ETV Bharat / state

ଫୋକସରେ ଅଗ୍ରିଆ ସମାଜ ଭୋଟ, ରାଜଧାନୀରେ ଅଧ ଏକର ଜମି ସହ ୩ କୋଟି ସହାୟତା

author img

By

Published : May 3, 2023, 9:37 PM IST

ଅଗ୍ରିଆ ସମାଜ ଝାରସୁଗୁଡା ତଥା ପଶ୍ଚିମ ଓଡିଶାର ଏକ ପ୍ରମୁଖ ଗୋଷ୍ଠୀ । କୃଷି ଉପରେ ନିର୍ଭର କରୁଥିବା ଏହି ସମାଜର ଲୋକମାନେ ମୁଖ୍ୟତଃ ବରଗଡ, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, କଳାହାଣ୍ଡି, ବଲାଙ୍ଗୀର ଓ ଦେବଗଡ ଆଦି ଜିଲ୍ଲାମାନଙ୍କରେ ବସବାସ କରିଥାନ୍ତି । ସେମାନେ ନିକଟରେ ସେମାନଙ୍କର ବିଭିନ୍ନ ସମସ୍ୟା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଥିଲେ । ଅଧିକ ପଢନ୍ତୁ

ଫୋକ୍ସରେ ଅଗ୍ରିଆ ସମାଜ ଭୋଟ, ରାଜଧାନୀରେ ଅଧ ଏକର ଜମି ସହ ୩ କୋଟି ସହାୟତା

ଭୁବନେଶ୍ବର: ଫୋକ୍ସରେ ଅଗ୍ରିଆ ସମାଜ ଭୋଟ । ଅଗ୍ରିଆ ଭୋଟ ବ୍ୟାଙ୍କକୁ ହାତେଇବା ଲାଗି ସରକାର ମାଷ୍ଟର ଷ୍ଟ୍ରୋକ । ଝାରସୁଗୁଡା ଉପନିର୍ବାଚନ ଓ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପଦକ୍ଷେପ । ସମାଜକୁ ଭୁବନେଶ୍ବରରେ ପ୍ରଦାନ କରାଯିବ ଅଧ ଏକର ଜମି ଓ ଭବନ ନିର୍ମାଣ ଲାଗି ଦିଆଯିବ ୩ କୋଟି ଟଙ୍କାର ଆର୍ଥିକ ସହାୟତା । ଏନେଇ ଆସିଥିବା ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ଅଗ୍ରିଆ ସମାଜ ଝାରସୁଗୁଡା ତଥା ପଶ୍ଚିମ ଓଡିଶାର ଏକ ପ୍ରମୁଖ ଗୋଷ୍ଠୀ । କୃଷି ଉପରେ ନିର୍ଭର କରୁଥିବା ଏହି ସମାଜର ଲୋକମାନେ ମୁଖ୍ୟତଃ ବରଗଡ, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, କଳାହାଣ୍ଡି, ବଲାଙ୍ଗୀର ଓ ଦେବଗଡ ଆଦି ଜିଲ୍ଲାମାନଙ୍କରେ ବସବାସ କରିଥାନ୍ତି । ସେମାନେ ନିକଟରେ ସେମାନଙ୍କର ବିଭିନ୍ନ ସମସ୍ୟା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଥିଲେ । ବିଭିନ୍ନ କାର୍ଯ୍ୟକ୍ରମରେ ସେମାନେ ଭୁବନେଶ୍ବର ଆସୁଥିବା ସମୟରେ ରହିବାରେ ଅସୁବିଧା ହେଉଥିବାରୁ ଭୁବନେଶ୍ବର ନିକଟରେ ଏକ ଜାଗା ଦେବା ପାଇଁ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ ।

ଏହାବି ପଢନ୍ତୁ- ପୁଟିନଙ୍କୁ ହତ୍ୟା ଉଦ୍ୟମ ! ରାଷ୍ଟ୍ରପତି ଭବନ ଉପରେ ୟୁକ୍ରେନର ଦୁଇଟି ଡ୍ରୋନକୁ ଖସାଇଲା ମସ୍କୋ

ସେମାନଙ୍କ ଅନୁରୋଧ ତଥା ଅଗ୍ରିଆ ସମାଜର ବୃହତ୍ତର ସ୍ବାର୍ଥକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଭୁବନେଶ୍ବର ନିକଟରେ ଅଗ୍ରିଆ ସମାଜ ପାଇଁ ଅଧ ଏକର ଜମି ଯୋଗାଇବା ଦିଆଯିବ ବୋଲି ଘୋଷଣା କରିଛନ୍ତି । ଏଥିପାଇଁ ଜମି ଚିହ୍ନଟ ଦିଗରେ ପଦକ୍ଷେପ ନେବା ପାଇଁ ମୁଖ୍ୟ ଶାସନ ସଚିବଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏଥି ସହିତ ଅଗ୍ରିଆ ସମାଜ ଭବନ ନିର୍ମାଣ ପାଇଁ ତିନି କୋଟି ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ସ୍ଵତନ୍ତ୍ର ସହାୟତା ପାଣ୍ଠିରୁ ଯୋଗାଇ ଦିଆଯିବ ବୋଲି ଘୋଷଣା କରିଛନ୍ତି ।

ପୂର୍ବରୁ କୁଲତା ସମାଜର ଲୋକମାନଙ୍କ ସୁବିଧା ପାଇଁ ପୁରୀରେ ଧର୍ମଶାଳା ନିର୍ମାଣ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଏକର ଜମି ମଞ୍ଜୁର କରିଛନ୍ତି । ପୁରୀର ସୁନାମୁହିଁ ମଉଜାରେ ଏହି ଜମି ଦିଆଯିବ । ଏହା ସହିତ ପ୍ରସ୍ତାବିତ ଧର୍ମଶାଳା ପାଇଁ ସ୍ବତନ୍ତ୍ର ସମସ୍ୟା ପାଣ୍ଠିରୁ ମଧ୍ୟ ମୁଖ୍ୟମନ୍ତ୍ରୀ ୩ କୋଟି ଟଙ୍କା ମଞ୍ଜୁର କରିଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.