ETV Bharat / state

ଆସନ୍ତା ୫ମାସ ଗୁରୁତ୍ବପୂର୍ଣ୍ଣ, ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ରୁହ: ମୁଖ୍ୟମନ୍ତ୍ରୀ

author img

By

Published : Jun 24, 2023, 9:41 PM IST

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଲୋକସେବା ଭବନରେ ବସିଥିଲା ରାଜ୍ୟ ସ୍ତରୀୟ ପ୍ରାକୃତିକ ଦୁର୍ବିପାକ କମିଟି ବୈଠକ । ବୈଠକରେ ମୁଖ୍ୟମନ୍ତ୍ରୀ ଭିସି ଜାରିଆରେ ଯୋଡି ହୋଇଥିଲେ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡିଶା ଏକ ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ ରାଜ୍ୟ । ପ୍ରତିବର୍ଷ ଆମେ ପ୍ରାକୃତିକ ବିପର୍ଯ୍ୟୟର ସାମ୍ନା କରନ୍ତି । ବିଶେଷ କରି ପ୍ରତିବର୍ଷ ବନ୍ୟା ଓ ବାତ୍ୟାକୁ ମୁକାବିଲା କରିବାକୁ ପଡେ । ଅଧିକ ପଢନ୍ତୁ

ଆସନ୍ତା ୫ ମାସ ଗୁରୁତ୍ବପୂର୍ଣ୍ଣ, ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ରୁହ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟ ପାଇଁ ଜୁନରୁ ଅକ୍ଟୋବର ଗୁରୁତ୍ବପୂର୍ଣ୍ଣ । ଏହି ସମୟ ମଧ୍ୟରେ ବାତ୍ୟା, ବନ୍ୟା ଓ ମରୁଡି ଭଳି ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥାଏ ଓଡିଶା । ଏହାକୁ ଦୃଷ୍ଟିରେ ରଖି ପ୍ରଶାସନିକ ସ୍ତରରେ ସବୁ ପ୍ରକାର ପ୍ରସ୍ତୁତି କର । ଏହି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟସ୍ତରୀୟ ପ୍ରାକୃତିକ ଦୁର୍ବିପାକ କମିଟି ବୈଠକରେ ସେ ଅଧ୍ୟକ୍ଷତା କରି ନିର୍ଦ୍ଦେଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଲୋକସେବା ଭବନରେ ବସିଥିଲା ରାଜ୍ୟସ୍ତରୀୟ ପ୍ରାକୃତିକ ଦୁର୍ବିପାକ କମିଟି ବୈଠକ । ବୈଠକରେ ମୁଖ୍ୟମନ୍ତ୍ରୀ ଭିସି ଜାରିଆରେ ଯୋଡି ହୋଇଥିଲେ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡିଶା ଏକ ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ ରାଜ୍ୟ । ପ୍ରତିବର୍ଷ ଆମେ ପ୍ରାକୃତିକ ବିପର୍ଯ୍ୟୟର ସାମ୍ନା କରନ୍ତି । ବିଶେଷ କରି ପ୍ରତିବର୍ଷ ବନ୍ୟା ଓ ବାତ୍ୟାକୁ ମୁକାବିଲା କରିବାକୁ ପଡେ । ଗତବର୍ଷ ରାଜ୍ୟର ୨୪ ଜିଲ୍ଲାରେ ପ୍ରବଳ ବର୍ଷା ଯୋଗୁଁ ବନ୍ୟାର ପ୍ରଭାବ ଦେଖିବାକୁ ମିଳିଥିଲା । ଆମେ ମିଳିମିଶି ଏହାର ସଫଳ ମୁକାବିଲା କରିଥିଲେ । ବିପର୍ଯ୍ୟୟ ପାଇଁ ଆଗୁଆ ପଦକ୍ଷେପ ଓ ସଫଳ ପରିଚାଳନା ପାଇଁ ୨୦୨୩ ବର୍ଷ ପାଇଁ ରାଜ୍ୟ ନେତାଜୀ ସୁବାଷ ଚନ୍ଦ୍ର ଆପଦା ପୁରସ୍କାର କେନ୍ଦ୍ର ସରକାରଙ୍କ ଠାରୁ ଗ୍ରହଣ କରିଛି ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ବାଲେଶ୍ଵର ବାହାନଗାରେ ଭୟଙ୍କର ଟ୍ରେନ ଦୁର୍ଘଟଣାରେ ୨୯୨ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବାବେଳେ ଶତାଧିକ ଯାତ୍ରୀ ଆହତ ହୋଇଥିଲେ । ଯାହା ଆମମାନଙ୍କ ମନରୁ ପାସୋରି ନାହିଁ । ରାଜ୍ୟ ସରକାର ତୁରନ୍ତ ପଦକ୍ଷେପ ନେବା ସହ ଆହତ ଯାତ୍ରୀଙ୍କୁ ଉଦ୍ଧାର କରି ହସ୍ପିଟାଲ ପଠା ଯାଇଥିଲା । ଫଳରେ ବହୁ ଲୋକଙ୍କ ଜୀବନ ରକ୍ଷା ପାଇଥିଲା । ମୃତାହତଙ୍କ ଉଦ୍ଧାର ଓ ଚିକିତ୍ସା ସାଙ୍ଗକୁ ଏପ୍ରିଲରୁ ଜୁନ ମଧ୍ୟରେ ଗ୍ରୀଷ୍ମ ପ୍ରବାହର ମଧ୍ୟ ସଫଳତାର ମୁକାବିଲା କରାଯାଇଛି । ପ୍ରତ୍ୟେକ ସ୍ତରରେ ଆମ ପ୍ରସ୍ତୁତିର ସମୀକ୍ଷା କରିବାକୁ ପଡିବ । ଯେକୌଣସି ପରିସ୍ଥିତିର ମୁକାବିଲା କରିବାକୁ ଆମକୁ ପ୍ରସ୍ତୁତ ହେବାକୁ ପଡିବ ।

ଆଗୁଆ ସତର୍କ ସୂଚନା ସହ ଉଦ୍ଧାର, ରିଲିଫ ଯୋଗଣ, ପାନୀୟ ଜଳ ବ୍ୟବସ୍ଥା, ସ୍ବାସ୍ଥ୍ୟ ଏବଂ ଗୃହ ପାଳିତ ପଶୁପକ୍ଷୀଙ୍କ ଲାଗି ପଦକ୍ଷେପ ନେବାକୁ ପଡିବ । ଓଡ୍ରାଫ ଓ ଅଗ୍ନିଶମ ଦଳ ଟିମକୁ ସଜାଗ ରଖିବାକୁ ପଡିବ । ଯେକୌଣସି ସମୟରେ ତ୍ବରିତ ପଦକ୍ଷେପ ଲାଗି ପ୍ରସ୍ତୁତ ରହିବାକୁ ପଡିବ । ଲୋକଙ୍କୁ ସବୁ ପ୍ରକାର ବିପର୍ଯ୍ୟୟ ବାବଦରେ ରିଅଲ ଟାଇମ ସୂଚନା ପ୍ରଦାନ କରିବାକୁ ଜିଲ୍ଲା ସ୍ତରୀୟ ବିଭାଗୀୟ କଣ୍ଟ୍ରୋଲ ରୁମ ୨୪ ଘଣ୍ଟା କାର୍ଯ୍ୟ କରିବ । ପାଣିପାଗ ଓ ବିପର୍ଯ୍ୟୟ ସମ୍ପର୍କିତ ସୂଚନା ପାଇଁ ସତର୍କ ୱେବ ଓ ମୋବାଇଲ ଆପର ମଧ୍ୟ ବିକାଶ କରାଯାଇଛି । ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗକୁ ପର୍ଯ୍ୟାପ୍ତ ଖାଦ୍ୟ ସାମଗ୍ରୀ ମହଜୁଦ ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ସେହିଭଳି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ ଉପାନ୍ତ ଅଞ୍ଚଳ ପାଇଁ ଗୋଖାଦ୍ୟ ମହଜୁଦ ରଖିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଗର୍ଭବତୀ, ଭିନ୍ନକ୍ଷମ ଓ ମାନସିକ ଅନଗ୍ରସର ବ୍ୟକ୍ତିଙ୍କ ସୁରକ୍ଷା ପାଇଁ ସ୍ବତନ୍ତ୍ର ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଯେକୌଣସି ବିପର୍ଯ୍ୟୟ ପରେ ପୁନଃରୁଦ୍ଧାର ଓ ପୂର୍ନବାସ କାର୍ଯ୍ୟକୁ ସର୍ବାଧିକ ଗୁରୁତ୍ବ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ପ୍ରତ୍ୟେକ ଜୀବନ ଗୁରୁତ୍ୱପୂର୍ଣ୍ଣ ନୀତିକୁ କାର୍ଯ୍ୟକାରୀ କରିବା ଦିଗରେ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ବୈଠକରେ ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ, ଅର୍ଥ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ପଞ୍ଚାୟତିରାଜ ଏବଂ ପାନୀୟ ଜଳ ମନ୍ତ୍ରୀ ପ୍ରଦୀପ କୁମାର ଅମାତ, କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଯୋଗାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ, ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାରାଣ୍ଡି, ଶ୍ରମ ମନ୍ତ୍ରୀ ସାରଦା ନାୟକ, ଜଳସମ୍ପଦ ମନ୍ତ୍ରୀ ଟୁକୁନି ସାହୁ, ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ପଣ୍ଡା, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ପ୍ରତିରଞ୍ଜନ ଘଡେଇ, ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ, ଅତିରିକ୍ତ ଶାସନ ସଚିବ ତଥା ଏସଆରସି ସତ୍ୟବ୍ରତ ସାହୁ ଲୋକସେବା ଭବନରୁ ଉପସ୍ଥିତ ଥିଲେ । ସେହିପରି ରାୟଗଡ଼ାରୁ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକା, ସୋନପୁରରୁ ସ୍ୱାସ୍ଥ୍ୟ ମନ୍ତ୍ରୀ ନିରଞ୍ଜନ ପୁଜାରୀ, କେନ୍ଦୁଝରରୁ ମହିଳା ଏବଂ ଶିଶୁ ବିକାଶ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ, ବଲାଙ୍ଗୀରରୁ କଂଗ୍ରେସ ବିଧାୟକ ଦଳର ନେତା ନରସିଂହ ମିଶ୍ର, ପୁରୀରୁ ବିଜେପି ବିଧାୟକ ଜୟନ୍ତ ଷଡଙ୍ଗୀ, ସୁନ୍ଦରଗଡରୁ ବଣେଇ ବିଧାୟକ ଲକ୍ଷ୍ମଣ ମୁଣ୍ଡା, ଜଗତସିଂହପୁର ସାଂସଦ ରାଜଶ୍ରୀ ମଲ୍ଲିକ, ବିଧାୟକ ପ୍ରଶାନ୍ତ ମୁଦୁଲି, ବ୍ରହ୍ମପୁରରୁ ସାଂସଦ ଚନ୍ଦ୍ରଶେଖର ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.