ETV Bharat / state

କାର୍ତ୍ତିକ ବ୍ରତର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ପୁରୀରେ ୩୦୦୦ରୁ ଊର୍ଦ୍ଧ୍ବ ମା'ଙ୍କ ରହଣି ବ୍ୟବସ୍ଥା - କାର୍ତ୍ତିକ ବ୍ରତ ୨୦୨୩

କାର୍ତ୍ତିକ ବ୍ରତ ଆଜି(ରବିବାର)ଠୁ ଆରମ୍ଭ ହୋଇଥିବା ବେଳେ ହବିଷ୍ୟାଳୀଙ୍କ କାର୍ତ୍ତିକ ବ୍ରତର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ । ପୁରୀରେ ୩୦୦୦ରୁ ଊର୍ଦ୍ଧ୍ବ ମା'ଙ୍କ ରହିବା କରାଗଲା ବ୍ୟବସ୍ଥା । ଅଧିକ ପଢନ୍ତୁ

Puri Kartika Brata inauguration
Puri Kartika Brata inauguration
author img

By ETV Bharat Odisha Team

Published : Oct 29, 2023, 10:37 PM IST

ଭୁବନେଶ୍ବର: ଆଜି (ରବିବାର) ଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ମାସ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀରେ ହବିଷ୍ୟାଳୀମାନଙ୍କ ପାଇଁ କାର୍ତ୍ତିକ ବ୍ରତର ଶୁଭାରମ୍ଭ କରିଛନ୍ତି । ଭିଡିଓ କନଫରେନ୍ସିଂ ଜରିଆରେ ହବିଷ୍ୟାଳୀମାନଙ୍କ କାର୍ତ୍ତିକ ବ୍ରତର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ୩ ହଜାରରୁ ଅଧିକ ହବିଷ୍ୟାଳୀମାନଙ୍କ ରହିବାର ବ୍ୟବସ୍ଥା ହୋଇଛି । ମା'ମାନେ ମହାପ୍ରଭୁଙ୍କ ଆଶୀର୍ବାଦ ପାଇଲେ ସାରା ଓଡ଼ିଶାକୁ ଆଶୀର୍ବାଦ ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

କାର୍ତ୍ତିକ ବ୍ରତ କରିବା ପାଇଁ ସାରା ରାଜ୍ୟରୁ ହବିଷ୍ୟାଳୀମାନେ ପୁରୀରେ ଏକତ୍ରିତ ହୋଇଛନ୍ତି । ବ୍ରତ ପାଇଁ ମା'ମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ କହିଛନ୍ତି, "ମା' ମାନେ ଭଲରେ ବ୍ରତ କରନ୍ତୁ, ଶାନ୍ତିରେ ବ୍ରତ କରନ୍ତୁ । ମହାପ୍ରଭୁଙ୍କ ଆଶୀର୍ବାଦ ଲାଭ କରନ୍ତୁ । ଆପଣମାନେ ଆଶୀର୍ବାଦ ପାଇଲେ, ସାରା ଓଡିଶାକୁ ଆଶୀର୍ବାଦ ମିଳିବ । କାର୍ତ୍ତିକ ମାସ ଧର୍ମ ମାସ । ବହୁତ ପବିତ୍ର । ଏ ମାସରେ ମା ମାନେ ଆନନ୍ଦରେ ବ୍ରତ ପାଳନ କରିବେ ବୋଲି ତାଙ୍କର ପୁରା ବିଶ୍ୱାସ । ମା' ମାନଙ୍କ ସୁବିଧା ପାଇଁ ସବୁ ବ୍ୟବସ୍ଥା କରାଯାଇଛି । ୩୦୦୦ରୁ ଅଧିକ ମା’ ଙ୍କ ପାଇଁ ବ୍ୟବସ୍ଥା କରାଯାଇଛି । ରହିବା ଠାରୁ ଆରମ୍ଭ କରି ମହାପ୍ରଭୁଙ୍କ ଦର୍ଶନ, ମହାପ୍ରସାଦ ସେବନ ସବୁ ବ୍ୟବସ୍ଥା ହୋଇଛି । ମା'ମାନଙ୍କ ସେବା ପାଇଁ ଜିଲ୍ଲାପ୍ରଶାସନ ପୁରା ପ୍ରସ୍ତୁତ ।"

ଏହା ବି ପଢନ୍ତୁ- ହବିଷ୍ୟାଳୀ ଶିବିରରେ ବ୍ୟାପକ ଅବ୍ୟବସ୍ଥା, ନିବାସ ଭିତରେ ଗଡୁଛି ମଦ ବୋତଲ

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଅଶ୍ବିନୀ ପାତ୍ର କହିଛନ୍ତି,"ମୁଖ୍ୟମନ୍ତ୍ରୀଙ୍କ ଦୂର ଦୃଷ୍ଟିରୁ ଆଜି ମା'ମାନଙ୍କ ପାଇଁ ସବୁ ସୁବିଧା ହୋଇପାରିଛି । ଜିଲ୍ଲା ପ୍ରଶାସନ, ମନ୍ଦିର ପ୍ରଶାସନ, ସେବାୟତ, ସ୍ବେଚ୍ଛାସେବୀ ସମସ୍ତେ ସହଯୋଗ ଯୋଗାଇ ଦେଉଛନ୍ତି ।"ସେହିପରି କ୍ରୀଡା ମନ୍ତ୍ରୀ ତୁଷାର କାନ୍ତି ବେହେରା କହିଛନ୍ତି, "ମହିଳା କଲ୍ୟାଣକାରୀ ଯୋଜନାରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ପାଇଁ ଆଦର୍ଶ । ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ ନେତୃତ୍ବ ଯୋଗୁଁ ଓଡ଼ିଶା ଆଜି ନାରୀ ଶକ୍ତିର ବିକାଶରେ ଅଗ୍ରଣୀ ।"

କଟକର ଅହଲ୍ୟା ଆଚାର୍ଯ୍ୟ, ନବରଙ୍ଗପୁରର ପାର୍ବତୀ ହରିଜନ ଓ ଗଞ୍ଜାମର ରାଧା ଦେବୀ ପଣ୍ଡା ପ୍ରମୁଖ ହବିଶ୍ୟାଳି ନିଜର ଅଭିଜ୍ଞତା ବର୍ଣ୍ଣନା କରିଛନ୍ତି । କହିଛନ୍ତି ଯେ ପୂର୍ବରୁ କାର୍ତ୍ତିକ ବ୍ରତ ପାଇଁ ସେମାନେ ଅନେକ ଅସୁବିଧାର ସମ୍ମୁଖୀନ ହେଉଥିଲେ । ମୁଖ୍ୟମନ୍ତ୍ରୀ ସେମାନଙ୍କ ପାଇଁ ସବୁ ସୁବିଧା କରିଛନ୍ତି । ରହିବା, ଖାଇବା, ଯିବା ଆସିବା, ଭଜନ କୀର୍ତ୍ତନ ସବୁ ସୁବିଧା କରିଛନ୍ତି । ମହାପ୍ରଭୁ ମୁଖ୍ୟମନ୍ତ୍ରୀଙ୍କୁ ଦୀର୍ଘାୟୁ କରନ୍ତୁ ବୋଲି ସେମାନେ କାମନା କରିଛନ୍ତି ।

ଏହା ବି ପଢନ୍ତୁ- Kartik Month: ଆରମ୍ଭ ହେଲା ହବିଷ୍ୟାଳୀଙ୍କ ପବିତ୍ର କାର୍ତ୍ତିକ ବ୍ରତ, ଚଳଚଞ୍ଚଳ ଶ୍ରୀକ୍ଷେତ୍ର

ପୁରୀରେ କାର୍ତ୍ତିକ ମାସରେ ସାରା ରାଜ୍ୟରୁ ଏହି ଅବସରରେ କାର୍ତ୍ତିକ ବ୍ରତ କରିବା ପାଇଁ ହବିଷ୍ୟାଳୀମାନେ ଆସିଥାନ୍ତି । ସେମାନଙ୍କ ଅସୁବିଧାକୁ ଅନୁଭବ କରି ମୁଖ୍ୟମନ୍ତ୍ରୀ ୨୦୧୬ରୁ ହବିଷ୍ୟାଳି ଯୋଜନା ଆରମ୍ଭ କରିଛନ୍ତି । ଗତବର୍ଷ ଠାରୁ ସେମାନଙ୍କ ରହିବାର ସୁବିଧା ପାଇଁ ୭ ମହଲା ବିଶିଷ୍ଟ ଏକ ଭବନ ନିର୍ମାଣ କରାଯାଇଛି । ଏହା ବୃନ୍ଦାବତୀ ନିବାସ ନାମରେ ନାମିତ । ଏଠାରେ ରହି ମା'ମାନେ ରାଇ ଦାମୋଦର ବ୍ରତ କରିଥାନ୍ତି । ପୁରୀରେ ହବିଷ୍ୟାଳୀମାନଙ୍କ ରହିବା ପାଇଁ ଏହା ସହିତ ବଗଲା ଧର୍ମଶାଳା, ବାଗିଡିଆ ଧର୍ମଶାଳା, ମୋଚି ସାହି କଲ୍ୟାଣ ମଣ୍ଡପ ଓ ଅକ୍ଷୟ ପାତ୍ର ଫାଉଣ୍ଡେସନରେ ମଧ୍ୟ ବ୍ୟବସ୍ଥା କରାଯାଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.