ETV Bharat / state

ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚିତ; ଟ୍ୟାଗଲାଇନ ‘ଭାଷା ହିଁ ଭବିଷ୍ୟତ’

author img

By ETV Bharat Odisha Team

Published : Jan 11, 2024, 4:11 PM IST

First World Odia Language conference logo: ଆସନ୍ତା ଫେବୃଆରୀ 3ରୁ ଅନୁଷ୍ଠିତ ହେବ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ । ଆଜି ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢନ୍ତୁ

First World Odia Language conference
First World Odia Language conference

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି (ଗୁରୁବାର) ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚିତ କରିଛନ୍ତି । ନବୀନ ନିବାସରେ ଉନ୍ମୋଚିତ ଏହି ଲୋଗୋର ଟ୍ୟାଗଲାଇନ ରହିଛି ‘ଭାଷା ହିଁ ଭବିଷ୍ୟତ’ । ମୁଖ୍ୟମନ୍ତ୍ରୀ ଏହି ଅବସରେ ଭାଷା ସମ୍ମିଳନୀର ବିପୁଳ ସଫଳତା କାମନା କରିଛନ୍ତି । ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଆସନ୍ତା ଫେବୃଆରୀ ୩ରୁ ୫ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ବରରେ ଅନୁଷ୍ଠିତ ହେବ ।

  • ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚିତ କରିଛନ୍ତି। ଏହାର ଟ୍ୟାଗଲାଇନ ରହିଛି ‘ଭାଷା ହିଁ ଭବିଷ୍ୟତ’। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭାଷା ସମ୍ମିଳନୀର ବିପୁଳ ସଫଳତା କାମନା କରିଛନ୍ତି। ସୂଚନାଯୋଗ୍ୟ ଯେ ଏହି ସମ୍ମିଳନୀ ଆସନ୍ତା ଫେବୃଆରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ… pic.twitter.com/jYVKxLYBia

    — I & PR Department, Odisha (@IPR_Odisha) January 11, 2024 " class="align-text-top noRightClick twitterSection" data=" ">

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, "ଆଧୁନିକ ଭାରତବର୍ଷରେ ଓଡ଼ିଶା ହେଉଛି ପ୍ରଥମ ଭାଷାଭିତ୍ତିକ ରାଜ୍ୟ । ଓଡ଼ିଆ ଭାଷା ଅନ୍ୟତମ ଶାସ୍ତ୍ରୀୟ ଭଷାର ମାନ୍ୟତା ଲାଭ କରି ଆମ ମାଟି ଏବଂ ଭାଷାର ଗୌରବ ବୃଦ୍ଧି କରିଛି । ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ଉପରେ ବିସ୍ତୃତ ଆଲୋଚନା ସହିତ ଏହାର ପ୍ରଚାର-ପ୍ରସାର ପାଇଁ ଲକ୍ଷ୍ୟ ନିର୍ଦ୍ଧାରଣ ନିମନ୍ତେ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀର ଆୟୋଜନ । ବୁଦ୍ଧିଜୀବୀ, ଗବେଷକ, ବିଦ୍ବାନ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ମତ ବିନିମୟ ପାଇଁ ଏହି ସମ୍ମିଳନୀ ଏକ ସୁନ୍ଦର ମଞ୍ଚ ଭାବେ କାର୍ଯ୍ୟ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାବାଦୀ ଅଛନ୍ତି ।"

ଏହା ବି ପଢନ୍ତୁ- ଫେବୃଆରୀ ୩ରୁ ୫ ପର୍ଯ୍ୟନ୍ତ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, "ସ୍ୱତନ୍ତ୍ର ଐତିହ୍ୟର ଶକ୍ତିଶାଳୀ ବାହକ ଭାବରେ ଆମ ଭବିଷ୍ୟତ ପିଢ଼ିଙ୍କ ପାଖରେ ଓଡ଼ିଆ ଭାଷାର ଆଦର ବଢ଼ିବ । ଆଧୁନିକ ଜ୍ଞାନକୌଶଳ ଜରିଆରେ ଆମ ଭାଷା କିପରି ଆଗକୁ ବଢ଼ିପାରିବ । ସେ ସମ୍ପର୍କରେ ବିଚାର- ବିମର୍ଷ କରି ଭବିଷ୍ୟତ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରାଯିବ । ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ସଫଳତା ପାଇଁ ସବୁ ସଂପୃକ୍ତ ବିଭାଗ ଓଡ଼ିଶା ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସହିତ ସମନ୍ବୟ ରକ୍ଷା କରି କାମ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରାଯିବା ଲାଗି ଗତ ଡିସେମ୍ବର ୧୯ ତାରିଖରେ ଅନୁଷ୍ଠିତ ଐତିହ୍ୟ କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି ।"

ଏହା ବି ପଢନ୍ତୁ- ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ଛାତ୍ରଛାତ୍ରୀମାନେ ଲେଖିବେ 'ମୋ କଥା ମୋ କାହାଣୀ'

ସମଗ୍ର ରାଜ୍ୟର ଛାତ୍ରଛାତ୍ରୀମାନଙ୍କୁ ଏଥିରେ ଅନ୍ତର୍ଭୁକ୍ତ କରାଯିବ । ଯୁବପିଢିଙ୍କ ମଧ୍ୟରେ ଓଡ଼ିଆ ଭାଷାର ଆଦୃତ ପାଇଁ ସେମାନଙ୍କ ଉପରେ ସ୍ବତନ୍ତ୍ର ଧ୍ୟାନ ଦିଆଯିବ । ଏହି ସମ୍ମିଳନୀ ସମୟରେ ଶିକ୍ଷାନୁଷ୍ଠାନ, ବିଶ୍ବବିଦ୍ୟାଳୟ ନିଜନିଜର କାର୍ଯ୍ୟକ୍ରମ ଆୟୋଜନ କରିବେ । ସମ୍ମିଳନୀ ଦ୍ବାରା ରାଜ୍ୟ, ଦେଶ ଓ ବିଦେଶରେ ଓଡ଼ିଆ ଭାଷାର ପ୍ରଚାର, ପ୍ରସାର ତଥା ଗବେଷଣା କାର୍ଯ୍ୟ ତ୍ବରାନ୍ବିତ ହେବ ବୋଲି ରାଜ୍ୟ ସରକାର ଆଶାବାଦୀ ଅଛନ୍ତି । ସମ୍ମିଳନୀକୁ ଚିର ସ୍ମରଣୀୟ କରିବା ପାଇଁ ଭୁବନେଶ୍ଵରର କଳାମଣ୍ଡଳ ପରିସରରେ ନିର୍ମିତ ହେଉଛି ଅକ୍ଷରଭୂମି । ପୂର୍ତ୍ତ ବିଭାଗ ପକ୍ଷରୁ ନିର୍ମାଣ କରାଯାଉଥିବା ଏହି ଅକ୍ଷର ଭୂମି କାମକୁ କିଛିଦିନ ତଳେ 5ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ ବୁଲି ଦେଖିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.