ETV Bharat / state

ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତି, ରାଜନୈତିକ ଉଦ୍ଦେଶ୍ୟ ରଖି ବିରୋଧ କରୁଛନ୍ତି ବିରୋଧୀ

author img

By ETV Bharat Odisha Team

Published : Sep 25, 2023, 5:19 PM IST

ମନ୍ତ୍ରୀ ବଡ଼ ନା ସଚିବ ବଡ଼ର ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜନୈତିକ ଉଦ୍ଦେଶ୍ୟ ରଖି ବିରୋଧୀ ବିରୋଧ କରୁଛନ୍ତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଅଧିକ ପଢନ୍ତୁ

Etv Bharat
Etv Bharat

ଭୁବନେଶ୍ବର: ବିଧାନସଭା ମୌସୁମୀ ଅଧିବେଶନର ଦ୍ବିତୀୟ ଦିନରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବଙ୍କ ଜିଲ୍ଲା ଗସ୍ତକୁ ନେଇ ବିରୋଧୀଙ୍କ ବିରୋଧ ଜାରି ରହିଛି । ଆଜି ବିଧାନସଭାରେ ସମାନ ପ୍ରସଙ୍ଗ ଉଠାଇଛନ୍ତି ବିରୋଧୀ କଂଗ୍ରେସ ଓ ବିଜେପି । ଏ ନେଇ ଆଜି ଗୃହରେ ବିବୃତ୍ତି ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜନୈତିକ ଉଦ୍ଦେଶ୍ୟ ରଖି ବିରୋଧ କରୁଛନ୍ତି ବିରୋଧୀ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି, " ମୋ ସରକାର ଜନସାଧାରଣଙ୍କର ଅଭିଯୋଗ ସମାଧାନ ଉପରେ ସବୁବେଳେ ସର୍ବୋଚ୍ଚ ପ୍ରାଥମିକତା ଦେଇ ଆସିଛି । କୋଭିଡ ମହାମାରୀ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଭୁବନେଶ୍ବରରେ ଜନସାଧାରଣଙ୍କର ଅଭିଯୋଗ ଶୁଣାଣି କରି ସମାଧାନ ପାଇଁ ପଦକ୍ଷେପ ନେଉଥିଲେ । ସାରା ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଲୋକେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଆସି ସେମାନଙ୍କ ଅଭିଯୋଗ ଦାଖଲ କରୁଥିଲେ । ଆମର ସୁଦୃଢ ଅଭିଯୋଗ ଶୁଣାଣି ବ୍ୟବସ୍ଥା ଜରିଆରେ ସେଗୁଡିକର ସମାଧାନ କରାଯାଉଥିଲା । ରାଜ୍ୟର ସର୍ବୋଚ୍ଚ କାର୍ଯ୍ୟାଳୟରେ ପହଞ୍ଚି ଅଭିଯୋଗ ଜଣାଇବା ବ୍ୟବସ୍ଥା ଲୋକମାନଙ୍କ ମନରେ ବ୍ୟବସ୍ଥା ପ୍ରତି ଆସ୍ଥା ସୃଷ୍ଟି କରୁଥିଲା ।"

ଏହା ବି ପଢନ୍ତୁ- Assembly Monsoon Session: ମୁଖ୍ୟମନ୍ତ୍ରୀଙ୍କ ପାଲଟା ପ୍ରଶ୍ନ, ଲୋକଙ୍କ ପାଖକୁ ଯାଇ ସମସ୍ୟା ବୁଝିଲେ ଅସୁବିଧା କେଉଁଠି ?

କୋଭିଡ ସମୟରେ କଟକଣା ଯୋଗୁଁ ପ୍ରାୟ ୨ ବର୍ଷ ଧରି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିଥିଲା । ପରିସ୍ଥିତି ସ୍ବାଭାବିକ ହେବା ପରେ ଏହା ପୁଣି ଥରେ ତାର କାର୍ଯ୍ୟ ଆରମ୍ଭ କରିଥିଲା । ସେ ଯାହା ହେଉ ନା କାହିଁକି, କୋଭିଡ ପରବର୍ତ୍ତୀ ସମୟରେ ଅଭିଯୋଗ ପ୍ରକୋଷ୍ଠକୁ ଆସୁଥିବା ଲୋକଙ୍କ ସଂଖ୍ୟା ତଥା ଅଭିଯୋଗର ହାରାହାରି ସଂଖ୍ୟାରେ ହ୍ରାସ ପରିଲକ୍ଷିତ ହେଲା । ୨ ବର୍ଷ ଧରି କୋଭିଡ କଟକଣା ଲାଗୁ ରହିବା ଫଳରେ ଅଭିଯୋଗ ସମାଧାନରେ ସମସ୍ୟା ଦେଖାଦେଲା । ଲୋକଙ୍କ ଘର ପାଖରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ନେଇ ପହଞ୍ଚାଇବା ପାଇଁ ମୁଁ ଚିନ୍ତା କଲି । ରାଜ୍ୟର ସବୁ ବ୍ଲକ ଓ ସବୁ ସହରାଞ୍ଚଳରେ କମ୍ ସମୟ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ କିପରି ପହଞ୍ଚିପାରିବ ସେ ଦିଗରେ ଆମେ ପଦକ୍ଷେପ ନେଲୁ । ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଦ୍ବାରା ପରିଚାଳିତ ଏବଂ ମୋ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିକେନ୍ଦ୍ରିତ ଅଭିଯୋଗ ଶୁଣାଣି ପରିଚାଳନା କଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

୬ ମାସ ମଧ୍ୟରେ ରାଜ୍ୟର ୧୯୦ ରୁ ଅଧିକ ସ୍ଥାନରେ ଏହି ଅଭିଯୋଗ ଶୁଣାଣୀ ଆୟୋଜନ କରାଗଲା । ପ୍ରତ୍ୟେକ ଦିନ ୩ ରୁ ୫ଟି ସ୍ଥାନରେ ଅଭିଯୋଗ ଶୁଣାଣୀ ହେଲା । ଏହି ପ୍ରକ୍ରିୟାରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଲୋକଙ୍କ ଠାରୁ ୫୭୪୪୨ଟି ଦରଖାସ୍ତ ଗ୍ରହଣ କରିଥିଲା । ଆଜି ପର୍ଯ୍ୟନ୍ତ ୪୩୫୩୬ ଦରଖାସ୍ତର ଫୈସଲା କରାଯାଇଛି । ଏହି ସମ୍ପୂର୍ଣ୍ଣ ବ୍ୟବସ୍ଥା ବୈଷୟିକ ଜ୍ଞାନ କୌଶଳର ପ୍ରୟୋଗ ଦ୍ବାରା ସ୍ବଚ୍ଛତାର ସହ ସମ୍ପାଦନ କରାଯାଇଛି । ଏହି ସମସ୍ତ ଦରଖାସ୍ତ ଏବଂ ତା ଉପରେ ନିଆଯାଇଥିବା କାର୍ଯ୍ୟାନୁଷ୍ଠାନ ତଥା ଫୈସଲାର ବିଭିନ୍ନ ପର୍ଯ୍ୟାୟର ସମ୍ପୂର୍ଣ୍ଣ ବିବରଣୀ ଜନଶୁଣାଣି ପୋର୍ଟାଲରେ ସ୍ଥାନିତ ହୋଇଛି ।

ଏହା ବି ପଢନ୍ତୁ- Assembly Monsoon Session: ପ୍ରଶ୍ନକାଳରେ ଗୃହ ବନ୍ଦ ଠିକ ନୁହେଁ କହିଲା କଂଗ୍ରେସ

ଉତ୍ତରୀଧିକାର ସତ୍ତ୍ବ ସଂକ୍ରାନ୍ତୀୟ ବିଷୟଗୁଡିକ ବାରମ୍ବାର ଆଲୋଚନା ଜରିଆରେ ସମାଧାନ ପାଇଁ ପଦକ୍ଷେପ ନିଆଯାଉଛି । ଦୀର୍ଘ ଦିନ ଧରି ପଡି ରହିଥିବା ଏହି ସମସ୍ୟାଗୁଡିକର ଆଗାମୀ ୨ ରୁ ୩ ମାସ ମଧ୍ୟରେ ସମାଧାନ ହୋଇଯିବ ବୋଲି ଆମେ ଆଶାବାଦୀ । ଦେଶର ଯେକୌଣସି ସରକାରଙ୍କ ଦ୍ବାରା ପରିଚାଳିତ ଜନସାଧାରଣଙ୍କ ଅଭିଯୋଗର ସମାଧାନ ଲାଗି ଏହା ସର୍ବୋତ୍କୃଷ୍ଟ ବ୍ୟବସ୍ଥା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ସବୁବେଳେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଦ୍ବାରା ପରିଚାଳିତ । ଭୁବନେଶ୍ବରରେ ମନ୍ତ୍ରୀମାନଙ୍କର ଏହି ବ୍ୟବସ୍ଥାରେ ସାମିଲ ହେବାରେ କୌଣସି ଆବଶ୍ୟକତା ପଡିନାହିଁ । ଗୋଟିଏ ଅଭିଯୋଗ ଦରଖାସ୍ତ ମିଳିବା ପରେ ଏହାକୁ ସଂପୃକ୍ତ ବିଭାଗକୁ ପଠାଯାଇଥାଏ । ତେଣୁ ଏଥିରେ ମନ୍ତ୍ରୀ ବନାମ ଅଫିସର ପ୍ରସଙ୍ଗ ଉଠୁଛି କେଉଁଠି ବୋଲି ସେ ପ୍ରଶ୍ନ କରିଛନ୍ତି । ଅଭିଯୋଗ ଦରଖାସ୍ତର ବିଭାଗୀୟ ସ୍ତରୀୟ ସମାଧାନରେ ବିଭାଗର ମୁଖ୍ୟ ଭାବରେ ମନ୍ତ୍ରୀମାନେ ସବୁବେଳେ ପ୍ରମୁଖ ଭୂମିକା ଗ୍ରହଣ କରିଆସିଛନ୍ତି । ଏହା ସର୍ବୋଚ୍ଚ ସ୍ତରରେ ଟିମ୍‌ ୱାର୍କ ଅଟେ । ଏକ ଗଣତାନ୍ତ୍ରିକ ବ୍ୟବସ୍ଥାରେ ବୃତ୍ତିଗତ ଭାବରେ ଏହା କରାଯାଇଥାଏ । ଲୋକଙ୍କ ଅଭିଯୋଗର ଯେଭଳି ଠିକ ଭାବରେ ସମାଧାନ ହେବ ଏବଂ ଜନସାଧାରଣ ଯେପରି ସର୍ବୋତ୍ତମ ସନ୍ତୁଷ୍ଟି ଲାଭ କରିବେ । ତାହା ହିଁ ଆମର ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ହେଲିକପ୍ଟର ବ୍ୟବହାର ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତି :-

ମୁଖ୍ୟମନ୍ତ୍ରୀ କହିଛନ୍ତି, "ମୁଁ ଏଠାରେ ସ୍ପଷ୍ଟ କରିଦେବାକୁ ଚାହେଁ ଯେ ଆମେ ଯଦି ହେଲିକପ୍ଟର ବ୍ୟବହାର ନ କରି ସଡକ ପଥରେ ଯାଇଥାନ୍ତୁ, ତେବେ ଏଥିପାଇଁ ଆମକୁ ଦେଢ ବର୍ଷ ସମୟ ଲାଗିଥାନ୍ତା । ପ୍ରତ୍ୟେକ ଦିନ ବିଭିନ୍ନ ସ୍ଥାନରେ ୩ରୁ ୫ଟି ସଭା କରିବା ଏବଂ ତା ପୁଣି ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ୧୦ଟାରୁ ୩ଟା ମଧ୍ୟରେ କରିବା ଯେକୌଣସି ମଣିଷ ପାଖରେ ଅସମ୍ଭବ ଅଟେ । ଗତ ସାଢେ ତିନି ବର୍ଷ ମଧ୍ୟରେ ଆମେ ହେଲିକପ୍ଟର ବ୍ୟବହାରରେ ୪୦ କୋଟି ଟଙ୍କା ଖର୍ଚ୍ଚ କରିଛୁ । ହାରାହାରୀ ଭାବରେ ପ୍ରତି ମାସରେ ହେଲିକପ୍ଟର ବ୍ୟବହାର ବାବଦକୁ ଏକ କୋଟିରୁ ଦେଢ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି । ଗତ ୬ ମାସ ମଧ୍ୟରେ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ବ୍ୟାପକ ଭାବରେ ହେଲିକପ୍ଟର ବ୍ୟବହାର କରାଯାଇଛି । ଯାହାର କି ହାରାହାରି ଖର୍ଚ୍ଚ ମାସ ପିଚ୍ଛା କୋଟିଏରୁ ଦେଢ କୋଟି ଟଙ୍କା ମଧ୍ୟରେ ହୋଇଛି । ହେଲିକପ୍ଟର ବ୍ୟବହାରରେ ମାତ୍ରାଧିକ ଖର୍ଚ୍ଚ ସଂକ୍ରାନ୍ତୀୟ ଅଭିଯୋଗ ସଂପୂର୍ଣ୍ଣ ମିଥ୍ୟା ଓ ଅଭିସନ୍ଧିମୂଳକ ।"

ସଂପୂର୍ଣ୍ଣ ବୃତ୍ତିଗତ ଭାବରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ରାଜ୍ୟର ବିଭିନ୍ନ ନିର୍ବାଚନମଣ୍ଡଳୀରେ ଅଭିଯୋଗ ଶୁଣାଣୀ କରିଛି । ଏହି ଶୁଣାଣୀ ସମୟରେ ଲୋକଙ୍କୁ ସରକାରଙ୍କର ବିଭିନ୍ନ ଯୋଜନା ସଂପର୍କରେ ଅବଗତ କରାଯାଇଛି । ସଂପୃକ୍ତ ଅଞ୍ଚଳରେ ଚାଲିଥିବା ବିଭିନ୍ନ ପ୍ରକଳ୍ପ ଏ ସେଥିପାଇଁ ହୋଇଥିବା ଅର୍ଥ ମଂଜୁରୀ ସଂପର୍କରେ ସୂଚନା ଦିଆଯାଇଛି । ଲୋକଙ୍କ ଅଭିଯୋଗର ସମାଧାନ ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ସଂପୂର୍ଣ୍ଣ କରିବା ପାଇଁ ମୁଁ ସ୍ବତନ୍ତ୍ର ଭାବରେ ନିର୍ଦ୍ଦେଶ ଦେଇଛି । ଲୋକଙ୍କ ଅଭିଯୋଗ ଶୁଣାଣୀ ନିମନ୍ତେ ବିଭିନ୍ନ ସ୍ଥାନରେ ଯେଭଳି ବୃତ୍ତିଗତ ଭାବରେ ଦକ୍ଷତାର ସହ ପଦକ୍ଷପ ଗ୍ରହଣ କରାଗଲା, ସେଥିପାଇଁ ମୁଁ ମନ୍ତ୍ରୀ, ଜିଲ୍ଲା ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ, ସରକାରଙ୍କ ବିଭିନ୍ନ ବିଭାଗ ତଥା ଏଥିରେ ସଂପୃକ୍ତ ଥିବା ସମସ୍ତଙ୍କୁ ଆନ୍ତରିକ ଧନ୍ୟବାଦ ଜଣାଉଛି । ସେମାନଙ୍କ ଅଞ୍ଚଳରେ ଅନେକ ଅଭିଯୋଗର ସମାଧାନ କରାଯାଇଥିବାରୁ ବିରୋଧୀ ଦଳର ସଦସ୍ୟ ମାନେ ମଧ୍ୟ ଖୁସି ହେବା ଉଚିତ । ମୁଁ ବୁଝିପାରୁ ନାହିଁ, ଲୋକଙ୍କ ସମସ୍ୟା ସମାଧାନ ପାଇଁ ନିଆଯାଇଥିବା ପଦକ୍ଷେପକୁ କିଏ କିପରି ବିରୋଧ କରିପାରିବ ? ଏଭଳି ବିରୋଧ ଜନବିରୋଧୀ ଏବଂ ଜନସାଧାରଣ ଏଭଳି ମନୋବୃତ୍ତିକୁ ଉଚିତ ଜବାବ ଦେବେ ।

ସେ ଯାହା ହେଉ ନା କାହିଁକି, ଆମ ସମସ୍ତେ ଜନତାର ସେବକ । ଜନସାଧାରଣଙ୍କ ଅଭିଯୋଗର ଶୁଣାଣୀ ଆମର ସର୍ବୋଚ୍ଚ ପ୍ରାଥମିକତା । ଜନସାଧାରଣ ଖୁସି ଓ ଲୋକ ପ୍ରତିନିଧିମାନେ ଖୁସି । ବିରୋଧୀ ଦଳର ସଦସ୍ୟମାନେ କେବଳ ରାଜନୈତିକ କାରଣ ଦୃଷ୍ଟିରୁ ଅସନ୍ତୁଷ୍ଟ ହେବା ଉଚିତ ନୁହେଁ । ମୋ ସରକାର ପାଇଁ ଜନସାଧାରଣ ହେଉଛନ୍ତି ପ୍ରଥମ । ଲୋକଙ୍କ ସମସ୍ୟା ସମାଧାନ ଆମର ସର୍ବୋcଚ୍ଚ ପ୍ରାଥମିକତା ଏବଂ ଏହାକୁ ସର୍ବୋତ୍ତମ ଭାବରେ ସଂପାଦନ କରିବା ପାଇଁ ମୁଁ କାମ କରିଚାଲିବି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.