ETV Bharat / state

ପ୍ରତିଷ୍ଠା ଦିବସରେ ଯୋଜନା ବର୍ଷା, ରୂପାନ୍ତର କ୍ଷେତ୍ରରେ କଳାହାଣ୍ଡି ଆମର ମଡେଲ: ମୁଖ୍ୟମନ୍ତ୍ରୀ

author img

By ETV Bharat Odisha Team

Published : Nov 1, 2023, 4:12 PM IST

Updated : Nov 1, 2023, 4:17 PM IST

ଲକ୍ଷ୍ମୀ ଯୋଜନାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ସ୍ଥାନୀୟ ପରିବହନ ବ୍ୟବସ୍ଥାକୁ ସୁଦୃଢ କରିବା ସହିତ ପର୍ଯ୍ୟଟନ ତଥା ଆଞ୍ଚଳିକ ଆର୍ଥିକ ବ୍ୟବସ୍ଥାକୁ ପ୍ରୋତ୍ସାହିତ କରିବା । ଯୋଜନାର ଶୁଭାରମ୍ଭ ପରେ ବସରେ ବସି ବଳରାମପୁର ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଯାଇଛନ୍ତି । ସେଠାରେ ଏକ ବିକ୍ୟୁଏସ ଫ୍ୟାସିଲିଟିର ଉଦଘାଟନ କରିଛନ୍ତି । ଅଧିକ ପଢନ୍ତୁ

ପ୍ରତିଷ୍ଠା ଦିବସରେ କଳାହାଣ୍ଡିରେ ଯୋଜନା ବର୍ଷା; ରୂପାନ୍ତର କ୍ଷେତ୍ରରେ କଳାହାଣ୍ଡି ଆମର ମଡେଲ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର/ଭବାନୀପାଟଣା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଳାହାଣ୍ଡି ଜିଲ୍ଲାରେ ଲକ୍ଷ୍ମୀ ବସ ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଯୋଜନାରେ ୬୩ଟି ବସ ଚାଲିବ । ସବୁ ପଞ୍ଚାୟତକୁ ବସ ଯିବ । ସାରା ରାଜ୍ୟରେ ଏହି ଯୋଜନାରେ ୧୦୦୦ଟି ବସ ଚାଲିବ । କଳାହାଣ୍ଡି ବିଶ୍ବବିଦ୍ୟାଳୟ ପଡିଆରେ ଏହି ଯୋଜନା ଆରମ୍ଭ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଲକ୍ଷ୍ମୀ ଘରେ ଘରେ ଖୁସି ଆଣିବ । ବିକାଶର ଗାଡିକୁ ଆହୁରି ଜୋରରେ ଆଗକୁ ନେବ । କଳାହାଣ୍ଡି ପ୍ରତିଷ୍ଠା ଦିବସରେ ଜିଲ୍ଲାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କଳାହାଣ୍ଡି ବିଶ୍ବବିଦ୍ୟାଳୟକୁ ମା’ ମାଣିକେଶ୍ବରୀ ବିଶ୍ବବିଦ୍ୟାଳୟ ଭାବେ ନାମିତ କରିଛନ୍ତି ।

ଅଧିକ ପଢନ୍ତୁ- ନଭେମ୍ବର ପହିଲାରେ ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତ, ସଜେଇ ହେଲାଣି ଜିଲ୍ଲା

ଲକ୍ଷ୍ମୀ ବସ୍‌ରେ ବସି ବଳରାମପୁର ଗଲେ ମୁଖ୍ୟମନ୍ତ୍ରୀ: ଲକ୍ଷ୍ମୀ ଯୋଜନାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ସ୍ଥାନୀୟ ପରିବହନ ବ୍ୟବସ୍ଥାକୁ ସୁଦୃଢ କରିବା ସହିତ ପର୍ଯ୍ୟଟନ ତଥା ଆଞ୍ଚଳିକ ଆର୍ଥିକ ବ୍ୟବସ୍ଥାକୁ ପ୍ରୋତ୍ସାହିତ କରିବା । ଯୋଜନାର ଶୁଭାରମ୍ଭ ପରେ ବସରେ ବସି ବଳରାମପୁର ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଯାଇଛନ୍ତି । ସେଠାରେ ଏକ ବିକ୍ୟୁଏସ ଫ୍ୟାସିଲିଟିର ଉଦଘାଟନ କରିଛନ୍ତି । ଆଜି ଦିନଟି କଳାହାଣ୍ଡିର ବିକାଶ ଯାତ୍ରାରେ ଏକ ବଡ଼ ମାଇଲ ଖୁଣ୍ଟ ଓ ବହୁତ ଆନନ୍ଦର ଦିନ ବୋଲି ନବୀନ କହିଛନ୍ତି । ସେ କହିଛନ୍ତି ଯେ ‘‘ଆଜି ଏଠାରେ ୩୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଉଦଘାଟନ ହୋଇଛି । ଆଉ ୯୦୦ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିଭୂମି ରଖାଯାଇଛି । ଏହା ଜିଲ୍ଲାର ବିକାଶ ଗତିକୁ ଆହୁରି ଜୋରଦାର କରିବ ।’’

ରୂପାନ୍ତର କ୍ଷେତ୍ରରେ କଳାହାଣ୍ଡି ଆମର ଏକ ମଡେଲ: ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟରୁ ଗାଁରେ ବସର ଅସୁବିଧା ବିଷୟରେ ଜାଣିବା ପରେ ଲକ୍ଷ୍ମୀ ଯୋଜନା ଆରମ୍ଭ କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହା ଦ୍ବାରା ଆପଣଙ୍କର ପ୍ରତି ଦିନର ଚିନ୍ତା ଦୂର ହେବ । ରାଜ୍ୟରେ ଚାଲିବ ଏକ ହଜାରରୁ ଅଧିକ ବସ । ଏଥିରେ ଆପଣଙ୍କ ଘର ପାଖକୁ ବସ ଆସିବ । ସମସ୍ତଙ୍କୁ ଯୋଡ଼ିବ । ପିଲାଙ୍କୁ ସ୍କୁଲ ସହିତ, ଚାଷୀକୁ ମାର୍କେଟ ସହିତ ଆଉ ମା’ ମାନଙ୍କ ଗତିଶୀଳତା ବୃଦ୍ଧି ପାଇବ । ରୂପାନ୍ତର କ୍ଷେତ୍ରରେ କଳାହାଣ୍ଡି ଆମର ଏକ ମଡେଲ । ଶିକ୍ଷା, ସ୍ୱାସ୍ଥ୍ୟ, ଯୋଗାଯୋଗ, ଭିତ୍ତିଭୂମି, ଶିଳ୍ପ, କୃଷି ସବୁ କ୍ଷେତ୍ରରେ ଉନ୍ନତି କଳାହାଣ୍ଡିବାସୀଙ୍କ ସ୍ବପ୍ନକୁ ସାକାର କରିଛି । କଳାହାଣ୍ଡି ଆଜି ନିଜ ଇତିହାସକୁ ପରିବର୍ତ୍ତନ କରିଛି । ସଫଳତାର ନୂଆ କାହାଣୀ ଯୋଡ଼ିଛି । ବିକାଶର ଯାତ୍ରାରେ ଆଗକୁ ବଢ଼ିଛି । ସାରା ଦେଶକୁ ଆଜି କଳାହାଣ୍ଡି ଚାଉଳ ଦଉଛି ।

ଅଧିକ ପଢନ୍ତୁ- kalahandi Foundation Day: 20ବର୍ଷରେ କେତେ ଆଗେଇଛି ‘ଗରିବୀ ଗବେଷଣାଗାର’ ? ବଦଳିବ କି କଳାହାଣ୍ଡିର ଭାଗ୍ୟ

ଇନ୍ଦ୍ରାବତୀ ପ୍ରୋଜେକ୍ଟ କଳାହାଣ୍ଡି ବିକାଶର ଇଞ୍ଜିନ: ଏହି ପ୍ରୋଜେକ୍ଟ କଳାହାଣ୍ଡିର ଚେହେରାକୁ ଉଜ୍ଜଳ କରିଛି । ଖୁବଶୀଘ୍ର ଏଠାରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଆରମ୍ଭ ହେବ । ସବୁ ପଞ୍ଚାୟତକୁ ମିଳିବ ପଚାଶ ଲକ୍ଷ ଟଙ୍କା । ଆମ ସଂସ୍କୃତି ଓ ଆଧୁନିକ ଭିତ୍ତିଭୂମି ପାଇଁ ଏହି ଟଙ୍କା ଖର୍ଚ୍ଚ ହେବ । ସମସ୍ତଙ୍କ ସହଯୋଗରେ ଆଗାମୀ ଦିନରେ କଳାହାଣ୍ଡିର ବିକାଶ ଯାତ୍ରା ଆହୁରି ଆଗକୁ ଯିବ । ଜଳସଂପଦ ତଥା ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନୀ ସାହୁ କହିଛନ୍ତି ଯେ, ଲକ୍ଷ୍ମୀ ଯୋଜନା ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଇତିହାସ ରଚନା କରିଛନ୍ତି । ଯେଉଁ ପଞ୍ଚାୟତ ଗୁଡିକରେ ଲୋକମାନେ ସ୍ବପ୍ନରେ ସୁଦ୍ଧା ପରିବହନ ସୁବିଧା ପାଇବେ ବୋଲି ଭାବି ନ ଥିଲେ, ଆଜି ସେମାନଙ୍କ ପାଇଁ ସୁନ୍ଦର ଆଧୁନିକ ବସ ପରିବହନ ବ୍ୟବସ୍ଥା ଉପଲବ୍ଧ ହୋଇଛି ।

ଉଦଘାଟିତ ହେଲା ଶହୀଦ ରେଣ୍ଡୋ ମାଝୀ ମେଡିକାଲ କଲେଜ: ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଭିସି ମାଧ୍ୟମରେ ଉପସ୍ଥିତ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମନସୁଖ ମାଣ୍ଡଭିୟା ଶହୀଦ ରେଣ୍ଡୋ ମାଝୀ ମେଡିକାଲ କଲେଜର ଉଦଘାଟନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶହୀଦ ରେଣ୍ଡୋ ମାଝୀଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ମୁଖ୍ୟମନ୍ତ୍ରୀ ଜଣେ ଛାତ୍ର ପ୍ରତୀଶ କୁମାର କୁମ୍ଭାରଙ୍କ ସହିତ ବାର୍ତ୍ତାଳାପ କରିଛନ୍ତି । ପାଠ ପଢିବାର ସୁବିଧା ସଂପର୍କରେ ମୁଖ୍ୟମନ୍ତ୍ରୀ ପଚାରି ବୁଝିଛନ୍ତି । ପ୍ରୀତିଶ କହିଛନ୍ତି ଯେ, ଏଠାରେ ପାଠ ପଢିବା ପାଇଁ ସବୁ ପ୍ରକାର ସୁବିଧା ସୁଯୋଗ ମିଳୁଛି । ଆମେ ଖୁସିରେ ପାଠ ପଢୁଛୁ । କେନ୍ଦ୍ରମନ୍ତ୍ରୀ ମନସୁଖ ମାଣ୍ଡଭିୟା ଦୁଇ ଜଣ ଛାତ୍ରୀ ଅନୁପ୍ରିୟା କୁମାରୀ ଓ ଅନୁଷ୍କା ସିଂଙ୍କ ସହିତ ଆଲୋଚନା କରିଛନ୍ତି ।

ଅଧିକ ପଢନ୍ତୁ- CM Visit to Kalahandi: କଳାହାଣ୍ଡି ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ, ତେଜିଲା ରାଜନୀତି

୩୨୫ କୋଟି ଟଙ୍କା ବିନିଯୋଗରେ ନିର୍ମିତ କଳାହାଣ୍ଡିର ଶହୀଦ ରେଣ୍ଡୋ ମାଝୀ ମେଡିକାଲ କଲେଜରେ ଚଳିତ ବର୍ଷ ଠାରୁ ପାଠପଢା ଆରମ୍ଭ ହୋଇଛି । ୪୩.୧୮ ଏକର ପରିମିତ ଅଞ୍ଚଳରେ ନିର୍ମିତ ଏହି କଲେଜରେ ୧୦୦ ଜଣ ଛାତ୍ର ପାଠ ପଢା ଆରମ୍ଭ କରିଛନ୍ତି । ଏଥିରେ ରାଜ୍ୟ ସରକାରୀ ସ୍କୁଲରୁ ୧୩ ଜଣ ଛାତ୍ରଛାତ୍ରୀ ନାମ ଲେଖାଇଛନ୍ତି । ଏହା ଦ୍ବାରା ସ୍ବାସ୍ଥ୍ୟ ଶିକ୍ଷାରେ ଉନ୍ନତି ଆସିବା ସହିତ ସ୍ଥାନୀୟ ଅଞ୍ଚଳରେ ଉନ୍ନତ ମାନର ସ୍ବାସ୍ଥ୍ୟ ସେବା ମିଳିପାରିବ । ମେଡିକାଲ କଲେଜ ସହିତ ରାଜ୍ୟ ସରକାର ନିଜ ଖର୍ଚ୍ଚରେ ୨୦୬ କୋଟି ଟଙ୍କା ବିନିଯୋଗରେ ଏକ ୬୫୦ ଶଯ୍ୟା ବିଶିଷ୍ଟ ଟିଚିଂ ହସ୍ପିଟାଲ ମଧ୍ୟ ନିର୍ମାଣ କରୁଛନ୍ତି । ଏହା ବର୍ତ୍ତମାନ ନିର୍ମଣାଧୀନ ।

ବଦଳିଲା କଳାହାଣ୍ଡି ବିଶ୍ବବିଦ୍ୟାଳୟର ନାଁ: କଳାହାଣ୍ଡି ବିଶ୍ବବିଦ୍ୟାଳୟକୁ ‘ମା’ ମାଣିକେଶ୍ବରୀ ବିଶ୍ବବିଦ୍ୟାଳୟ’ ଭାବେ ନାମିତ କରିଛନ୍ତି ମୁଖ୍ୟମନ୍ତ୍ରୀ । ଆଜିର କାର୍ଯ୍ୟକ୍ରମରେ ଲୋକସଭା ସାଂସଦ ବସନ୍ତ ପଣ୍ଡା, ରାଜ୍ୟସଭା ସାଂସଦ ସୁଜିତ କୁମାର, ବିଧାୟକ ଭୂପିନ୍ଦର ସିଂ, ଦିବ୍ୟଶଂକର ମିଶ୍ର, ମୌଷଧି ବାଗ, ପ୍ରଦୀପ କୁମାର ଦିଶାରୀ ପ୍ରମୁଖ ଯୋଗ ଦେଇ ଓଡିଶାର ବିକାଶରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବ ଓ ଦୂରଦୃଷ୍ଟିର ଉଚ୍ଚପ୍ରଶଂସା କରିଛନ୍ତି । କାର୍ଯ୍ୟକ୍ରମରେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ଉପସ୍ଥିତ ଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

Last Updated : Nov 1, 2023, 4:17 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.