ଭୁବନେଶ୍ବର : ଓଡିଆ ସାହିତ୍ୟର ଯଶସ୍ବୀ ସାଧକ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ସ୍ମୃତିରେ ଭୁବନେଶ୍ବରରେ ‘ସ୍ବଭାବ କବି ଗଙ୍ଗାଧର ମେହେର ଭବନ’ (Gangadhar Meher Bhawan in Bhubaneswar) ନିର୍ମାଣ ହେବ । ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (CM Naveen Patniak) ଚନ୍ଦ୍ରଶେଖରପୁର ମୌଜାରେ ଅଧ ଏକର ଜମି ମଞ୍ଜୁର କରିଛନ୍ତି । ଏହା ସହିତ ଏହି ଭବନ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ୩ କୋଟି ଟଙ୍କା ମଧ୍ୟ ମଞ୍ଜୁର କରିଛନ୍ତି ।
ଏହାବି ପଢନ୍ତୁ- Winter Session of Odisha Assembly: ଶିକ୍ଷକଙ୍କ ପ୍ରସଙ୍ଗ ନେଇ ଆଜି ପୁନର୍ବାର ହଙ୍ଗାମା
ଗତ ୨୮ ତାରିଖ ଦିନ ନିଖିଳ ଓଡିଶା ମେହେର (ଭୁଲିଆ) ସମାଜର ଏକ ପ୍ରତିନିଧି ଦଳ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ । ସ୍ବଭାବ କବିଙ୍କ ସ୍ମୃତିରେ ଭବନ ନିର୍ମାଣ ଓ ଶ୍ରାଦ୍ଧ ଶତବାର୍ଷିକୀ ପାଳନ ବିଷୟରେ ଆଲୋଚନା କରିଥିଲେ । ଏହା ଦ୍ବାରା ଦୂରଦୂରାନ୍ତରୁ ପାଠ ପଢିବାକୁ ଆସୁଥିବା ଛାତ୍ରଛାତ୍ରୀ ମାନଙ୍କ ପାଠ ପଢିବା ପାଇଁ ତଥା ଚିକିତ୍ସା ପାଇଁ ଆସୁଥିବା ଲୋକମାନଙ୍କୁ ବିଭିନ୍ନ ସେବା ଏହି ଭବନରେ ଯୋଗାଇ ଦିଆଯିବ ବୋଲି ମେହେର ସମାଜ ପକ୍ଷରୁ ସୂଚନା ଦିଆଯାଇଛି ।
ଏହାବି ପଢନ୍ତୁ- Kulta Samaj Dharmasala In Puri: ୧ ଏକର ଜାଗା ଓ ୩ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ମେହେର ସମାଜର ଅନୁରୋଧକୁ ରକ୍ଷା କରି ଜମି ଯୋଗାଇ ଦେବା ପାଇଁ ଏବଂ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରି ସ୍ବଭାବ କବିଙ୍କ ଶ୍ରାଦ୍ଧ ଶତବାର୍ଷିକୀ ପାଳନ ପାଇଁ କାର୍ଯ୍ୟକ୍ରମ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।
ଇଟିଭି ଭାରତ, ଭୁବନେଶ୍ବର