ETV Bharat / state

‘ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା’ର ଶୁଭାରମ୍ଭ - ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା

ଲୋକସେବା ଭବନସ୍ଥିତ କନ୍ଭେନ୍ସନ ସେଣ୍ଟରରେ ଆୟୋଜିତ ହୋଇଛି ଏହି କାର୍ଯ୍ୟକ୍ରମ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପୁଷ୍ଟି ସହିତ ସମୃଦ୍ଧିର ଗଭୀର ସମ୍ପର୍କ ରହିଛି । ତେଣୁ ପୁଷ୍ଟିର ଉନ୍ନତି ଜରିଆରେ ଆମେ ବିକାଶର ଲକ୍ଷ୍ୟ ପୂରଣ କରିପାରିବା । ପରିବାରକୁ ଉପଯୁକ୍ତ ପୁଷ୍ଟି କେବଳ ମା’ ହିଁ ଦେଇ ପାରିବ । ତେଣୁ ଏହି କାର୍ଯ୍ୟକ୍ରମର ସଫଳତା ମା’ଙ୍କ ଉପରେ ନିର୍ଭର କରେ । ଅଧିକ ପଢନ୍ତୁ

‘ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା’ର ଶୁଭାରମ୍ଭ

author img

By ETV Bharat Odisha Team

Published : Sep 14, 2023, 11:00 PM IST

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ମା’, କିଶୋରୀ ଝିଅ ଓ ଶିଶୁମାନଙ୍କ ଉପଯୁକ୍ତ ପୁଷ୍ଟିସାଧନ ଉଦ୍ଦେଶ୍ୟରେ ‘ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା’ର ଶୁଭାରମ୍ଭ କରିଛନ୍ତି । ଏହା ସହିତ ମୁଖ୍ୟମନ୍ତ୍ରୀ ‘ପଡା ପୁଷ୍ଟି’ କାର୍ଯ୍ୟକ୍ରମ ମଧ୍ୟ ଆରମ୍ଭ କରିଛନ୍ତି । ଏହି ଯୋଜନାରେ ସାରା ରାଜ୍ୟରେ ୧୫ ରୁ ୧୯ ବର୍ଷ ବୟସର ସମସ୍ତ କିଶୋରୀ ବାଳିକାମାନଙ୍କୁ ପୁଷ୍ଟି ସହାୟତା ପ୍ରଦାନ କରାଯିବ । ଏହା ସହିତ ଗର୍ଭବତୀ ମହିଳା ଓ ପ୍ରସୂତୀ ମା’ମାନଙ୍କ ପାଇଁ ଅଧିକ ଶୁଖିଲା ଖାଦ୍ୟର ବ୍ୟବସ୍ଥା, ଅତିଶୟ ପୁଷ୍ଟିହୀନ ପିଲାମାନଙ୍କ ପାଇଁ ସମ୍ପୂର୍ଣ୍ଣ ଆହାର, ମଧ୍ୟମ ପୁଷ୍ଟିହୀନ ପିଲା ଏବଂ ଅତିଶୟ କମ ଓଜନର ପିଲାମାନଙ୍କ ପାଇଁ ଭିଟାମିନଯୁକ୍ତ ଛତୁଆ ଓ ଅଣ୍ଡା ପ୍ରଦାନର ବ୍ୟବସ୍ଥା ରହିଛି । ‘ପଡା ପୁଷ୍ଟି’ ଯୋଜନାରେ ଦୁର୍ଗମ ତଥା ଆଦିବାସୀ ଅଞ୍ଚଳର ପିଲାମାନଙ୍କୁ ସେମାନଙ୍କ ପଡା ତଥା ଗ୍ରାମରେ ଉତ୍ତମ ରନ୍ଧା ଖାଦ୍ୟ ଯୋଗାଇ ଦିଆଯିବ ।

  • ରାଜ୍ୟରେ ସମ୍ପୂର୍ଣ୍ଣ ପୁଷ୍ଟି ସାଧନ ସୁନିଶ୍ଚିତ କରିବା ପାଇଁ 'ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି' ଓ 'ପଡା ପୁଷ୍ଟି' ଯୋଜନାର ଶୁଭାରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ @Naveen_Odisha ଏହାର ଶୁଭାରମ୍ଭ କରି 'ଉତ୍ତମ ପୋଷଣ, ସୁସ୍ଥ ଜୀବନ'ର ବାର୍ତ୍ତା ଦେଇଛନ୍ତି। ଏହା ଅଧୀନରେ ରାଜ୍ୟର ମା’, କିଶୋରୀ ଓ ଶିଶୁମାନଙ୍କ ପୁଷ୍ଟିସାଧନ ପାଇଁ… pic.twitter.com/4shMgAk86O

    — CMO Odisha (@CMO_Odisha) September 14, 2023 " class="align-text-top noRightClick twitterSection" data=" ">

ଲୋକସେବା ଭବନସ୍ଥିତ କନ୍ଭେନ୍ସନ ସେଣ୍ଟରରେ ଆୟୋଜିତ ହୋଇଛି ଏହି କାର୍ଯ୍ୟକ୍ରମ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପୁଷ୍ଟି ସହିତ ସମୃଦ୍ଧିର ଗଭୀର ସମ୍ପର୍କ ରହିଛି । ତେଣୁ ପୁଷ୍ଟିର ଉନ୍ନତି ଜରିଆରେ ଆମେ ବିକାଶର ଲକ୍ଷ୍ୟ ପୂରଣ କରିପାରିବା । ପରିବାରକୁ ଉପଯୁକ୍ତ ପୁଷ୍ଟି କେବଳ ମା’ ହିଁ ଦେଇ ପାରିବ । ତେଣୁ ଏହି କାର୍ଯ୍ୟକ୍ରମର ସଫଳତା ମା’ଙ୍କ ଉପରେ ନିର୍ଭର କରେ । ଆମ ଅଙ୍ଗନବାଡି କର୍ମୀ ଓ ମିଶନ ଶକ୍ତି ମା’ମାନଙ୍କର ମଧ୍ୟ ଏହି କାର୍ଯ୍ୟକ୍ରମର ସଫଳତା ପାଇଁ ଗୁରୁଦାୟିତ୍ୱ ରହିଛି ।ଓଡିଶା ଦେଶର ପ୍ରଥମ ରାଜ୍ୟ ଭାବେ ୨୦୨୦-୨୧ ବର୍ଷରୁ ପୁଷ୍ଟି ବଜେଟ ପରିକଳ୍ପନା କରିଛି । ମମତା ଯୋଜନାରେ ରାଜ୍ୟର ଗର୍ଭବତୀ ମହିଳା ଓ ନବଜାତ ଶିଶୁମାନଙ୍କ ସ୍ବାସ୍ଥ୍ୟର ଉପଯୁକ୍ତ ଯତ୍ନ ନିଆଯାଉଛି ।

ଏହାବି ପଢନ୍ତୁ- ମୋ ଜଙ୍ଗଲ ଜମି ଯୋଜନାର ଶୁଭାରମ୍ଭ, ଜନଜାତିଙ୍କ ବିକାଶରେ ସୃଷ୍ଟି କରିବ ନୂଆ ମାଇଲଷ୍ଟୋନ: ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ‘ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା’ ଏ କ୍ଷେତ୍ରକୁ ଅଧିକ ସୁଦୃଢ କରିବ । ଏହି ଯୋଜନା ଦ୍ବାରା ରାଜ୍ୟର ପ୍ରତ୍ୟେକ ମହିଳା ଓ ଶିଶୁ ସ୍ବାସ୍ଥ୍ୟବାନ ହୋଇପାରିବେ । ଏହା ଦ୍ବାରା ଆମେ ସମୃଦ୍ଧି ପଥରେ ଆଗେଇବା ସହିତ ଆମ ଲକ୍ଷ୍ୟ ହାସଲରେ ସଫଳ ହେବ । 5ଟିର ପାଞ୍ଚଟି ଉପାଦାନର ପ୍ରୟୋଗରେ ମହିଳା ଓ ଶିଶୁ ବିକାଶ ବିଭାଗ ତୃଣମୂଳ ସ୍ତରରେ ସମସ୍ତଙ୍କୁ ସଂଶ୍ଳିଷ୍ଟ କରି ଏହି ଯୋଜନାର ସଫଳ କାର୍ଯ୍ୟକାରିତା ପାଇଁ କାର୍ଯ୍ୟ କରିବ ବୋଲି ମୁଁ ଦୃଢ ନିଶ୍ଚିତ । ଆମ ସମସ୍ତଙ୍କ ସମ୍ମିଳିତ ଉଦ୍ୟମ ହିଁ ଲୋକମାନଙ୍କୁ ଉନ୍ନତ ସ୍ବାସ୍ଥ୍ୟ ଓ ଉନ୍ନତ ପୁଷ୍ଟି ଯୋଗାଇ ଦେଇ ସାମଗ୍ରୀକ ବିକାଶକୁ ଆହୁରି ଆଗକୁ ନେବ ।

  • ସେହିପରି ‘ପଡା ପୁଷ୍ଟି’ ଯୋଜନାରେ ଦୁର୍ଗମ ତଥା ଆଦିବାସୀ ଅଞ୍ଚଳର ପିଲାମାନଙ୍କୁ ସେମାନଙ୍କ ପଡା ତଥା ଗ୍ରାମରେ ଉତ୍ତମ ରନ୍ଧା ଖାଦ୍ୟ ଯୋଗାଇ ଦିଆଯିବ। ଏଥିରେ ଅଙ୍ଗନବାଡି କର୍ମୀ ଓ ମିଶନ ଶକ୍ତି ମା’ମାନେ ଗୁରୁଦାୟିତ୍ୱ ନିର୍ବାହ କରିବେ। ପୁଷ୍ଟି ସହିତ ସମୃଦ୍ଧିର ଗଭୀର ସମ୍ପର୍କ ରହିଛି ବୋଲି ଉଲ୍ଲେଖ କରି ପୁଷ୍ଟିର ଉନ୍ନତି ଜରିଆରେ ଆମେ… pic.twitter.com/qCvIvjALiw

କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବେ ଯୋଗ ଦେଇଛନ୍ତି ବିଭାଗୀୟ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ । ସେ କହିଛନ୍ତି ଯେ, ‘ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା’ ଆମ ପାଇଁ ଏକ ମିଶନ । ଏହି ଯୋଜନା ସମଗ୍ର ଓଡିଶାବାସୀଙ୍କ ଜୀବନ ଓ ଭବିଷ୍ୟତକୁ ଉନ୍ନତ କରିବ । ଉନ୍ନୟନ କମିଶନର ଅନୁ ଗର୍ଗ କହିଛନ୍ତି ଯେ, ପୁଷ୍ଟି ସୂଚକାଙ୍କରେ ଧିରେ ଧିରେ ଆମେ ଉପରକୁ ଉଠୁଛୁ । ଜାତୀୟ ସ୍ତରରେ ମଧ୍ୟ ଏ କ୍ଷେତ୍ରରେ ଓଡିଶା ଭଲ ସ୍ଥିତିରେ ରହିଛି । ପୁଷ୍ଟି ସାଧନ କ୍ଷେତ୍ରରେ ରୂପାନ୍ତର ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା ସମୟୋପଯୋଗୀ ପଦକ୍ଷେପ ବୋଲି ସେ ବର୍ଣ୍ଣନା କରିଛନ୍ତି । 5T ସଚିବ ଭି.କେ. ପାଣ୍ଡିଆନ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମରେ ବିଭାଗୀୟ କମିଶନର ତଥା ଶାସନ ସଚିବ ଶୁଭା ଶର୍ମା ସ୍ବାଗତ ଭାଷଣ ଦେଇଥିବା ବେଳେ ନିର୍ଦ୍ଦେଶକ ଲିଙ୍ଗରାଜ ପଣ୍ଡା ଧନ୍ୟବାଦ ଅର୍ପଣ କରିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.