ETV Bharat / state

ସାଇବର ସୁରକ୍ଷା ଅଭିଯାନ ଶୁଭାରମ୍ଭ, ରାଜ୍ୟବାସୀଙ୍କୁ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ - ରାଜ୍ୟବାସୀଙ୍କୁ ସତର୍କ ରହିବାକୁ କହିଲେ ମୁଖ୍ୟମନ୍ତ୍ରୀ

ଆଜି କଳିଙ୍ଗ ଷ୍ଟାଡିଅମରେ ସାଇବର ସୁରକ୍ଷା ଅଭିଯାନର ଶୁଭାରମ୍ଭ କରିଛନ୍ତି । ରାଜ୍ୟବାସୀଙ୍କୁ ସତର୍କ ହୁଅନ୍ତୁ, ସୁରକ୍ଷିତ ରୁହନ୍ତୁ କହିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢନ୍ତୁ

Etv Bharat
Etv Bharat
author img

By ETV Bharat Odisha Team

Published : Oct 1, 2023, 7:07 AM IST

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଜି କଳିଙ୍ଗ ଷ୍ଟାଡିଅମରେ ସାଇବର ସୁରକ୍ଷା ଅଭିଯାନର ଶୁଭାରମ୍ଭ କରିଛନ୍ତି । ୩୪ଟି ସାଇବର ସୁରକ୍ଷା ରଥ ଆଜିଠାରୁ ସାରା ରାଜ୍ୟରେ ବୁଲିବ । ବିଭିନ୍ନ ସ୍କୁଲ, କଲେଜ ଓ ପଞ୍ଚାୟତ ଆଦି ଭ୍ରମଣ କରି ସାଇବର ସୁରକ୍ଷା ସଂପର୍କରେ ସଚେତନାର ବାର୍ତ୍ତା ପ୍ରଦାନ କରିବ । ସତର୍କ ହୁଅନ୍ତୁ, ସୁରକ୍ଷିତ ରୁହନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅପିଲ କରିଛନ୍ତି ।

ଗତ କିଛି ବର୍ଷ ମଧ୍ୟରେ ସାରା ଦେଶ ଓ ରାଜ୍ୟରେ ସାଇବର ଅପରାଧର ମାତ୍ରା ଚିନ୍ତାଜନକ ଭାବେ ବୃଦ୍ଧି ପାଇଛି । ସଚେତନତା ଓ ସତର୍କତା ଏହାକୁ ରୋକିବାର ଏକ ପ୍ରମୁଖ ଉପାୟ । ତେଣୁ ସାରା ରାଜ୍ୟରେ ସବୁ ସ୍ତରରେ ଏ ସଂପର୍କରେ ସଚେତନତା ଆଣିବା ପାଇଁ ଏହି ଅଭିଯାନ ଆରମ୍ଭ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ସତର୍କ ଓ ସୁରକ୍ଷିତ ରହିବାକୁ ଆହ୍ବାନ ଦେଇଛନ୍ତି ।

ଏହା ବି ପଢନ୍ତୁ- ସାଇବର ସୁରକ୍ଷା ଅଭିଯାନ; ଅକ୍ଟୋବର ୨ରୁ ମାଲକାନଗିରିରେ ଗଡ଼ିବ ସଚେତନତା ରଥ

ଏହି ଅଭିଯାନରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସାଇବର ସୁରକ୍ଷା ରଥକୁ ସ୍ବାଗତ କରାଯିବ । ପ୍ରତିଦିନ ଅତି କମରେ ଦୁଇଟି ଶିକ୍ଷାନୁଷ୍ଠାନରେ ସଚେତନତା କାର୍ଯ୍ୟକ୍ରମ କରାଯିବ । ଏହା ସହ ବ୍ଲକ ଓ ପୋଲିସ ଷ୍ଟେସନ ଅଞ୍ଚଳରେ ଥିବା ବିଭିନ୍ନ ଜନଗହଳି ସ୍ଥାନଗୁଡିକରେ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯିବ । ସ୍କୁଲ ଓ କଲେଜ ଗୁଡିକରେ ଛାତ୍ର ଛାତ୍ରୀମାନଙ୍କ ମଧ୍ୟରେ କୁଇଜ ପ୍ରତିଯୋଗିତା କରାଯିବ । ଅକ୍ଟୋବର ୮ ତାରିଖ ସକାଳେ ବିଭିନ୍ନ ସହରାଞ୍ଚଳରେ ମିନି ମାରାଥନ ଆୟୋଜନ କରାଯିବ । ୧୪ ତାରିଖ ଦିନ ବରିଷ୍ଠ ନାଗରିକ ମାନଙ୍କୁ ସଚେତନ କରିବାକୁ ସନ୍ଧ୍ୟା ଭ୍ରମଣ କାର୍ଯ୍ୟକ୍ରମ ଆୟୋଜନ କରାଯିବ । ୧୫ ତାରିଖରେ ଉଦଯାପନୀ ଉତ୍ସବ ଅନୁଷ୍ଠିତ ହେବ । ଏଥିରେ ଜିଲ୍ଲା ପ୍ରଶାସନର ଅଧିକାରୀମାନଙ୍କ ସହିତ ପଦ୍ମ ପୁରସ୍କାରପ୍ରାପ୍ତ ବିଶିଷ୍ଟ ବ୍ୟକ୍ତି, ସ୍ବାଧୀନତା ସଂଗ୍ରାମୀମାନେ ଉପସ୍ଥିତ ରହିବେ ।

ଅଭିଯାନରେ ପଞ୍ଚାୟତ ପ୍ରତିନିଧି, ମିଶନ ଶକ୍ତି ସଦସ୍ୟ, ସ୍କୁଲ ଓ ଗଣଶିକ୍ଷା ବିଭାଗ, ଉଚ୍ଚଶିକ୍ଷା ବିଭାଗ, ପଞ୍ଚାୟିତରାଜ ଏବଂ ସୂଚନା ଓ ଲୋକସଂପର୍କ ବିଭାଗର ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିବେ । ଆଜିର କାର୍ଯ୍ୟକ୍ରମ ଉଦଘାଟନ ଅବସରରେ ରାଜ୍ୟ ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା, ମନ୍ତ୍ରୀ ଅଶୋକ ପଣ୍ଡା, ଭୁବନେଶ୍ବରର ଦୁଇ ବିଧାୟକ ଅନନ୍ତ ନାରାୟଣ ଜେନା, ସୁଶାନ୍ତ ରାଉତ, ମେୟର ସୁଲୋଚନା ଦାସ, ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଡିଜିପି ସୁନିଲ କୁମାର ବଂଶଲ ପ୍ରମୁଖ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.