ETV Bharat / state

ଓଡିଶାବାସୀଙ୍କ ସେବାରେ ସମର୍ପିତ ଶଙ୍ଖ ଭବନ: ମୁଖ୍ୟମନ୍ତ୍ରୀ

author img

By

Published : Apr 23, 2023, 7:24 PM IST

ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଭୁବନେଶ୍ବରରେ ବିଜେଡିର ନୂତନ କାର୍ଯ୍ୟାଳୟ ଶଙ୍ଖ ଭବନ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶଙ୍ଖ ଭବନର ସବୁ କାର୍ଯ୍ୟକ୍ରମ ଓଡିଶାବାସୀଙ୍କ ସେବାରେ ସମର୍ପିତ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଅଧିକ ପଢ଼ନ୍ତୁ

ଶଙ୍ଖ ଭବନ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଶଙ୍ଖ ଭବନ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଶଙ୍ଖ ଭବନ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଶଙ୍ଖ ଭବନ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ । ପବିତ୍ର ଅକ୍ଷୟ ତୃତୀୟାରେ ଲୋକାର୍ପିତ ହେଲା ଶଙ୍ଖ ଭବନ । ଓଡ଼ିଶାବାସୀଙ୍କ ସେବା ଉଦ୍ଦେଶ୍ୟରେ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଲୋକାର୍ପଣ ପରେ ଶଙ୍ଖ ଭବନରୁ ଓଡିଶାବାସୀଙ୍କୁ ସମ୍ବୋଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଆ ସ୍ବାଭିମାନର ସୁରକ୍ଷା ପାଇଁ ତଥା ଏକ ନୂଆ ଓଡିଶା ଓ ସଶକ୍ତ ଓଡିଶା ଗଠନ ପାଇଁ କାମ କରିବାକୁ ଆଗ୍ରହୀ ସମସ୍ତଙ୍କର ମିଳନସ୍ଥଳୀ ଶଙ୍ଖ ଭବନ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଶଙ୍ଖ ଭବନର ସବୁ କାର୍ଯ୍ୟକ୍ରମ ଓଡିଶାବାସୀଙ୍କ ସେବାରେ ସମର୍ପିତ ହେବ ବୋଲି ସେ କହିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି, "୧୯୯୭ରେ ଓଡିଶା ରାଜନୀତିରେ ଏକ ନୂଆ ଯୁଗର ଆରମ୍ଭ ହୋଇଥିଲା । ଆଞ୍ଚଳିକ ଦଳ ଭାବରେ ଓଡ଼ିଶାବାସୀଙ୍କ ସେବାରେ ରହି ସେଦିନର ବିଜୁ ଜନତା ଦଳ ଆଜି ଏକ ସାମାଜିକ ଆନ୍ଦୋଳନରେ ରୂପାନ୍ତରିତ ହୋଇଯାଇଛି । ବିଜୟର ଶୁଭଶଙ୍ଖ ବାଜି ଚାଲିଛି । ଏ ଶଙ୍ଖ ଭବନ ହେବ ସାଢେ ଚାରି କୋଟି ଓଡିଶାବାସୀଙ୍କ ପ୍ରିୟ ଭବନ । ଓଡିଶାର ଅତୀତ ସହ ଏହା ଭବିଷ୍ୟତକୁ ଯୋଡିବ । ସାଢେ ଚାରି କୋଟି ଓଡଶାବାସୀକୁ ଏକାଠି କରିବ । ଓଡିଶାର ବିକାଶ ପାଇଁ ସମର୍ପିତ ହେବ । ଓଡ଼ିଆ ସ୍ବାଭିମାନର ସୁରକ୍ଷା ପାଇଁ ସମର୍ପିତ ହେବ । ଓଡିଶାର କଳା, ସାହିତ୍ୟ, ସଂସ୍କୃତିର ବିକାଶ ପାଇଁ ସମର୍ପିତ ହେବ । ଶଙ୍ଖ ଭବନ କେବଳ ଆମର ଭୌତିକ, ସାମାଜିକ, ଅର୍ଥନୈତିକ ସାଂସ୍କୃତିକ ଓ ରାଜନୈତିକ ଉନ୍ନତି ପାଇଁ ପ୍ରେରଣାର କେନ୍ଦ୍ର ହେବ ନାହିଁ, ବିଶ୍ବ ଦରବାରରେ ଓଡ଼ିଶାର ଇଷ୍ଟ ଦେବତା ମହାପ୍ରଭୁ ଜଗନ୍ନାଥଙ୍କ ମହାନ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ଶଙ୍ଖ ଭବନ କାମ କରି ଚାଲିବ ।" ବିଜୁ ଜନତା ଦଳର ସଫଳତା ମନ୍ତ୍ର ଉପରେ ଆଲୋକପାତ କରି ନବୀନ କହିଛନ୍ତି, "ସ୍ଥିରତା ଆମକୁ ସଫଳତା ଦେଇଛି । ସାଧୁତା ଆନନ୍ଦର ମାର୍ଗ ଖୋଲିଛି । ଶାନ୍ତି ଆମକୁ ସମୃଦ୍ଧି ଦେଇଛି । ପ୍ରଶାନ୍ତ ଚେତନା ରୂପାନ୍ତରଣରେ ସହାୟକ ହୋଇଛି ।" ଶଙ୍ଖ ଭବନ ନିର୍ମାଣରେ ଅବଦାନ ରଖିଥିବା ଶ୍ରମିକ, ସ୍ଥପତି ତଥା ଯୁବ, ଛାତ୍ର, ମହିଳା କର୍ମୀ ଏବଂ ନେତା, ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ଏହି ଅବସରରେ ଧନ୍ୟବାଦ ଜଣାଇଛନ୍ତି । ସେବାର ସଂସ୍କୃତିକୁ ଓ ବିକାଶକୁ ଆଗକୁ ନେବା ଏବଂ ଓଡିଶା ମା’ର ଗୌରବକୁ ଆହୁରି ଉଜ୍ବଳ କରିବା ପାଇଁ ନିଜକୁ ସମର୍ପିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଆହ୍ବାନ କରିଛନ୍ତି ।

ଶଙ୍ଖ ଭବନର ସମ୍ମିଳନୀ କକ୍ଷଗୁଡିକରେ ଉତ୍କଳମଣି ଗୋପବନ୍ଧୁ ଦାସ, ଉତ୍କଳ ଗୌରବ ମଧୁସୂଦନ ଦାସ, ଆଦିକବି ସାରଳା ଦାସ, ବୀର ସୁରେନ୍ଦ୍ର ସାଏ, ବକ୍ସି ଜଗବନ୍ଧୁ, ଭୀମ ଭୋଇ, କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ, ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତି, ସହିଦ ଲକ୍ଷ୍ମଣ ନାୟକ ପଣ୍ଡିତ ରଘୁନାଥ ମୁର୍ମୁ, ବିର୍ସା ମୁଣ୍ଡା, ରେଣ୍ଡୋ ମାଝି, ଧରଣୀଧର ଭୂୟାଁ, ରମାଦେବୀ, ପାର୍ବତୀ ଗିରି, ଫକୀରମୋହନ ସେନାପତି, ଗଙ୍ଗାଧର ମେହେର, କୁନ୍ତଳାକୁମାରୀ ସାବତ ଓ ବାଜି ରାଉତଙ୍କ ପରି ବରପୁତ୍ରମାନଙ୍କ ଉକ୍ତି ଖୋଦିତ ହେବ । ଏହା ସହିତ ଏଠାରେ ମହାତ୍ମା ଗାନ୍ଧୀଙ୍କ ପ୍ରସିଦ୍ଧ Talisman (ତାବିଜ) ଶୋଭା ପାଇବ । ଓଡ଼ିଶାର ୩୦ଟି ଜିଲ୍ଲାର ପ୍ରସିଦ୍ଧ ସାମଗ୍ରୀ ଓ ଶ୍ରେଷ୍ଠ କଳାକୃତି ମଧ୍ୟ ସ୍ଥାନ ପାଇବ । ଶଙ୍ଖ ଭବନରେ ପ୍ରତି ସପ୍ତାହରେ ରକ୍ତଦାନ କାର୍ଯ୍ୟକ୍ରମ କରାଯିବ । ଏହା ସହିତ ଗରିବ ଲୋକଙ୍କ ବିବାହ ଓ ଅନ୍ୟ ସାମାଜିକ କାର୍ଯ୍ୟକ୍ରମ ମଧ୍ୟ ନିୟମିତ ଜାରି ରହିବ । ସେହିପରି ବେଶମେଣ୍ଟରେ ରହିଛି ବିଶାଳ ପାର୍କିଙ୍ଗ ସ୍ଥଳ । ଯେଉଁଥିରେ ପ୍ରାୟ ୪୦ଟି କାର ପାର୍କିଙ୍ଗ କରିବା ଭଳି ସ୍ଥାନ ରହିଛି । ବେଶମେଣ୍ଟ ଉପରେ ରହିଛି ୩ ମହଲା କୋଠା । ପ୍ରଥମରେ ବିରାଟ ହଲ୍‌ ଓ ପ୍ରେସ କନଫରେନ୍ସ ହଲ ମଧ୍ୟ ରହିଛି । ଏହାସହ ୨୫୦ ଆସନ ବିଶିଷ୍ଟ ଗୋଟିଏ ଅଡିଟୋରିଅମ ରହିଛି । ବିଲ୍ଡିଂରେ କ୍ୟାଣ୍ଟିନ ବ୍ୟବସ୍ଥା ମଧ୍ୟ ରଖାଯାଇଛି । ଦ୍ବିତୀୟ ମହଲାରେ ଛାମୁଆ ସଂଗଠନ, ସଭାପତି ଓ ଦଳର ରାଜ୍ୟ ପଦାଧିକାରୀଙ୍କ କାର୍ଯ୍ୟାଳୟ ରହିଛି । ଏହାସହ ଆଇଟି ସେଲ ମଧ୍ୟ ଏଠାରେ କାର୍ଯ୍ୟ କରିବ । ଏଥିସହ ପ୍ରାୟ ୩୦ଟି ପ୍ରକୋଷ୍ଠ ମଧ୍ୟ ରହିଛି । ବିଲ୍ଡିଂର ତୃତୀୟ ମହଲାରେ ଦଳର ସଭାପତିଙ୍କ କାର୍ଯ୍ୟାଳୟ ରହିଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.