ETV Bharat / state

କଣ୍ଟାବାଞ୍ଜିରେ ଆୟୁବ ଖାନ ମଲ୍ଟି ସ୍ପେସିଆଲିଟି ହସ୍ପିଟାଲ ଲୋକାର୍ପିତ - କଣ୍ଟାବାଞ୍ଜି ହସ୍ପିଟାଲ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

କଣ୍ଟାବାଞ୍ଜିରେ ଆୟୁବ ଖାନ ମଲ୍ଟି ସ୍ପେସିଆଲିଟି ହସ୍ପିଟାଲ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢନ୍ତୁ

କଣ୍ଟାବାଞ୍ଜିରେ ଆୟୁବ ଖାନ ମଲ୍ଟି ସ୍ପେସିଆଲିଟି ହସ୍ପିଟାଲ ଉଦଘାଟନ

author img

By

Published : Jun 13, 2023, 8:57 AM IST

ଭୁବନେଶ୍ବର: ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜିରେ ଆୟୁବ ଖାନ ମଲ୍ଟି ସ୍ପେସିଆଲିଟି ହସ୍ପିଟାଲ ଲୋକାର୍ପିତ ହୋଇଛି । ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ଜରିଆରେ ଏହାର ଲୋକାର୍ପଣ କରିଛନ୍ତି । ମଲ୍ଟି ସ୍ପେସିଆଲିଟି ହସ୍ପିଟାଲ ଦ୍ବାରା ବଲାଙ୍ଗୀର ଜିଲ୍ଲା ବିଶେଷକରି କଣ୍ଟାବାଞ୍ଜି ଓ ଟିଟିଲାଗଡ ଅଞ୍ଚଳର ଲୋକମାନେ ଉନ୍ନତମାନର ସ୍ବାସ୍ଥ୍ୟ ସେବା ପାଇପାରିବେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ବିଶିଷ୍ଟ ଜନନେତା ତଥା ସମାଜସେବୀ ଆୟୁବ ଖାନଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମୋ ସରକାରର ନୀତି ହେଉଛି ପ୍ରତ୍ୟେକ ଜୀବନ ମୂଲ୍ୟବାନ । ଏହି ଆଦର୍ଶରେ ଆମେ କାମ କରୁଛୁ । ସମାଜର ସବୁଠାରୁ ଗରିବ ଲୋକକୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ କାମ କରୁଛୁ । ଗତ ଦଶ ବର୍ଷ ମଧ୍ୟରେ ରାଜ୍ୟରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ରୂପାନ୍ତର ଆସିଛି । ନୂଆନୂଆ ମେଡିକାଲ କଲେଜ ସ୍ଥାପନ, ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଓ ନିରାମୟ ଆଦି ଯୋଜନାର କାର୍ଯ୍ୟକାରିତା ଯୋଗୁଁ ଗରୀବ ଲୋକମାନେ ବିନା ମୂଲ୍ୟରେ ଉତ୍ତମ ଚିକିତ୍ସା ଓ ଔଷଧ ପାଇପାରୁଛନ୍ତି । ବଲାଙ୍ଗୀରରେ ସନ୍ଥ ଭୀମଭୋଇ ମେଡିକାଲ କଲେଜ ସହିତ ରାଜ୍ୟରେ ୮ଟି ନୂଆ ମେଡିକାଲ କଲେଜ ସ୍ଥାପନ ଦ୍ବାରା ରାଜ୍ୟରେ ସ୍ବାସ୍ଥ୍ୟ ଭିତ୍ତିଭୂମି ଉନ୍ନତ ହୋଇଛି ।

ପ୍ରତି ବର୍ଷ ଏବେ ରାଜ୍ୟରୁ ୨୦୦୦ରୁ ଅଧିକ ଡକ୍ଟର ବାହାରୁଛନ୍ତି । ଏହା ସହିତ ଚଳିତ ବର୍ଷ ଶେଷ ସୁଦ୍ଧା ରାଜ୍ୟର ସମସ୍ତ ଡାକ୍ଟର ପଦବୀ ପୂରଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ କହିଛନ୍ତି । ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ, ଯୋଜନା ଓ ସଂଯୋଜନ ମନ୍ତ୍ରୀ ରାଜେନ୍ଦ୍ର ପ୍ରସାଦ ଢୋଲକିଆ, ହସ୍ତତନ୍ତ୍ର, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ରୀତା ସାହୁ, ସାଂସଦ ବସନ୍ତ ପଣ୍ଡା, ସାଂସଦ ନିରଞ୍ଜନ ବିଶି ପ୍ରମୁଖ ଯୋଗ ଦେଇଥିଲେ ।

ଏହାମଧ୍ୟ ପଢନ୍ତୁ: ଉଚ୍ଚଶିକ୍ଷା ମନ୍ତ୍ରୀ ଭାବେ ଦାୟିତ୍ବ ନେଲେ ଅତନୁ ସବ୍ୟସାଚୀ ନାୟକ

ପ୍ରକାଶଥାଉ କି, ଓଡି଼ଶାରେ ସ୍ବାସ୍ଥ୍ୟସେବା ଆହୁରି ସୁଦୃଢ କରିବାକୁ କିଛି ଦିନ ତଳେ ରାଜ୍ୟ ସରକାର ୧୨୦୫ ନୂଆ ଡାକ୍ତରଙ୍କୁ ନିଯୁକ୍ତି ଦେଇଥିଲେ । ରାଜ୍ୟରେ ଗତ ୧୦ ବର୍ଷରେ ୮ଟି ସରକାରୀ ମେଡିକାଲ କଲେଜ ଓ ୨ଟି ପିଜି ଇନଷ୍ଟିଚ୍ୟୁଟ ପ୍ରତିଷ୍ଠା ହୋଇଛି । ୨୦୦୦ ମସିହାରେ ବର୍ଷକୁ ୩୨୧ ଜଣ ଡାକ୍ତର ଓ ୨୫୪ ସ୍ପେଶାଲିଷ୍ଟ ବାହାରୁଥିବା ବେଳେ ଏବେ ୨୨୦୦ ଡାକ୍ତର ଓ ୮୨୬ ସ୍ପେଶାଲିଷ୍ଟ ବାହାରୁଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.