ETV Bharat / state

ବାହୁଡା ଯାତ୍ରା ଅଘଟଣ; ମୃତକଙ୍କ ଆତ୍ମୀୟଙ୍କ ପାଇଁ ୩ ଲକ୍ଷ ଅନୁକମ୍ପା ସହାୟତା

author img

By

Published : Jun 29, 2023, 8:18 PM IST

ଗତକାଲି ବାହୁଡା ଯାତ୍ରା ସମୟରେ କେଉଁଝର ଜିଲ୍ଲା କେନ୍ଦୁଆ ଗ୍ରାମରେ ୩ ଜଣ ଓ କୋରାପୁଟ ଜିଲ୍ଲା କୋଲାବ ନଗରରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି । ଘଟଣାରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏହା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୩ ଲକ୍ଷ ଟଙ୍କା ପ୍ରଦାନ କରାଯିବ । ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସେ ଗଭୀର ସମବେଦନା ଜଣାଇଛନ୍ତି । ଅଧିକ ପଢନ୍ତୁ

ବାହୁଡା ଯାତ୍ରା ଅଘଟଣ; ମୃତକଙ୍କ ଆତ୍ମୀୟଙ୍କ ପାଇଁ ଅନୁକମ୍ପା ସହାୟତା

ଭୁବନେଶ୍ବର: ବାହୁଡା ଯାତ୍ରାରେ ବିଭିନ୍ନ ସ୍ଥାନରେ ଅଘଟଣ ଘଟିଛି । ଅଘଟଣରେ ଓଡିଶାର ବିଭିନ୍ନ ସ୍ଥାନରେ ୪ ଓ ତ୍ରିପୁରାରେ ୭ ଜଣଙ୍କର ମୃତ୍ୟୁ ହୋଇଛି । ଏନେଇ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହ ମୃତାହତଙ୍କ ଲାଗି ସେ ଅନୁକମ୍ପା ମୂଳକ ସହାୟତା ରାଶି ଘୋଷଣା କରିଛନ୍ତି । ସେହିପରି ତ୍ରିପୁରା ରଥଯାତ୍ରା ଦୁର୍ଘଟଣା ପାଇଁ ନବୀନ ଶୋକ ପ୍ରକାଶ କରିବା ସହ ତ୍ରିପୁରା ମୁଖ୍ୟମନ୍ତ୍ରୀଙ୍କ ସହ ଟେଲିଫୋନରେ କଥା ହୋଇଛନ୍ତି ।

ଗତକାଲି ବାହୁଡା ଯାତ୍ରା ସମୟରେ କେଉଁଝର ଜିଲ୍ଲା କେନ୍ଦୁଆ ଗ୍ରାମରେ ୩ ଜଣ ଓ କୋରାପୁଟ ଜିଲ୍ଲା କୋଲାବ ନଗରରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି । ଘଟଣାରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏହା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୩ ଲକ୍ଷ ଟଙ୍କା ପ୍ରଦାନ କରାଯିବ । ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସେ ଗଭୀର ସମବେଦନା ଜଣାଇଛନ୍ତି । ଏହି ଦୁର୍ଘଟଣାରେ ଆହତ ମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ନବୀନ ନିର୍ଦ୍ଦେଶ ଦେଇଛନ୍ତି । ଏହା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ସେହିପରି ତ୍ରିପୁରାର କୁମାରଘାଟ ଅଞ୍ଚଳରେ ବାହୁଡା ଯାତ୍ରା ସମୟରେ ବିଦ୍ୟୁତ ସଂସ୍ପର୍ଶରେ ଆସି ୭ ଜଣ ଲୋକ ପ୍ରାଣ ହରାଇଛନ୍ତି । ଅନେକ ଲୋକ ଆହତ ମଧ୍ୟ ହୋଇଛନ୍ତି । ମୁଖ୍ୟମନ୍ତ୍ରୀ, ତ୍ରିପୁରାର ମୁଖ୍ୟମନ୍ତ୍ରୀ ମାଣିକ ସାହାଙ୍କ ସହିତ ଟେଲିଫୋନ ଯୋଗେ କଥା ହୋଇଛନ୍ତି । ଘଟଣାରେ ନବୀନ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଏହି ଘଟଣା ଅତ୍ୟନ୍ତ ଦୁଃଖ ଦାୟକ କହିବା ସହ ଶୋକ ଶୋକାକୂଳ ପରିବାରବର୍ଗଙ୍କ ପାଇଁ ମୁଖ୍ୟମନ୍ତ୍ରୀ ସମବେଦନା ପ୍ରକାଶ କରିଛନ୍ତି । ଏହା ସହିତ ଆହତ ବ୍ୟକ୍ତିମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି । ଦୁଃଖଦ ସମୟରେ ସେ ଓ ସମଗ୍ର ଓଡିଶା ବାସୀ ତ୍ରିପୁରାବାସୀଙ୍କ ସହିତ ଛିଡା ହୋଇଛନ୍ତି । ତ୍ରିପୁରା ସରକାରଙ୍କୁ ଆବଶ୍ୟକୀୟ ସହଯୋଗ ପାଇଁ ପ୍ରତିଶ୍ରୁତି ଦେଇଛନ୍ତି । ସହଯୋଗ ପାଇଁ ତ୍ରିପୁରା ଯିବାକୁ ମୁଖ୍ୟମନ୍ତ୍ରୀ ଓଡିଶା ମୋ ପରିବାରର ନିର୍ଦ୍ଦେଶକ ଡି.କେ ରାଉତରାୟଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.