ETV Bharat / state

ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଓଡିଶାକୁ ଏକ ରୋଲ ମଡେଲ କରିବା ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ - ୧୧୪୦ କୋଟିର ସ୍ବାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ

ଆଜି ୧୧୪୦ କୋଟିର ସ୍ବାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ । ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଓଡିଶାକୁ ଏକ ରୋଲ ମଡେଲ କରିବା ଲକ୍ଷ୍ୟ କହିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢନ୍ତୁ

1140 crores health infrastructure projects

author img

By ETV Bharat Odisha Team

Published : Nov 30, 2023, 10:55 PM IST

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଆଜି ୧୧୪୦ କୋଟି ଟଙ୍କାର ସ୍ବାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ ହୋଇଛି । ୧୪୦ କୋଟି ଟଙ୍କାର ୧୦୩ଟି ପ୍ରକଳ୍ପର ଉଦଘାଟନ ହୋଇଥିବାବେଳେ ୧୦୦୦ କୋଟିରେ ୩୭୨ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି । ରାଜ୍ୟ ବାହାର ଓଡିଆ ଲୋକଙ୍କ ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ବତନ୍ତ୍ର ହେଲ୍ପ ଲାଇନ ନମ୍ବର ୧୮୦୦୧୨୦୧୨୦୧୦୪ ଆରମ୍ଭ ହୋଇଛି । ଗତ ୫ ବର୍ଷରେ ସ୍ବାସ୍ଥ୍ୟ ଭିତ୍ତିଭୂମିର ବିକାଶ ପାଇଁ ୧୨ ହଜାର କୋଟି ଟଙ୍କା ଖର୍ଚ୍ଚ କରାଯାଇଛି । ସରକାରୀ ସ୍ବାସ୍ଥ୍ୟାବସ୍ଥା ଉପରେ ଲୋକଙ୍କ ଭରସା ବଢିଛି । ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଓଡିଶାକୁ ଏକ ରୋଲ ମଡେଲ କରିବା ଆମର ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଏନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, "ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ 5T ଉପକ୍ରମରେ ବିଭନ୍ନ ପଦକ୍ଷେପ ଦ୍ବାରା ସରକାରୀ ହସ୍ପିଟାଲଗୁଡିକରେ ରୂପାନ୍ତର ଆସିପାରିଛି । ଏହା ଦ୍ବାରା ସରକାରୀ ସ୍ବାସ୍ଥ୍ୟ ବ୍ୟବସ୍ଥା ଉପରେ ଲୋକଙ୍କ ଭରସା ବଢିଛି । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଲୋକଙ୍କ ପାଇଁ ଆଶୀର୍ବାଦ ହୋଇଛି । ଲୋକମାନେ ସୁବିଧାରେ ବିନା ଖର୍ଚ୍ଚରେ ଉତ୍ତମ ସ୍ବାସ୍ଥ୍ୟସେବା ପାଉଛନ୍ତି । ପ୍ରତି ମାସରେ ୧ ଲକ୍ଷରୁ ଅଧିକ ରୋଗୀ ଚିକିତ୍ସା ସୁବିଧା ପାଉଛନ୍ତି । ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବା ପାଇଁ ଏହା ଆମ ପ୍ରତିବଦ୍ଧତାର ପ୍ରତିଫଳନ । ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଓଡିଶାକୁ ଏକ ରୋଲ ମଡେଲ କରିବା ଆମର ଲକ୍ଷ୍ୟ । ଆଜିର ପ୍ରକଳ୍ପଗୁଡିକ ସ୍ବାସ୍ଥ୍ୟ ଭିତ୍ତିଭୂମି କ୍ଷେତ୍ରରେ ଏକ ବଡ ପରିବର୍ତ୍ତନ ଆଣିବ । ଆମର ଲକ୍ଷ୍ୟ ହେଉଛି ସୁସ୍ଥ ଓଡିଶା ସୁଖୀ ଓଡିଶା । ରାଜ୍ୟର ସବୁ ଲୋକ ଯେପରି ସୁବିଧାରେ ଉତ୍ତମ ସେବା ପାଇପାରିବେ ସେ ଦିଗରେ ଆମେ କାମ କରୁଛୁ । ସରକାରୀ ହସ୍ପିଟାଲଗୁଡିକର ଭିତ୍ତିଭୂମିରେ ବହୁତ ପରିବର୍ତ୍ତନ ଆସିଛି ।"

ଏହା ବି ପଢନ୍ତୁ- ସ୍ବାସ୍ଥ୍ୟ ଭିତ୍ତିଭୂମି ସୁଦୃଢ ପାଇଁ ଖର୍ଚ୍ଚ ହେବ 8500 କୋଟି: ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, "ଏସସିବି ମେଡିକାଲ କଲେଜକୁ ବିଶ୍ବସ୍ତରୀୟ କରିବା ପାଇଁ କାମ ଚାଲିଛି । ନୂଆ ନୂଆ ମେଡିକାଲ କଲେଜ ଖୋଲୁଛି । ବିଭିନ୍ନ ହସ୍ପିଟାଲରେ ନୂଆ ସୁବିଧାର ବିକାଶ ହେଉଛି । ନିୟମିତ ଭାବେ ଡାକ୍ତର ଓ ସହାୟକ କର୍ମଚାରୀ ପଦବୀ ପୂରଣ ହେଉଛି । ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟସେବା ମିଶନରେ ଭିତ୍ତିଭୂମି ବିକାଶ କାମ ଜାରି ରହିଛି । ଗତ ୫ ବର୍ଷରେ ସ୍ବାସ୍ଥ୍ୟ ଭିତ୍ତିଭୂମିର ବିକାଶ ପାଇଁ ୧୨ ହଜାର କୋଟି ଟଙ୍କା ଖର୍ଚ୍ଚ କରାଯାଇଛି । ରାଜ୍ୟର ପ୍ରାଥମିକ ସ୍ବାସ୍ଥ୍ୟ, ଗୋଷ୍ଠୀ ସ୍ବାସ୍ଥ୍ୟ ଓ ଜିଲ୍ଲା ସ୍ବାସ୍ଥ୍ୟ ସେବା ବ୍ୟବସ୍ଥାକୁ ସୁଦୃଢ କରିବା ଆମର ଲକ୍ଷ୍ୟ । ରାଜ୍ୟ ବାହାରେ ରହୁଥିବା ଓଡିଆ ଲୋକଙ୍କ ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ଏକ ସ୍ବତନ୍ତ୍ର ହେଲ୍‌ପ ଲାଇନ ନମ୍ବର - ୧୮୦୦୧୨୦୧୨୦୧୦୪ ଆରମ୍ଭ ହୋଇଛି । ଆମ ପାଇଁ ପ୍ରତି ଜୀବନ ମୂଲ୍ୟବାନ । ଏହି ମନ୍ତ୍ରକୁ ଆଗରେ ରଖି କାମ କରୁଛୁ । ଆଗକୁ ମଧ୍ୟ କରି ଚାଲିବୁ ।"

ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ କହିଛନ୍ତି, "ଗତ ଦୁଇ ଦଶନ୍ଧି ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବ ଓ ଦିଗଦର୍ଶନରେ ରାଜ୍ୟରେ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିଛି । ଆଜି ଆମ ରାଜ୍ୟ ଶିଶୁ ଓ ମାତୃ ମୃତ୍ୟୁହାର ହ୍ରାସ କ୍ଷେତ୍ରରେ ଏକ ଅଗ୍ରଣୀ ରାଜ୍ୟ । ମେଲେରିଆ ଓ ଯକ୍ଷ୍ମା ନିରାକରଣ କ୍ଷେତ୍ରରେ ମଧ୍ୟ ଆମେ ଆଗୁଆ ରହିଛୁ । ମୁଖ୍ୟମନ୍ତ୍ରୀଙ୍କର ପରିକଳ୍ପିତ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଆଜି ଦେଶରେ ଯୁଗାନ୍ତକାରୀ ସାବ୍ୟସ୍ତ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ସୁସ୍ଥ ଓଡିଶା ସୁଖୀ ଓଡିଶା ଓ ପ୍ରତି ଜୀବନ ମୂଲ୍ୟବାନ ନୀତିକୁ ଆଧାର କରି ଆମେ ରାଜ୍ୟବାସୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇବା କ୍ଷେତ୍ରରେ ଆଗକୁ ବଢୁଛୁ ।"

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.