ETV Bharat / state

ଜଟଣୀ ଖାସମାହଲ ଜମି ସମସ୍ୟାର ହେଲା ସମାଧାନ, ଡିସେମ୍ବରରୁ ପଟ୍ଟା ବଣ୍ଟନ - ଡିସେମ୍ବରରୁ ପଟ୍ଟା ବଣ୍ଟନ

ଜଟଣୀ ଖାସମାହଲ ଜମି ସମସ୍ୟାର ସମାଧାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଡିସେମ୍ବରରୁ ଲୋକଙ୍କୁ ପଟ୍ଟା ଦେବା ପାଇଁ ଦେଲେ ନିର୍ଦ୍ଦେଶ । ଅଧିକ ପଢନ୍ତୁ

Etv Bharat
Etv Bharat
author img

By ETV Bharat Odisha Team

Published : Sep 4, 2023, 8:17 PM IST

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଐତିହାସକ ନିଷ୍ପତ୍ତି ନେଇଛନ୍ତି । ଜଟଣୀ ଖାସମାହଲ ଜମି ସମସ୍ୟାର ସମାଧାନ କରି ଲୋକଙ୍କୁ ପଟ୍ଟା ଦେବାପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଡିସେମ୍ବରରୁ ପଟ୍ଟା ବଣ୍ଟନ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ଭୁବନେଶ୍ବର ପତିତ ଜମିର ସତ୍ତ୍ବ ରାଜସ୍ବ ବିଭାଗ ଟାସ୍କଫୋର୍ସର SOP ଭିତ୍ତିରେ ନିର୍ଦ୍ଧାରିତ ହେବ ବୋଲି ଜଣାପଡିଛି ।

ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା 5ଟି ସଚିବ ଭି.କେ. ପାଣ୍ଡିଆନ ଜିଲ୍ଲା ଗସ୍ତ ସମୟରେ ଜମିଜମା ସମ୍ପର୍କିତ ଅନେକ ଅଭିଯୋଗ ଲୋକଙ୍କଠାରୁ ପାଇଥିଲେ । ଜଟଣୀ ତହସିଲରେ ଖାସ ମାହଲ ସମସ୍ୟା, ଦୀର୍ଘ ବର୍ଷର ସମସ୍ୟା । ଏ ସମସ୍ୟା ସମ୍ପର୍କରେ ଜନସାଧାରଣ 5ଟି ସଚିବଙ୍କୁ ଜଣାଇଥିଲେ । ଏ ବିଷୟରେ 5ଟି ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି । ଏହା ପରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଆଜି ଏ ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ କରାଯାଇ ନିଷ୍ପତ୍ତି ନିଆଯାଇଛି । ବୈଠକରେ ତିନି ମାସ ମଧ୍ୟରେ ଜମିଜମା ସମସ୍ୟାର ସ୍ଥାୟୀ ସମାଧାନ କରାଯିବାକୁ ନିଷ୍ପତ୍ତି ନିଆଯାଇଛି ।

ଏହା ବି ପଢନ୍ତୁ- ଜମିଜମା ସମସ୍ୟାର ସମାଧାନ କରି ଲୋକଙ୍କୁ ଯୋଗାଇ ଦିଆଯିବ ପଟ୍ଟା: ମୁଖ୍ୟମନ୍ତ୍ରୀ

ଆଗାମୀ ଡିସେମ୍ବରରେ ଲୋକଙ୍କୁ ପଟ୍ଟା ବଣ୍ଟନ କରିବାକୁ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏହା ଦ୍ବାରା 537 ପରିବାର ଉପକାର ପାଇବେ । ସେହିପରି ଭୁବନେଶ୍ବର ତହସିଲରେ ପତିତ ଜମିର ସତ୍ତ୍ବ ନେଇ ଦୀର୍ଘ 60 ବର୍ଷ ଧରି ସମସ୍ୟା ଲାଗି ରହିଛି । ଏ ସମ୍ପର୍କରେ ବିଭିନ୍ନ ରାଜସ୍ବ ଅଦାଲତରେ ମଧ୍ୟ 10543ଟି ମାମଲା ଚାଲିଛି । ଏହି ପତିତ ଜମି ସମ୍ପର୍କରେ ଗଠିତ ରାଜସ୍ବ ବିଭାଗର ଟାସ୍କଫୋର୍ସ ଦ୍ବାରା ନିର୍ଦ୍ଧାରିତ SOP ଭିତ୍ତିରେ ଏ ସମସ୍ୟାର ସମାଧାନ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି ।

5ଟି ସଚିବ ଭି.କେ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ସମୟରେ ମିଳିଥିବା ଲୋକଙ୍କ ବିଭିନ୍ନ ଅଭିଯୋଗର ସମାଧାନ ଲାଗି ସମୟବଦ୍ଧ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ବିଭିନ୍ନ ବିଭାଗ ତଥା ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଚଳିତ ସେପ୍ଟେମ୍ବର ମଧ୍ୟଭାଗରେ ମୁଖମନ୍ତ୍ରୀ ଏହାର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିବେ । ଆଜି ବସିଥିବା ବୈଠକରେ ମୁଖ୍ୟ ଶାସନ ସଚିବ ପ୍ରଦିପ କୁମାର ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ, ରାଜସ୍ବ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, 5ଟି ସଚିବ ଭି.କେ ପାଣ୍ଡିଆନ, ଖୋର୍ଦ୍ଧା ଜିଲ୍ଲାପାଳ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.