ETV Bharat / state

194 କୋଟିରେ 5685 ପ୍ରକଳ୍ପ, ଖୋର୍ଦ୍ଧା ଏବଂ ଜଗତସିଂହପୁରରେ ଆମ ଓଡ଼ିଶା ନବୀନ ଓଡିଶାର ଶୁଭାରମ୍ଭ - ଖୋର୍ଦ୍ଧା ଏବଂ ଜଗତସିଂହପୁରରେ ଶୁଭାରମ୍ଭ

ଖୋର୍ଦ୍ଧା ଏବଂ ଜଗତସିଂହପୁର ଜିଲ୍ଲାରେ ଆରମ୍ଭ ହେଲା "ଆମ ଓଡିଶା ନବୀନ ଓଡିଶା" କାର୍ଯ୍ୟକ୍ରମ । ଖୋର୍ଦ୍ଧାର 7ଟି ନିର୍ବାଚନମଣ୍ଡଳୀ ପାଇଁ ୯୫ କୋଟି ଟଙ୍କାର ୨୭୬୩ଟି ପ୍ରକଳ୍ପ ଏବଂ ଜଗତସିଂହପୁରର ୪ଟି ନିର୍ବାଚନ ମଣ୍ଡଳୀ ପାଇଁ ୯୯ କୋଟି ଟଙ୍କାର ୨୯୨୨ ପ୍ରକଳ୍ପକୁ ମଞ୍ଜୁର । ଆଗକୁ ପଢନ୍ତୁ

ଖୋର୍ଦ୍ଧା ଏବଂ ଜଗତସିଂହପୁରରେ ଆମ ଓଡ଼ିଶା ନବୀନ ଓଡିଶା କାର୍ଯ୍ୟକ୍ରମର ଶୁଭାରମ୍ଭ

author img

By ETV Bharat Odisha Team

Published : Oct 27, 2023, 8:00 AM IST

ଭୁବନେଶ୍ବର: ଖୋର୍ଦ୍ଧା ଏବଂ ଜଗତସିଂହପୁର ଜିଲ୍ଲାରେ ଆରମ୍ଭ ହେଲା "ଆମ ଓଡିଶା ନବୀନ ଓଡିଶା" କାର୍ଯ୍ୟକ୍ରମ । ଭର୍ଚୁଆଲ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ଖୋର୍ଦ୍ଧାର 7ଟି ନିର୍ବାଚନମଣ୍ଡଳୀ ପାଇଁ ୯୫ କୋଟି ଟଙ୍କାର ୨୭୬୩ଟି ପ୍ରକଳ୍ପ ଏବଂ ଜଗତସିଂହପୁରର ୪ଟି ନିର୍ବାଚନ ମଣ୍ଡଳୀ ପାଇଁ ୯୯ କୋଟି ଟଙ୍କାର ୨୯୨୨ ପ୍ରକଳ୍ପକୁ ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ। ତେବେ ପ୍ରତି ପଞ୍ଚାୟତ ଏହି ଯୋଜନା ମାଧ୍ୟମରେ ୫୦ ଲକ୍ଷ ଟଙ୍କା ପାଇବେ।

ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ । ଆଜି ଭୁବନେଶ୍ବରରୁ ଭର୍ଚୁଆଲ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ପଞ୍ଚମ ଦିନରେ ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା ।

ଏହାମଧ୍ୟ ପଢନ୍ତୁ..ଆମ ଓଡ଼ିଶା ନବୀନ ଓଡିଶାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ଖୋର୍ଦ୍ଧାରେ 2763 ପ୍ରକଳ୍ପର ଶିଳାନ୍ୟାସ

ଏଥିପାଇଁ ଖୋର୍ଦ୍ଧା ଜିଲ୍ଲାର ୭ଟି ନିର୍ବାଚନମଣ୍ଡଳୀକୁ ୯୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ । ଖୋର୍ଦ୍ଧାର ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା ଜୟଦେବ, ଭୁବନେଶ୍ୱର ଉତ୍ତର, ଏକାମ୍ର ଭୁବନେଶ୍ୱର, ଜଟଣୀ, ବେଗୁନିଆ, ଖୋର୍ଦ୍ଧା ଓ ଚିଲିକା । ଏହିସବୁ ନିର୍ବାଚନମଣ୍ଡଳୀର ୧୦ଟି ବ୍ଲକ୍‌‌ରେ ୧୯୦ଟି ଗ୍ରାମ ପଞ୍ଚାୟତରେ ୨୭୬୩ଟି ପ୍ରକଳ୍ପ ହେବ। ସେହିପରି ଜଗତସିଂହପୁର ଜିଲ୍ଲାର ୪ଟି ନିର୍ବାଚନମଣ୍ଡଳୀ ପାଇଁ ୯୯ କୋଟି ଟଙ୍କା ମଂଜୁର ହୋଇଛି। ଏହିସବୁ ନିର୍ବାଚନମଣ୍ଡଳୀ ଗୁଡିକ ହେଲା ପାରାଦୀପ, ତିର୍ତ୍ତୋଲ, ବାଲିକୁଦା-ଏରସମା ଓ ଜଗତସିଂହପୁର। ଏଥିରେ ୮ଟି ବ୍ଲକ୍‌ର ୧୯୮ଟି ଗ୍ରାମପଞ୍ଚାୟତରେ ୨୯୨୨ ଟି ପ୍ରକଳ୍ପ କରାଯିବ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି,'ସବୁ ଗାଁର ବିକାଶ ଆମର ଲକ୍ଷ୍ୟ। ଗାଁରେ ସମସ୍ତଙ୍କୁ ମିଳିବ ବିକାଶର ଗ୍ୟାରେଣ୍ଟି । ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ବାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ। ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ। ବିକଶିତ ଗାଁ ହେବ ଆଧୁନିକ ଓଡିଶାର ପରିଚୟ। ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ । ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ । ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧରମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।'

ଏହାମଧ୍ୟ ପଢନ୍ତୁ..CM Visit to Kalahandi: କଳାହାଣ୍ଡି ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ, ତେଜିଲା ରାଜନୀତି

ସେ ଆଉ ମଧ୍ୟ କହିଛନ୍ତି, "ଗାଁରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ । ଗାଁରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ । ବିଜ୍ଞାନ ପାର୍କ ହେବ । ଦକ୍ଷତା ବିକାଶ କେନ୍ଦ୍ର ହେବ । Works hub ହେବ । ବ୍ୟାଙ୍କିଂ ସୁବିଧା ମିଳିବ। ଏହି କାର୍ଯ୍ୟକ୍ରମରେ ଗାଁର ପ୍ରାଥମିକ ବିଦ୍ୟାଳୟଗୁଡିକ ମଧ୍ୟ ସାମିଲ ହେବ । ଏହା ଆମର ଯୁବ ସମାଜ ପାଇଁ, ମା’ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡିଶାର ପରିଚୟକୁ ଆହୁରି ଉଜ୍ଜଳ କରିବ। ଏହି ନୂଆ ଓଡିଶାରେ ଆମର ଭିତ୍ତିଭୂମି ସୁଦୃଢ ହେବ ଓ ଡେଣା ଶକ୍ତ ହେବ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନା ସାକାର ହେବ ।"

ଅନ୍ୟପଟେ ଜନ ଅଭିଯୋଗ ଶୁଣାଣି ଭିତ୍ତିରେ ଦୁଇଟି ଜିଲ୍ଲାର ୯୨ଟି ଗୁରୁତ୍ବପୂର୍ଣ୍ଣ ବିକାଶମୂଳକ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୧୩୨୧.୬୭ କୋଟି ମଞ୍ଜୁର କରିଥିବା ନେଇ ମଧ୍ୟ ସୂଚନା ଦେଇଥିଲେ । ଏଥିରେ ଅନେକ ମଠ, ମନ୍ଦିର, ଶିକ୍ଷାନୁଷ୍ଠାନ ସାମିଲ ରହିଛି । ତେବେ ଏହି କାର୍ଯ୍ୟକ୍ରମରେ ଖୋର୍ଦ୍ଧା ଜିଲ୍ଲାର ୭ଟି ଓ ଜଗତସିଂହପୁର ଜିଲ୍ଲାର ୪ଟି ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା । 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରି ରୂପାନ୍ତର କାର୍ଯ୍ୟ ଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିଛି ବୋଲି କହିଥିଲେ ।

ଏହାମଧ୍ୟ ପଢନ୍ତୁ..VK Pandian VRS: ଚାକିରୀ ସହ ରାଜନୀତିକୁ ବିରୋଧ କରିଥିଲୁ, ବ୍ୟକ୍ତି ବିଶେଷକୁ ନୁହେଁ: ବିଜେପି ସଭାପତି

ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ସହିତ ଜନ ଅଭିଯୋଗ ଶୁଣାଣି ଭିତ୍ତିରେ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସବୁ ଜିଲ୍ଲା ପାଇଁ ଅର୍ଥ ମଞ୍ଜୁର କରିଛନ୍ତି। ଖୋର୍ଦ୍ଧା ଜିଲ୍ଲାର ବେଗୁନିଆ ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ୮ଟି ପ୍ରକଳ୍ପ ପାଇଁ ୩୪.୩୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏହା ସହିତ ବେଗୁନିଆ ହସ୍ପିଟାଲକୁ ଉପଖଣ୍ଡ ହସ୍ପିଟାଲ ଭାବେ ଉନ୍ନିତ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି ବୋଲି ସେ ସୂଚନା ଦେଇଥିଲେ ।

ସେହିପରି ବୋଲଗଡର ପରମାନନ୍ଦ ମହାବିଦ୍ୟାଳୟର ରୂପାନ୍ତର ପାଇଁ ୨.୨୫ କୋଟି ଟଙ୍କା ଓ ବେଗୁନିଆ କଲେଜ ପାଇଁ ୧.୭୫ କୋଟି ଟଙ୍କା, ଭୁବନେଶ୍ବର ଏକାମ୍ର ନିର୍ବାଚନ ମଣ୍ଡଳୀରେ ୮ଟି ପ୍ରକଳ୍ପ ପାଇଁ ୫୫୦ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏଥିରେ ବରମୁଣ୍ଡା ବସ୍‌ ଟର୍ମିନାଲ ସହିତ ବିଜେବି କଲେଜ, ରାଜଧାନୀ କଲେଜ ଓ କମଳାନେହେରୁ କଲେଜର ରୂପାନ୍ତର ପାଇଁ ୬.୨୫ କୋଟି ଟଙ୍କା ମଞ୍ଜୁର କରାଯାଇଛି ।

ସେହିପରି ଜୟଦେବ ନିର୍ବାଚନ ମଣ୍ଡଳୀରେ ୧୧ଟି ପ୍ରକଳ୍ପ ପାଇଁ ୧୬୮.୮୭ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏଥିରେ ଶିଶୁଅନନ୍ତ ମହାବିଦ୍ୟାଳୟ, ପ୍ରତାପ ଶାସନ କଲେଜ, ବୁଦ୍ଧନାଥ ମନ୍ଦିର, କୁଆଖାଇ ଜଗନ୍ନାଥ ମନ୍ଦିର ଓ ଶିଶୁ ଅନନ୍ତ ପୀଠର ରୂପାନ୍ତର ପ୍ରଭୃତି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ରହିଛି । ଖୋର୍ଦ୍ଧା ଜିଲ୍ଲାରେ ୮ଟି ପ୍ରକଳ୍ପ ପାଇଁ ୪୦.୬୭ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏଥିରେ ପାଇକ ଏକାଡେମୀ ତଥା ଗବେଷଣା କେନ୍ଦ୍ର ପ୍ରତିଷ୍ଠା ପାଇଁ ୨ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ପ୍ରାଣନାଥ କଲେଜ, ନିରାକାରପୁର କ୍ଷେତ୍ରବାସୀ ଡିଏଭି କଲେଜ ଓ କାଇପଦର ଶ୍ରୀଜଗନ୍ନାଥ ମନ୍ଦିରର ରୂପାନ୍ତର ପାଇଁ ମଧ୍ୟ ଅର୍ଥ ମଞ୍ଜୁର କରାଯାଇଛି ।

ଏହାମଧ୍ୟ ପଢନ୍ତୁ..Farewell To Ganeshi Lal: ବିଦାୟୀ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର ଉତ୍ତର ନିର୍ବାଚନମଣ୍ଡଳୀରେ ୮ଟି ପ୍ରକଳ୍ପ ପାଇଁ ୨୩ କୋଟି ଟଙ୍କା ମଞ୍ଜୁର ହୋଇଥିବା ବେଳେ ଏଥିରେ ବିଜୁ ପଟ୍ଟନାୟକ କଲେଜ, ଜୟଦେବ କଲେଜ ଓ ରାଜା ମଧୁସୂଦନ ଦେବ ଡିଗ୍ରୀ କଲେଜ ଭଳି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ରହିଛି । ଚିଲିକା ନିର୍ବାଚନ ମଣ୍ଡଳୀରେ ୮ଟି ପ୍ରକଳ୍ପ ପାଇଁ ୬୨.୪୩ କୋଟି ଟଙ୍କା ମଞ୍ଜୁର ହୋଇଥିବା ବେଳେ ଏଥିରେ ଶ୍ରୀ ଚଣ୍ଡେଶ୍ବର ଦେବ ମନ୍ଦିର, ଗୋଦାବରିଶ ମହାବିଦ୍ୟାଳୟ ଓ ବାଲୁଗାଁ ମହାବିଦ୍ୟାଳୟ ଆଦି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ରହିଛି । ଜଟଣୀ ନିର୍ବାଚନମଣ୍ଡଳୀରେ ୮ଟି ପ୍ରକଳ୍ପ ପାଇଁ ୨୮୧.୧୪ କୋଟି ଟଙ୍କା ମଞ୍ଜୁର ହୋଇଥିବା ବେଳେ ଜଟଣୀ କଲେଜର ରୂପାନ୍ତର ଏବଂ ବିଭିନ୍ନ ବେସରକାରୀ ଗୃହନିର୍ମାଣ ପ୍ରକଳ୍ପ ଗୁଡିକୁ ରାସ୍ତା ସଂଯୋଗ ପାଇଁ ଅର୍ଥ ମଞ୍ଜୁର କରାଯାଇଛି ।

ଏହାସହିତ ଜଟଣୀ ଓ ଖୋର୍ଦ୍ଧାର ଖାସମାହାଲ ଜମି ଗୁଡିକର ସମାଧାନ କରି ପଟ୍ଟା ଯୋଗାଇ ଦେବାପାଇଁ ବ୍ୟବସ୍ଥା କରାଯାଇଛି ବୋଲି ପାଣ୍ଡିଆନ ସୂଚନା ଦେଇଥିଲେ । ବେସରକାରୀ ଗୃହ ନିର୍ମାଣ ପ୍ରକଳ୍ପ ଗୁଡିକୁ ରାସ୍ତା ସଂଯୋଗୀକରଣ ଯୋଗୁ ଦେଢ ଲକ୍ଷ ଲୋକ ଉପକାର ପାଇବେ । ସେହିପରି ଖୋର୍ଦ୍ଧା ଜିଲ୍ଲାରେ ୫୭ଟି ପ୍ରକଳ୍ପ ପାଇଁ ୧୧୬୦.୫୦ କୋଟି ଟଙ୍କା ମଞ୍ଜୁର କରାଯାଇଛି ।

ଅନ୍ୟପଟେ ଜଗତସିଂହପୁର ଜିଲ୍ଲାର ଜଗତସିଂହପୁର ନିର୍ବାଚନମଣ୍ଡଳୀରେ ୧୫ଟି ଶିକ୍ଷାନୁଷ୍ଠାନ ପାଇଁ ୧୦ କୋଟି ଓ ୯୧ଟି ଧାର୍ମିକ ଅନୁଷ୍ଠାନ ରୂପାନ୍ତର ପାଇଁ ୪ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହାସହିତ ସ୍ବାମୀ ବିବେକାନନ୍ଦ କଲେଜ, ସ୍ବାମୀ ବିବେକାନନ୍ଦ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଗାଦିବ୍ରହ୍ମ ମହିଳା ମହାବିଦ୍ୟାଳୟ ଓ ମାଛଗାଁ ମୁଖ୍ୟ କେନାଲ ଉପରେ ବକ୍ସ କଣ୍ଡକ୍ଟ ପ୍ରଭୃତି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ପାଇଁ ୩୧.୨୫ କୋଟି ଟଙ୍କା ମଂଜୁର କରାଯାଇଛି ।

ଏହାମଧ୍ୟ ପଢନ୍ତୁ..ଆମ ଓଡିଶା ନବୀନ ଓଡିଶା ତୃତୀୟ ଦିନ: ମୟୂରଭଞ୍ଜ, ବରଗଡ ଓ ଦେବଗଡ ପାଇଁ ୨୭୨ କୋଟି ମଞ୍ଜୁର

ବାଲିକୁଦା ନିର୍ବାଚନ ମଣ୍ଡଳୀରେ ୭ଟି ପ୍ରମୁଖ ପ୍ରକଳ୍ପ ପାଇଁ ୪୯.୬୨ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏଥିରେ ଏରସମା କୁଞ୍ଜବିହାରୀ ମନ୍ଦିର, ବନ୍ଦର ପର୍ଯ୍ୟଟନ ପ୍ରକଳ୍ପ, ବାଲିକୁଦା ଡିଗ୍ରୀ କଲେଜ, ଶିଆଳୀ ବେଳାଭୂମୀର ଉନ୍ନତିକରଣ ଆଦି ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ରହିଛି । ଏହାସହିତ ୭୬ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନର ଉନ୍ନତିକରଣ ପାଇଁ ୧୧.୫୨ କୋଟି ଟଙ୍କା ମଞ୍ଜୁର କରାଯାଇଛି ।

ତିର୍ତ୍ତୋଲ ନିର୍ବାଚନମଣ୍ଡଳୀରେ ୮ଟି ପ୍ରମୁଖ ପ୍ରକଳ୍ପ ପାଇଁ ୨୭.୪୫ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏଥିରେ ପଞ୍ଚଶଖା ଧ୍ୟାନପୀଠ, ଗୋରଖନାଥ ମନ୍ଦିର, ଧଲତାନଗଡ ଜୈବ ବିବିଧତା ପ୍ରକଳ୍ପ, ଆଦିକବି ସାରଳା ଦାସ ଡିଗ୍ରୀ କଲେଜ ଆଦି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ରହିଛି । ଏହାସହିତ ୧୨୧ଟି ଶିକ୍ଷାନୁଷ୍ଠାନ ଏବଂ ଧାର୍ମିକ ଅନୁଷ୍ଠାନ ପାଇଁ ୧୩.୨୫ କୋଟି ଟଙ୍କା ମଞ୍ଜୁର କରାଯାଇଛି । ପାରାଦୀପ ନିର୍ବାଚନମଣ୍ଡଳୀରେ ୪ଟି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ପାଇଁ ୪.୫୮ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏଥିରେ କୁଜଙ୍ଗ ଡିଗ୍ରୀ କଲେଜ, ପାରାଦୀପ ଡିଗ୍ରୀ କଲେଜ, ତାଳଦଣ୍ଡା କେନାଲର ଉନ୍ନତିକରଣ ଆଦି ପ୍ରମୁଖ ପ୍ରକଳ୍ପ ରହିଛି । ସେହିପରି ୫୮ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୯.୫୦ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହିପରି ୩୫ଟି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ପାଇଁ ସମୁଦାୟ ୧୬୧.୧୭ କୋଟି ଟଙ୍କା ମଂଜୁର କରାଯାଇଛି ବୋଲି ପାଣ୍ଡିଆନ ସୂଚନା ଦେଇଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.