ETV Bharat / state

Surjya Patro Death: ସୂର୍ଯ୍ୟ ପାତ୍ରଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ଦିଗପହଣ୍ଡିରେ ହେବ ଶେଷକୃତ୍ୟ - ସୂର୍ଯ୍ୟ ପାତ୍ରଙ୍କ ଅନ୍ତିମ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢନ୍ତୁ

ସୂର୍ଯ୍ୟ ପାତ୍ରଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

author img

By ETV Bharat Odisha Team

Published : Sep 3, 2023, 12:10 PM IST

Updated : Sep 3, 2023, 8:41 PM IST

ସୂର୍ଯ୍ୟ ପାତ୍ରଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଶେଷ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଆଜି ଦିବଙ୍ଗତ ରାଜନେତାଙ୍କ ଭୁବନେଶ୍ବର ନୟାପଲ୍ଲୀ ସ୍ଥିତ ବାସଭବନ ପହଞ୍ଚି ଅନ୍ତିମ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏହାସହିତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି । ସୂର୍ଯ୍ୟ ପାତ୍ରଙ୍କ ପାର୍ଥିବ ଶରୀର ନୟାପଲ୍ଲୀ ଘରୁ ବିଜେଡି ପାର୍ଟି ଅଫିସ ଶଙ୍ଖ ଭବନ ଏବଂ ପରେ ବିଧାନସଭା ଅଣାଯାଇଥିଲା । ସେଠାରେ ଅନ୍ୟ କିଛି ବିଶିଷ୍ଟ ବ୍ୟକ୍ତିମାନେ ଅନ୍ତିମ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଦେଇଥିଲେ । ଏହାପରେ ଆଜି ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ତାଙ୍କର ଅନ୍ତିମ ସଂସ୍କାର କରାଯିବ ।

ବରିଷ୍ଠ ରାଜନେତାଙ୍କ ଅନ୍ତିମ ଦର୍ଶନ ପାଇଁ ଆଜି ସକାଳୁ ତାଙ୍କର ନୟାପଲ୍ଲୀ ଆଇଆରସି ଭିଲେଜରେ ଥିବା ବାସଭବନରେ ସମର୍ଥକ ଓ ଶୁଭେଚ୍ଛୁଙ୍କ ଭିଡ ଲାଗିଛି । ମୁଖ୍ୟମନ୍ତ୍ରୀ ଶେଷ ଦର୍ଶନ କରି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗ ଓଡ଼ିଶା ରାଜନୀତି ପାଇଁ ଅପୂରଣୀୟ କ୍ଷତି ବୋଲି କହିଛନ୍ତି ଏବଂ ଅମର ଆତ୍ମାର ସଦଗତି କାମନା କରିଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଠାରୁ ଆରମ୍ଭ କରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ପ୍ରମୁଖ ତାଙ୍କ ମୃତ୍ୟୁରେ ଗଭୀର ଦୁଃଖ ବ୍ୟକ୍ତ କରିଛନ୍ତି ।

ଏହାମଧ୍ୟ ପଢନ୍ତୁ: MLA Surjya Narayana Patro Passes Away: ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକ

ଏଠାରେ ଉଲ୍ଲେଖଯୋଗ୍ୟ ଯେ, ଗତକାଲି ସନ୍ଧ୍ୟା ୭ଟା ୩୦ରେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ବାସ ତ୍ୟାଗ କରିଥିଲେ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ଦୀର୍ଘ ଦିନ ଧରି ସେ କିଡନୀ ରୋଗରେ ପୀଡିତ ଥିଲେ । ନିଜର ରାଜନୀତି ଜୀବନରେ ସେ ମୋହନାରୁ ୪ ଥର ଓ ଦିଗପହଣ୍ଡିରୁ ୩ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ତାଙ୍କ ମୃତ୍ୟୁ ସାରା ରାଜ୍ୟରେ ଶୋକର ଛାୟା ଖେଳାଇଛି ।

ସୂର୍ଯ୍ୟ ପାତ୍ର ନବୀନ ପଟ୍ଟନାୟକଙ୍କ ବିଭିନ୍ନ ମନ୍ତ୍ରୀ ମଣ୍ଡଳରେ ରାଜସ୍ବ, ଶକ୍ତି, ଯୋଗାଣ, ପରିବେଶ, ସଂସ୍କୃତି ଓ ସୂଚନା ଲୋକସମ୍ପର୍କ ଭଲି ବିଭିନ୍ନ ବିଭାଗରେ ମନ୍ତ୍ରୀ ଥିଲେ । ୨୦୧୬ ନିର୍ବାଚନରେ ବିଜୟୀ ହେବା ପରେ ଷୋଡଶ ବିଧାନସଭାର ବାଚସ୍ପତି ହୋଇଥିଲେ । ବ୍ରହ୍ମପୁର ମ୍ୟୁନିସିପାଲିଟିର କାଉନସିଲର ଭାବେ ସେ ରାଜନୀତିରେ ପ୍ରବେଶ କରିଥିଲେ । ସେ ଅବିଭକ୍ତ ଗଞ୍ଜାମ ଜିଲ୍ଲାର ଜଣେ ଅପ୍ରତିଦ୍ବନ୍ଦୀ ରାଜନେତା ଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

Last Updated : Sep 3, 2023, 8:41 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.