ETV Bharat / state

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପର୍ବ; ବରଗଡରେ ହେବ ୩ ବୃହତ ସେତୁ, ଉପକୃତ ହେବେ ୭ ଲକ୍ଷ ୨୫ ହଜାର

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫ଟି ସଚିବ ଭି.କେ. ପାଣ୍ଡିଆନ ଗତ ଜୁନ ମାସ ୨୬ ଓ ୨୭ ତାରିଖରେ ବରଗଡ ଗସ୍ତ କରିଥିଲେ । ବିଭିନ୍ନ ଉନ୍ନୟନମୂଳକ ଯୋଜନାର ସେ ସମୀକ୍ଷା କରିଥିଲେ । ଏହା ସହିତ ସେ ସାଧାରଣ ଲୋକଙ୍କୁ ଭେଟି ସେମାନଙ୍କ ଅଭିଯୋଗ ଶୁଣିଥିଲେ । ବିଭିନ୍ନ ସ୍ଥାନରେ ଲୋକଙ୍କ ଅନୁରୋଧକୁ ସେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି । ଅଧିକ ପଢନ୍ତୁ

author img

By

Published : Aug 16, 2023, 4:56 PM IST

ବରଗଡରେ ୩ ବୃହତ ସେତୁ, ୩୯ କୋଟି ମଞ୍ଜୁର
ବରଗଡରେ ୩ ବୃହତ ସେତୁ, ୩୯ କୋଟି ମଞ୍ଜୁରବରଗଡରେ ୩ ବୃହତ ସେତୁ, ୩୯ କୋଟି ମଞ୍ଜୁର

ଭୁବନେଶ୍ବର: ବରଗଡ ଜିଲ୍ଲାରେ ୩ଟି ବୃହତ ସେତୁର ନିର୍ମାଣ ପାଇଁ ନିଷ୍ପତ୍ତି ହୋଇଛି । ୩ଟି ବୃହତ ସେତୁ ନିର୍ମାଣକୁ ମଞ୍ଜୁରୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିପାଇଁ ଆବଶ୍ୟକ ଥିବା ୩୯ କୋଟି ଟଙ୍କାଙ୍କୁ ଅନୁମୋଦନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହି ୩ଟି ନୂତନ ସେତୁ ଦ୍ବାରା ଜିଲ୍ଲାର ପ୍ରାୟ ୭.୨୫ ଲକ୍ଷ ଲୋକ ଉପକୃତ ହେବେ । ଏହାଦ୍ବାରା ଜିଲ୍ଲାରେ ଗମନାଗମନର ସୁବିଧା ସହିତ ସାମାଜିକ ସୁବିଧା ସୁଯୋଗ ଓ ଆର୍ଥିକ ଅଭିବୃଦ୍ଧିରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫ଟି ସଚିବ ଭି.କେ. ପାଣ୍ଡିଆନ ଗତ ଜୁନ ମାସ ୨୬ ଓ ୨୭ ତାରିଖରେ ବରଗଡ ଗସ୍ତ କରିଥିଲେ । ବିଭିନ୍ନ ଉନ୍ନୟନମୂଳକ ଯୋଜନାର ସେ ସମୀକ୍ଷା କରିଥିଲେ । ଏହା ସହିତ ସେ ସାଧାରଣ ଲୋକଙ୍କୁ ଭେଟି ସେମାନଙ୍କ ଅଭିଯୋଗ ଶୁଣିଥିଲେ । ବିଭିନ୍ନ ସ୍ଥାନରେ ଲୋକଙ୍କ ଅନୁରୋଧକୁ ସେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି । ଏହା ପରେ ମୁଖ୍ୟମନ୍ତ୍ରୀ ବରଗଡ ଜିଲ୍ଲାରେ ୩ଟି ନୂତନ ବୃହତ ସେତୁର ନିର୍ମାଣ ପାଇଁ ୩୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ମଞ୍ଜୁର ହୋଇଥିବା ୩ଟି ସେତୁ ମଧ୍ୟରେ ବରପାଲିରେ ଗୋଟିଏ ବୃହତ ସେତୁ ରହିଛି । ବରପାଲିର ଜିଲୋଟ ନାଳ ଉପରେ ଏକ ସେତୁ ନିର୍ମାଣ କରାଯିବ । ୧୨୦ ମିଟର ଦୀର୍ଘ ଏହି ସେତୁ ପାଇଁ ୧୫ କୋଟି ଟଙ୍କା ଖର୍ଚ୍ଚ ହେବ । ଏହା ବରଗଡ ଓ ବରପାଲି ବ୍ଲକ ମୁଖ୍ୟାଳୟକୁ ସଂଯୋଗ କରିବା ସହିତ ଜିଲ୍ଲା ମୁଖ୍ୟାଳୟକୁ ମଧ୍ୟ ଯୋଗାଯୋଗର ସୁବିଧା ସୃଷ୍ଟି ହେବ । ଏହାଦ୍ବାରା ପ୍ରାୟ ୨ ଲକ୍ଷ ୨୫ ହଜାର ଲୋକ ଉପକୃତ ହେବେ ।

ଏହାବି ପଢନ୍ତୁ- ନିର୍ବାଚନୀ ଥୋପ; ଶ୍ରମିକ କଲ୍ୟାଣ ବୋର୍ଡରେ ସାମିଲ ହେବେ ୫୦ ବର୍ଗ

ସେହିପରି ବରଗଡ ପୌରାଞ୍ଚଳ ଆଗାଁ ନଳା ଉପରେ ୬୦ ମିଟର ଦୀର୍ଘ ସେତୁ ନିର୍ମାଣ ପାଇଁ ୧୨ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ବରଗଡ ଜିଲ୍ଲା ମୁଖ୍ୟାଳୟ ସହିତ ପରପାଲି ଓ ଭେଡେନ ବ୍ଲକ ମୁଖ୍ୟାଳୟକୁ ଯୋଡିବ । ଏହା ଦ୍ବାର ୨ ଲକ୍ଷ ୫୦ ହଜାର ଲୋକ ଉପକୃତ ହେବେ । ତୃତୀୟ ସେତୁଟି ସରଳା ନାଳ ଉପରେ ନିର୍ମାଣ କରାଯିବ । ୧୫୦ ମିଟର ଦୈର୍ଘ୍ୟ ବିଶିଷ୍ଟ ଏହି ସେତୁ ପାଇଁ ୧୨ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ଭଟଲି ବ୍ଲକ ମୁଖ୍ୟାଳୟକୁ ବରଗଡ ଓ ଅତାବିରା ବ୍ଲକ ମୁଖ୍ୟାଳୟକୁ ଯୋଡିବ । ଏହା ଦ୍ବାରା ୨ ଲକ୍ଷ ୫୦ ହଜାର ଲୋକ ଉପକୃତ ହେବେ । ତେବେ ଏହି ସେତୁ କେବେ ସୁଦ୍ଧା ପୂର୍ଣ୍ଣାଙ୍ଗ ହେବ ସେ ନେଇ କୌଣସି ସୂଚନା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଦିଆଯାଇନାହିଁ । ସେତୁ ନିର୍ମାଣ କେବଳ ନିର୍ବାଚନୀ ଘୋଷଣା ନା ଏହାର ସଫଳ ରୂପାୟନ ହେବ ସମୟ କହିବ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.