେଇ ସ୍ଥାନୀୟ ଚମ୍ପିଆନ ତାଲିମ କାର୍ଯ୍ୟକ୍ରମ କରାଯିବ । ରାଜ୍ୟ ଗ୍ରାମ ଉନ୍ନୟନ ଓ ପଞ୍ଚାୟତିରାଜ ପ୍ରତିଷ୍ଠାନ ଦ୍ବାରା ଏହା କରାଯିବ । ଅନୁସୂଚିତ ଅଞ୍ଚଳର ୭୦ଟି ବ୍ଲକରେ ସାଟେଲାଇଟ ଇଣ୍ଟରାକ୍ଟିଭ ଟର୍ମିନାଲ ସ୍ଥାପନ କରାଯିବ । ଦୂର ଶିକ୍ଷା ଯୋଗାଯୋଗ ବ୍ୟବସ୍ଥା କରାଯିବ । ରାଜ୍ୟ ଗ୍ରାମ ଉନ୍ନୟନ ଓ ପଞ୍ଚାୟତିରାଜ ପ୍ରତିଷ୍ଠାନ (SIRD)ରେ ଅତ୍ୟାଧୁନିକ ଭିତ୍ତିଭୂମି ସୃଷ୍ଟି କରାଯିବ । ଏଥିରେ ୩୦୦ ଶଯ୍ୟା ବିଶିଷ୍ଟ ହଷ୍ଟେଲ, ୨୫୦ ଆସନ ବିଶିଷ୍ଟ ସମ୍ମିଳନୀ କକ୍ଷ ଓ ସାଟେଲାଇଟ ଭିତ୍ତିକ ଷ୍ଟୁଡ଼ିଓ ସ୍ଥାପନ କରାଯିବ ।

ମୁଖ୍ୟମନ୍ତ୍ରୀ Odisha Society for Social Audit, Accountability and Transparency ସଂସ୍ଥାର ଏକ ୱେବସାଇଟ ଏବଂ ଆମ ପଞ୍ଚାୟତ ସେବା ପୋର୍ଟାଲର ଶୁଭାରମ୍ଭ କରିଛନ୍ତି । ପଞ୍ଚାୟତମାନଙ୍କ କାମରେ ଅଧିକ ସ୍ବଚ୍ଛତା ଓ ଦକ୍ଷତା ଆଣିବା ପାଇଁ ଏହି ପୋର୍ଟାଲ ସହାୟକ ହେବ । ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଓଡିଶାର ରୂପାନ୍ତର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିକୁ ପ୍ରଶଂସା କରିଛନ୍ତି । ଶ୍ରମ ଓ ଇଏସଆଇ ମନ୍ତ୍ରୀ ସାରଦା ପ୍ରସାଦ ନାୟକ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀଙ୍କ ସଫଳ ନେତୃତ୍ବ ପାଇଁ ଓଡିଶା ଆଜି ବିଶ୍ବ ଦରବାରରେ ସମ୍ମାନର ଅଧିକାରୀ ହୋଇପାରିଛି ।

ତାଲିମ ସହିତ ବିଭିନ୍ନ ତଥ୍ୟ ସଂଗ୍ରହ କରାଯାଇ କେନ୍ଦ୍ର ସରକାରଙ୍କୁ ପ୍ରଦାନ କରିବା ପରେ ସର୍ବ ଭାରତୀୟ ସ୍ତରରେ ଓଡିଶା ପୁରସ୍କୃତ ହୋଇପାରିଛି ବୋଲି ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା କହିଛନ୍ତି । ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା କହିଛନ୍ତି ଯେ, ରାଜ୍ୟ ଯେଉଁ ସୁନାମ ଆଣିଛି, ତାହା ଆଗାମୀ ଦିନରେ ଆହୁରି ବୃଦ୍ଧି ପାଇବ । ସଶକ୍ତ ଓଡିଶା ଗଠନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ ନିଶ୍ଚୟ ପୂରଣ ହେବ ।

ଇଟିିଭି ଭାରତ, ଭୁବନେଶ୍ବର

For All Latest Updates

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.