ETV Bharat / state

ମୋ ସରକାର ଅଧିନକୁ ଆସିବ ଜନ ଅଭିଯୋଗ ଶୁଣାଣି ପ୍ରକ୍ରିୟା

author img

By

Published : Jul 12, 2023, 12:31 PM IST

ଜନ ଅଭିଯୋଗ ଶୁଣାଣିକୁ ଅଗ୍ରାଧିକାର ଦେବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ । ମୋ ସରକାର ଅଧିନକୁ ଆସିବ ଏହି ଅଭିଯୋଗ ଶୁଣାଣି ପ୍ରକ୍ରିୟା । ଅଧିକ ପଢନ୍ତୁ

ଜନ ଅଭିଯୋଗ ଶୁଣାଣି
ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଦ୍ବାରା କରାଯାଉଥିବା ଜିଲ୍ଲାସ୍ତରୀୟ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମୀକ୍ଷା କରିଛନ୍ତି । ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ବର୍ତ୍ତମାନ ସୁଦ୍ଧା ୧୮ ହଜାରରୁ ଅଧିକ ଅଭିଯୋଗ ଗ୍ରହଣ କରାଯାଇଛି । ସମୀକ୍ଷା ବେଳେ ମୁଖ୍ୟମନ୍ତ୍ରୀ ସବୁ ବିଭାଗ ଓ ଜିଲ୍ଲା କର୍ତ୍ତୃପକ୍ଷଙ୍କୁ ଲୋକଙ୍କ ଅଭିଯୋଗର ତୁରନ୍ତ ସମାଧାନ ଉପରେ ଗୁରୁତ୍ବ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଜନ ଅଭିଯୋଗ ଶୁଣାଣି ପ୍ରକ୍ରିୟା 'ମୋ ସରକାର' ଅଧିନକୁ ଆସିବ । ଆସନ୍ତା ମାସରୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜନସାଧାରଣଙ୍କୁ ଫୋନ କରାଯାଇ ସେମାନଙ୍କ ଅଭିଯୋଗ କିପରି ସମାଧାନ କରାଯାଉଛି ସେନେଇ ତଥ୍ୟ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଦ୍ବାରା ବିଭିନ୍ନ ଜିଲ୍ଲାରେ କରାଯାଉଥିବା ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି । ଢେଙ୍କାନାଳରୁ ଭିଡିଓ କନ୍‌ଫରେନସିଂ ଜରିଆରେ ଯୋଡି ହୋଇ 5T ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ ଯେ, ଗତ ଦୁଇ ଦିନ ଧରି ସେ ଅନୁଗୋଳ ଜିଲ୍ଲା ଗସ୍ତ କରି ଲୋକଙ୍କ ଅଭିଯୋଗ ଓ ସମସ୍ୟା ସଂପର୍କରେ ତଥ୍ୟ ସଂଗ୍ରହ କରିଛନ୍ତି । ବିଭିନ୍ନ ଜିଲ୍ଲା ଗସ୍ତ ସମୟରେ ବର୍ତ୍ତମାନ ସୁଦ୍ଧା ଲୋକଙ୍କଠାରୁ ୧୮ ହଜାର ଯାଚିକା ଗ୍ରହଣ କରାଯାଇଛି । ତେବେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଗ୍ରହଣ କରାଯାଉଥିବା ଅଭିଯୋଗ ଓ ଯାଚିକା ସମ୍ପର୍କରେ ପଦକ୍ଷେପ ନିଆଯାଉଛି । ବିଭିନ୍ନ ବିଭାଗ ଦ୍ବାରା ସମୀକ୍ଷା ବୈଠକରେ ଲୋକଙ୍କ ସମସ୍ୟାର ସମାଧାନ ପାଇଁ ପ୍ରାଥମିକତା ଦିଆଯାଉଛି ବୋଲି ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା କହିଛନ୍ତି ।
ଏହାମଧ୍ୟ ପଢନ୍ତୁ: ବେଲଜିୟମରେ ରାଜ୍ୟ ସମବାୟ ବ୍ୟବସ୍ଥାକୁ ପ୍ରଶଂସା

ମୁଖ୍ୟମନ୍ତ୍ରୀ କହିଛନ୍ତି, "ଜନ ଅଭିଯୋଗ ଶୁଣାଣି ମୋ ପାଇଁ ସବୁଠୁ ଅଧିକ ଗୁରୁତ୍ବପୂର୍ଣ୍ଣ । ସବୁ ବିଭାଗ ଓ ଜିଲ୍ଲା ପ୍ରଶାସନ ଲୋକଙ୍କ ଅଭିଯୋଗ, ଅସୁବିଧା ପ୍ରତି ସମ୍ବେଦନଶୀଳ ହୋଇ ଶୁଣିବା ସହିତ ଶୀଘ୍ର ସମାଧାନ କରିବା ଆବଶ୍ୟକ । ସେଥିପାଇଁ ଲୋକଙ୍କୁ ଭେଟି ସେମାନଙ୍କ ଅଭିଯୋଗ ଶୁଣିବା ପାଇଁ ବିଭିନ୍ନ ଜିଲ୍ଲାକୁ ଯିବାକୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ନିର୍ଦ୍ଦେଶ ଦିଆଯାଇଛି । ଆମର ଅଧିକାରୀମାନେ ବିଭିନ୍ନ ଜିଲ୍ଲା, ଏପରିକି ବ୍ଲକ ସ୍ତରକୁ ଯାଇ ଅଭିଯୋଗ ଶୁଣାଣି କରୁଛନ୍ତି ଏବଂ ଏହିସବୁ କାର୍ଯ୍ୟକ୍ରମରୁ ବର୍ତ୍ତମାନ ସୁଦ୍ଧା ୧୮ ହଜାରରୁ ଅଧିକ ଯାଚିକା ଗ୍ରହଣ କରାଯାଇଛି ।"

ରାଜ୍ୟର ସମସ୍ତ ବିଭାଗ ଓ ଜିଲ୍ଲା ପ୍ରଶାସନକୁ ଲୋକଙ୍କ ଅଭିଯୋଗ ଉପରେ ଗୁରୁତ୍ବ ଦେଇ ସମାଧାନ କରିବାକୁ ନବୀନ ନିର୍ଦ୍ଦେଶ ଦେଇଛନ୍ତି । ଜନ ଅଭିଯୋଗ ଶୁଣାଣି ପ୍ରକ୍ରିୟାକୁ ‘ମୋ ସରକାର’ ଅଧିନରେ ଗ୍ରହଣ କରାଯାଇ କିପରି ଲୋକଙ୍କ ସମସ୍ୟାର ସମାଧାନ କରାଯାଉଛି, ସେ ବିଷୟରେ ତଥ୍ୟ ସଂଗ୍ରହ କରାଯିବ । ଆସନ୍ତା ମାସଠାରୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜନସାଧାରଣଙ୍କୁ ଫୋନ୍‌ କରାଯାଇ ସେମାନଙ୍କ ସମସ୍ୟାର କିପରି ସମାଧାନ କରାଯାଉଛି, ସେନେଇ ମତାମତ ନିଆଯିବ ବୋଲି ଜଣାଇଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ଦେଶର ସ୍ବାଧୀନତା ସଂଗ୍ରାମରେ ତଥା ଓଡିଶାର ବିକାଶରେ ବିଶିଷ୍ଟ ଜନନେତା ପବିତ୍ର ମୋହନ ପ୍ରଧାନଙ୍କ ଅବଦାନକୁ ସମ୍ମାନ ଦେଇ ତାଙ୍କ ସ୍ମୃତିପୀଠର ବିକାଶ କରାଯିବାକୁ ଘୋଷଣା କରିଛନ୍ତି । ତାଳଚେର ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ କଣିହାରେ ବ୍ରାହ୍ମଣୀ ନଦୀ ଉପରେ ନିର୍ମଣାଧୀନ ସେତୁକୁ ତାଙ୍କ ନାମରେ ନାମିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଅନୁଗୁଳ ଜିଲ୍ଲାରେ ଗୁଣାତ୍ମକ ସ୍ବାସ୍ଥ୍ୟସେବାର ବିକାଶ ପାଇଁ ତାଳଚେର ଠାରେ ନିର୍ମିତ ମେଡିକାଲ କଲେଜ ହସ୍ପିଟାଲକୁ ଚଳିତ ବର୍ଷ ଅକ୍ଟୋବର ମାସ ଠାରୁ କାର୍ଯ୍ୟକ୍ଷମ କରାଯିବ । ଏହାସହିତ ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆମ ହସ୍ପିଟାଲ କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ କରିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି । କହିରଖୁଛୁ କି, ଛେଣ୍ଡିପଦାଠାରେ ଲୋକଙ୍କଠାରୁ ଏହି ଦାବି ସଂପର୍କରେ ମୁଖ୍ୟମନ୍ତ୍ରୀ 5T ସଚିବଙ୍କ ସହିତ ଭିଡିଓ କଲ୍‌ରେ ଆଲୋଚନା କରି ନିଷ୍ପତ୍ତି ନେଇଥିଲେ ।

ଅନୁଗୁଳ ଜିଲ୍ଲାର ବନ୍ତଳା ଠାରେ ହାତୀ-ମଣିଷ ସଂଘର୍ଷ ଯୋଗୁଁ ସାଧାରଣ ଲୋକ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଲୋକଙ୍କଠାରୁ ଏହି ସମସ୍ୟା ଶୁଣିବା ପରେ ମୁଖ୍ୟମନ୍ତ୍ରୀ ଏହାକୁ ରୋକିବା ପାଇଁ ୪.୬୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଜିଲ୍ଲା ଡି.ଏଫ.ଓ ଙ୍କ ଦ୍ବାରା ଏହି ଅର୍ଥ ଜରିଆରେ ବନ୍ତଳାର ୪୩ଟି ଗାଁରେ ଆବଶ୍ୟକ ଭିତ୍ତିଭୂମି ନିର୍ମାଣ କରାଯାଇ ଅଧିକ ସୁରକ୍ଷିତ ବ୍ୟବସ୍ଥାର ବିକାଶ କରାଯିବ । ଜିଲ୍ଲାରେ ସଡକ ଯୋଗାଯୋଗର ବିକାଶ ପାଇଁ OMBADC ପାଣ୍ଠିରୁ ୭୬.୩୯ କୋଟି ଟଙ୍କା ବିନିଯୋଗ କରାଯାଇ ୩ଟି ଗୁରୁତ୍ବପୂର୍ଣ୍ଣ ରାସ୍ତା ନିର୍ମାଣ କରାଯିବ ।

ପାଲଲହଡାରେ ୩ଟି ଗୁରୁତ୍ବପୂର୍ଣ୍ଣ ସେତୁ ମଧ୍ୟ ନିର୍ମାଣ କରାଯିବ। ମାଙ୍କଡିଆ ନଳା ଉପରେ ଜୋକପାଣି ଠାରେ ଏକ ସେତୁ ପାଇଁ ୫.୩୮ କୋଟି ଟଙ୍କା, ଅନ୍ଧାରୀନଳା ଉପରେ କୁଚେଇବେଡା ଠାରେ ସେତୁ ପାଇଁ ୪.୬୦ କୋଟି ଟଙ୍କା ଏବଂ ଖରବା ନଳା ଉପରେ ବିଜାଗୋଠ ଛକ ଠାରେ ସେତୁ ନିର୍ମାଣ ପାଇଁ ୫.୮୮ କୋଟି ଟଙ୍କା ମଞ୍ଜୁର କରାଯାଇଛି । ସମୁଦାୟ ୧୫.୮୫ କୋଟି ଟଙ୍କା ମଞ୍ଜୁର ହୋଇଛି ।

5T ସଚିବଙ୍କ ବନ୍ତଳା ଅଂଚଳ ପରିଦର୍ଶନ ସମୟରେ ଏକ ଅଗ୍ନିଶମ ସେବା କେନ୍ଦ୍ରର ଆବଶ୍ୟକତା ସମ୍ପର୍କରେ ଜନସାଧାରଣ ଅବଗତ କରାଇଥିଲେ । ମୁଖ୍ୟମନ୍ତ୍ରୀ ବନ୍ତଳାରେ ଏହି ସେବା କେନ୍ଦ୍ର ସ୍ଥାପନ ପାଇଁ ଅନୁମୋଦନ ଦେଇଛନ୍ତି । ଏହାସହିତ ସାତକୋଶିଆ ଇକୋ ଟୁରିଜିମ୍‌ ସ୍ଥାନରେ ମଧ୍ୟ ଏକ ଅଗ୍ନିଶମ ସେବା କେନ୍ଦ୍ର ସ୍ଥାପନ କରାଯିବ । ଜନସାଧାରଣଙ୍କ ଅନୁରୋଧକ୍ରମେ ଜିଲ୍ଲାର କୁଡାଗାଁ ଓ ଟିକରପଡାଠାରେ ଦୁଇଟି ବନ୍ୟା ଆଶ୍ରୟସ୍ଥଳ ନିର୍ମାଣ ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ପ୍ରତ୍ୟେକ ବନ୍ୟା ଅଶ୍ରୟସ୍ଥଳ ପାଇଁ ୨.୬୪ କୋଟି ଟଙ୍କା ଖର୍ଚ୍ଚ ହେବ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.