ETV Bharat / state

‘ମୋ ସରକାର’ ସମୀକ୍ଷା: ସ୍ବାସ୍ଥ୍ୟ ଓ ରାଜସ୍ବ ବିଭାଗକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା - ସ୍ବାସ୍ଥ୍ୟ ଓ ରାଜସ୍ବ ବିଭାଗକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଗତକାଲିର ସମୀକ୍ଷାରେ ସ୍ବାସ୍ଥ୍ୟ, ରାଜସ୍ବ, ଗୃହ, କୃଷି ଓ ଅନ୍ୟାନ୍ୟ ବିଭାଗ ମୋ ସରକାର କାର୍ଯ୍ୟକ୍ରମ ଉପରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଉପସ୍ଥାପନା ରଖିଛନ୍ତି । ରାଜସ୍ବ ବିଭାଗରେ ମୋ ସରକାର କାର୍ଯ୍ୟକ୍ରମ ଦ୍ବାରା କାର୍ଯ୍ୟ ଦକ୍ଷତା ବୃଦ୍ଧି ପାଇଛି ବୋଲି ସମୀକ୍ଷାରୁ ଜଣାପଡିଛି । ଲୋକଙ୍କୁ ବିଭିନ୍ନ ସେବା ଯୋଗାଇ ଦେବାର ସମୟ ସୀମା ବହୁତ କମିଛି । ଅଧିକ ପଢନ୍ତୁ

Mo Sarkar Programme
Mo Sarkar Programme
author img

By

Published : May 19, 2023, 7:29 AM IST

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଲି(ଗୁରୁବାର) ରାଜ୍ୟ ସରକାରଙ୍କ ଗୁରୁତ୍ବପୂର୍ଣ୍ଣ ‘ମୋ ସରକାର’ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି । ଅଧିକାରୀ ମାନଙ୍କୁ ନିୟମିତ ଫିଡବ୍ୟାକ ସଂଗ୍ରହ କରିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହିତ ଭଲ ଫିଡବ୍ୟାକକୁ ଭିତ୍ତିକରି ଅଧିକାରୀ ମାନଙ୍କୁ ପ୍ରଶଂସାପତ୍ର ପ୍ରଦାନ କରିବା ସହିତ ଅବହେଳା ପାଇଁ ଦଣ୍ଡ ପ୍ରଦାନ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ସ୍ବାସ୍ଥ୍ୟ ଓ ରାଜସ୍ବ ବିଭାଗ କାର୍ଯ୍ୟକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା ମଧ୍ୟ କରିଛନ୍ତି ।

ଏହି ସମୀକ୍ଷାରେ ସ୍ବାସ୍ଥ୍ୟ, ରାଜସ୍ବ, ଗୃହ, କୃଷି ଓ ଅନ୍ୟାନ୍ୟ ବିଭାଗ ମୋ ସରକାର କାର୍ଯ୍ୟକ୍ରମ ଉପରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଉପସ୍ଥାପନା ରଖିଛନ୍ତି । ରାଜସ୍ବ ବିଭାଗରେ ମୋ ସରକାର କାର୍ଯ୍ୟକ୍ରମ ଦ୍ବାରା କାର୍ଯ୍ୟ ଦକ୍ଷତା ବୃଦ୍ଧି ପାଇଛି ବୋଲି ସମୀକ୍ଷାରୁ ଜଣାପଡିଛି ।ଲୋକଙ୍କୁ ବିଭିନ୍ନ ସେବା ଯୋଗାଇ ଦେବାର ସମୟ ସୀମା ବହୁତ କମିଛି । ପୂର୍ବରୁ ମ୍ୟୁଟେସନ କେସ ଗୁଡିକରେ ଫଇସଲା ପାଇଁ ୧୦୦ରୁ ୧୫୦ ଦିନ ଲାଗୁ ଥିବା ବେଳେ ୨୦୨୩-୨୪ରେ ଏହା ୨୧ ଦିନରୁ କମ ସମୟ ଲାଗୁଛି । ଏପରିକି ୩,୭୦,୦୦୦ ପଟ୍ଟା ୭ ଦିନ ମଧ୍ୟରେ ପ୍ରଦାନ କରାଯାଇଛି । ସେହିପରି ବିଭିନ୍ନ ସାର୍ଟିଫିକେଟ ପ୍ରଦାନ କ୍ଷେତ୍ରରେ ମଧ୍ୟ ଯଥେଷ୍ଟ ଉନ୍ନତି ଆସିଛି ବୋଲି ସୂଚନା ଦିଆଯାଇଛି ।

ଏହାବି ପଢନ୍ତୁ- Modi-Naveen Relations: 2024 ନିର୍ବାଚନ ପୂର୍ବରୁ ଆକଳନ କରିଦେଲେ କି ନବୀନ ?

ରାଜସ୍ବ ବିଭାଗରେ ଫିଡବ୍ୟାକ ଭିତ୍ତିରେ ୬ ଜଣ ଓଏଏସ ଅଧିକାରୀଙ୍କୁ ସମୟ ପୂର୍ବରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ୩୨ ଜଣ ଓଏଏସ ଅଧିକାରୀ ଓ ୧୪ ଜଣ ଓଆରଏସ ଅଧିକାରୀଙ୍କୁ ସସପେଣ୍ଡ କରାଯାଇଛି । ୪ ଜଣ ଓଏଏସ ଅଧିକାରୀଙ୍କୁ ବରଖାସ୍ତ କରାଯାଇଛି । ୧୧ ଜଣ ଓଏଏସ ଅଧିକାରୀଙ୍କ ଗ୍ରାଚ୍ୟୁଇଟି ଓ ପେନସନ ବନ୍ଦ କରାଯାଇଛି । ସେହିପରି ୬୭ ଜଣ ଓଏଏସ ଅଧିକାରୀ ଓ ୩୦ ଜଣ ଓଆରଏସ ଅଧିକାରୀଙ୍କ ବିରୁଦ୍ଧରେ ବିଭାଗୀୟ ପଦକ୍ଷେପ ଗ୍ରହଣ କରାଯାଇଛି ।

ସ୍ବାସ୍ଥ୍ୟ ବିଭାଗର ୯୯ ପ୍ରତିଶତରୁ ଅଧିକ ଫିଡବ୍ୟାକ ଆଉଟଷ୍ଟାଣ୍ଡିଂ ବା ଅତି ଭଲ ଅଛି । ସରକାରୀ ହସ୍ପିଟାଲରେ ମାଗଣା ଚିକିତ୍ସା ମିଳୁଛି । ବେସରକାରୀ ହସ୍ପିଟାଲ ଗୁଡିକରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ରୂପାୟନ କ୍ଷେତ୍ରରେ ସାମାନ୍ୟ ଅବହେଳା ହେଲେ ତୁରନ୍ତ ପଦକ୍ଷେପ ନିଆଯାଉଛି । ପେନସନ ପ୍ରଦାନ ଏବଂ ଅନ୍ୟାନ୍ୟ କ୍ଷେତ୍ରରେ ସବୁ ବ୍ୟବସ୍ଥା ସତ୍ତ୍ବେ ଅବସରପ୍ରାପ୍ତ କର୍ମଚାରୀ ଠିକ ସମୟରେ ପେନସନ ପାଉନାହାନ୍ତି । ତେଣୁ ପ୍ରତ୍ୟେକ ବିଭାଗ ଏହାକୁ ସମୀକ୍ଷା କରି ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ପଦୋନ୍ନତି କ୍ଷେତ୍ରରେ ମଧ୍ୟ ଉନ୍ନତି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ଏହାବି ପଢନ୍ତୁ- IPS Reshuffle; ଅମିତାଭଙ୍କୁ ପରିବହନ ଓ ନରସିଂହଙ୍କୁ ଅବକାରୀ କମିଶନର ଦାୟିତ୍ବ

ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା ୫-ଟି ସଚିବ ଭି.କେ. ପାଣ୍ଡିଆନ କହିଛନ୍ତି ଯେ, ଯେଉଁସବୁ କ୍ଷେତ୍ରରେ ନିୟମିତ ଭାବରେ ଭଲ ଫିଡବ୍ୟାକ ମିଳୁନାହିଁ, ସେ ସବୁ କ୍ଷେତ୍ରରେ ଯୋଜନାର ବ୍ୟବସ୍ଥାକୁ ପରିବର୍ତ୍ତନ କରି ସେଥିରେ ଅଧିକ ଉନ୍ନତି ଆଣିବାର ଆବଶ୍ୟକତା ରହିଛି । ରାଜ୍ୟ ସରକାରଙ୍କ ସବୁ କାର୍ଯ୍ୟକ୍ରମ ଓ ଯୋଜନାକୁ ଦକ୍ଷ ଭାବରେ କାର୍ଯ୍ୟକାରୀ କରିବାର ଉଦ୍ଦେଶ୍ୟ ନେଇ ମୋ ସରକାର ଫିଡବ୍ୟାକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଉନ୍ନୟନ କମିଶନର ଅନୁ ଗର୍ଗ ସ୍ବାଗତ ଭାଷଣ ଦେଇଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.