ETV Bharat / state

ଗତି ହିଁ ଶକ୍ତି: ସ୍କୁଟର ଯୋଜନାର ଶୁଭାରମ୍ଭ, ୨ ଲକ୍ଷ ମିଶନ ଶକ୍ତି ମହିଳା ପାଇବେ ଋଣ

author img

By ETV Bharat Odisha Team

Published : Oct 11, 2023, 5:19 PM IST

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ଗତି ହିଁ ଶକ୍ତି । ଗତି ହିଁ ସଶକ୍ତିକରଣ । ଆମର ସ୍କୁଟର ଯୋଜନା ମା’ମାନଙ୍କ ଯାତାୟତକୁ ସୁବିଧା କରିବ । ବୃତ୍ତିଗତ କ୍ଷେତ୍ରରେ ମଧ୍ୟ ନୂଆ ସୁଯୋଗ ଆଣିବ । ମା’ମାନେ ବହୁତ ଭଲ କାମ କରୁଛନ୍ତି । ମୋର ପୁରା ବିଶ୍ବାସ ମା’ମାନେ ଏବେ ଆହୁରି ଭଲ କାମ କରିବେ । ୭୦ ଲକ୍ଷ ମା’ମାନଙ୍କ ନିଜର ଅନୁଷ୍ଠାନ ମିଶନ ଶକ୍ତି ଆହୁରି ମଜବୁତ ହେବ । ଅଧିକ ପଢନ୍ତୁ

ଗତି ହିଁ ଶକ୍ତି; ସ୍କୁଟର ଯୋଜନାର ଶୁଭାରମ୍ଭ, ୨ ଲକ୍ଷ ମିଶନ ଶକ୍ତି ମହିଳା ପାଇବେ ଋଣ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମିଶନ ଶକ୍ତି ସ୍କୁଟର ଯୋଜନାର ଶୁଭାରମ୍ଭ କରିଛନ୍ତି । କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟରେ ଆଜି ସ୍କୁଟର ପାଇଲେ ୧୫ ହଜାର ମା’ । ୨ ଲକ୍ଷ ମିଶନ ଶକ୍ତି ମା’ ଓ ତୃଣମୂଳ ଷ୍ଟାଫ ପାଇବେ ସ୍କୁଟର ଋଣ । ଆଉ ଏହି ସୁଧ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ । ମା’ମାନେ ଓଡିଶା ପାଇଁ ନୂଆ ଗତି, ଶକ୍ତି ଓ ପ୍ରଗତି ଆଣିଛନ୍ତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ଲୋକସେବା ଭବନ କନଭେନସନ ସେଣ୍ଟରରେ ଆୟୋଜିତ ହୋଇଛି ରାଜ୍ୟସ୍ତରୀୟ ସ୍କୁଟି ଯୋଜନା କାର୍ଯ୍ୟକ୍ରମ । ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମହିଳା ସଶକ୍ତିକରଣ କ୍ଷେତ୍ରରେ ଆଜି ଦିନଟି ସବୁଠାରୁ ଗୁରୁତ୍ବପୂର୍ଣ୍ଣ ହୋଇ ରହିବ । ମା’ମାନଙ୍କ ସଶକ୍ତିକରଣ କ୍ଷେତ୍ରରେ ଆଜି ଆମେ ଆଉ ଏକ ପାଦ ଆଗକୁ ଆସିଲୁ । ମିଶନ ଶକ୍ତି ମା’ ମାନଙ୍କୁ ସ୍କୁଟର କିଣିବା ପାଇଁ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଯୋଗାଇ ଦେଉଛୁ । ସେମାନଙ୍କର ଏହି ଋଣ ବାବଦକୁ ୫୨୮ କୋଟି ଟଙ୍କାର ସୁଧ ରାଜ୍ୟ ସରକାର ଦେବେ । ଏହି ଯୋଜନାରେ ୨ ଲକ୍ଷରୁ ଅଧିକ ସ୍ବୟଂସହାୟକ ଗୋଷ୍ଠୀର ମା’ ମାନେ ସ୍କୁଟର ପାଇବେ । ଆଜି ଏହି ଯୋଜନାର ଶୁଭାରମ୍ଭରେ ୧୫ ହଜାର ମା’ଙ୍କୁ ସ୍କୁଟର ଦିଆଯାଇଛି ।

ଅଧିକ ପଢନ୍ତୁ- Odisha Cabinet: ମିଶନ ଶକ୍ତି ସ୍କୁଟର ଯୋଜନାକୁ ମୋହର, ବିନା ସୁଧରେ ଲକ୍ଷେ ଟଙ୍କା ଋଣ

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ଗତି ହିଁ ଶକ୍ତି । ଗତି ହିଁ ସଶକ୍ତିକରଣ । ଆମର ସ୍କୁଟର ଯୋଜନା ମା’ମାନଙ୍କ ଯାତାୟତକୁ ସୁବିଧା କରିବ । ବୃତ୍ତିଗତ କ୍ଷେତ୍ରରେ ମଧ୍ୟ ନୂଆ ସୁଯୋଗ ଆଣିବ । ମା’ମାନେ ବହୁତ ଭଲ କାମ କରୁଛନ୍ତି । ମୋର ପୁରା ବିଶ୍ବାସ ମା’ମାନେ ଏବେ ଆହୁରି ଭଲ କାମ କରିବେ । ୭୦ ଲକ୍ଷ ମା’ମାନଙ୍କ ନିଜର ଅନୁଷ୍ଠାନ ମିଶନ ଶକ୍ତି ଆହୁରି ମଜବୁତ ହେବ । ମା’ମାନଙ୍କ ଗତିଶୀଳତା ଓଡିଶାର ପ୍ରଗତିକୁ ନୂଆ ବେଗ ଦେବ । ମିଶନ ଶକ୍ତି ମା’ମାନଙ୍କୁ ସରକାରୀ କାମ ଦେବାରେ ଦେଶରେ ଓଡିଶା ଏକମାତ୍ର ରାଜ୍ୟ ।

ମୁଖ୍ୟମନ୍ତ୍ରୀ ବ୍ଲକ ଓ ଜିଲ୍ଲା ସ୍ତରୀୟ ମିଶନ ଶକ୍ତି ଫେଡେରେସନକୁ ସରକାରୀ କାର୍ଯ୍ୟ ପାଇଁ ଯାନ ସୁବିଧା ଯୋଗାଇ ଦେବା ବାବଦରେ ଘୋଷଣା କରିଛନ୍ତି । ଯାନ ସୁବିଧା ବଳରେ ସେମାନଙ୍କର ଦକ୍ଷତା ବୃଦ୍ଧି ହେବ । ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟମାନଙ୍କୁ ଉଦ୍ୟୋଗୀଭାବେ ପରିଣତ କରିବା ଆମର ଲକ୍ଷ୍ୟ । ଏଥିପାଇଁ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୧୫୦ କୋଟି ଟଙ୍କାର ସୁଧ ସହାୟତା ସିଧା ସଳଖ ଦିଆଯାଉଛି । ମୁଖ୍ୟମନ୍ତ୍ରୀ ଖୋର୍ଦ୍ଧା ଜିଲ୍ଲାର ମା’ ମଙ୍ଗଳା ଏସଏଚଜି ଓ କଟକ ଜିଲ୍ଲାର ଜୟ ଶ୍ରୀରାମ ଏସଏଚଜିକୁ ସୁଧ ବାବଦ ଚେକ ହସ୍ତାନ୍ତର କରିଛନ୍ତି । ମା’ମାନଙ୍କ ଉପରେ ମୋର ପୂରା ବିଶ୍ବାସ ଅଛି । ମା’ମାନେ ହିଁ ଆଣିଛନ୍ତି ଓଡିଶା ପାଇଁ ନୂଆ ଗତି, ଶକ୍ତି ଓ ପ୍ରଗତି ।

ମିଶନ ଶକ୍ତି ବିଭାଗର ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ କହିଛନ୍ତି ଯେ, ଗତିଶୀଳତା ହିଁ ସଶକ୍ତିକରଣ । ଏହାକୁ ପାଥେୟ କରି ମୁଖ୍ୟମନ୍ତ୍ରୀ ଏହି ଐତିହାସିକ ମିଶନ ଶକ୍ତି ସ୍କୁଟର ଯୋଜନା ଆରମ୍ଭ କରିଛନ୍ତି । ଏହି ଯୋଜନା ମାଧ୍ୟମରେ ୨ ଲକ୍ଷ Community Support Staff, Business Correspondent Agent ଏବଂ Executive Committee Member ସେମାନଙ୍କ ପସନ୍ଦ ମୁତାବକ ସ୍କୁଟର କିଣିବା ପାଇଁ ବିନା ସୁଧରେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବ୍ୟାଙ୍କ ଋଣ ପାଇବେ । ଏହି ପଦକ୍ଷେପ ମିଶନ ଶକ୍ତି ଫେଡେରେସନ ସହିତ କାର୍ଯ୍ୟରତ ‌ଓ ଏହା ଅଧିନରେ କାର୍ଯ୍ୟରତ ସଦସ୍ୟାମାନଙ୍କ ଯାତାୟତକୁ ସୁଗମ କରିବା ସହିତ ସେମାନଙ୍କ କାର୍ଯ୍ୟଦକ୍ଷତା ବୃଦ୍ଧି ଦିଗରେ ସହାୟକ ହେବ ।

ବିଭାଗୀୟ କମିଶନର ତଥା ଶାସନ ସଚିବ ସୁଜତା ଆର କାର୍ତ୍ତିକେୟନ କାର୍ଯ୍ୟକ୍ରମରେ ସ୍ବାଗତ ଭାଷଣ ଦେଇଛନ୍ତି । ସେ କହିଛନ୍ତି ଯେ, ଆଜି ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଗୋଟିଏ ଯୁଗାନ୍ତକାରୀ ପଦକ୍ଷେପର ଉଦଘାଟନ ହେଲା । ୧୫ ହଜାର ଏସଏଚଜି ମା’ ସ୍କୁଟର ନେଇଛନ୍ତି । ୨ ଲକ୍ଷ Community Support ମା’ ପର୍ଯ୍ୟାୟକ୍ରମେ ସ୍କୁଟର ନେବେ । ଏହି ଯୋଜନାରେ ଉପକୃତ ହେବେ । ଆମର Executive Committee Member ମାନେ ହେଲେ ମିଶନ ଶକ୍ତିର ସେନାପତି । ସେମାନେ ମିଶନ ଶକ୍ତିକୁ ନୂଆ ଦିଗ ଦେଉଛନ୍ତି । ଏହି ସ୍କୁଟର ହେଉଛି ମିଶନ ଶକ୍ତି ମା’ ମାନଙ୍କ ପରିଚୟର ପ୍ରତୀକ । ଦକ୍ଷତାର ପ୍ରତୀକ ।

କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, 5ଟି ସଚିବ ଭି.କେ ପାଣ୍ଡିଆନ, ମିଶନ ଶକ୍ତିର ଉପଦେଷ୍ଟା ଲୋପାମୁଦ୍ରା ବକ୍ସିପାତ୍ର ଏବଂ ଗିତାଞ୍ଜଳୀ ବସ୍ତିଆ ଉପସ୍ଥିତ ଥିଲେ । ରାଜ୍ୟର ପ୍ରତ୍ୟେକ ଜିଲ୍ଲା ଓ ବ୍ଲକ ସଂଘର ସଦସ୍ୟାମାନେ ଭିସି ମାଧ୍ୟମରେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ବିଭାଗୀୟ ନିର୍ଦ୍ଦେଶକ ଏନ. ତିରୁମାଲା ନାୟକ ଧନ୍ୟବାଦ ଦେଇଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.