ETV Bharat / state

CMOର ପୁରୀ ଓ ନୟାଗଡର ଅଭିଯୋଗ ସମୀକ୍ଷା; ପୁରୀ ପୌରପାଳିକା ଲିଜ ଜମିଗୁଡିକ ହେବ ନିୟମିତ

author img

By ETV Bharat Odisha Team

Published : Sep 15, 2023, 6:21 PM IST

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ 5T ସଚିବଙ୍କ ପୁରୀ ଓ ନୟାଗଡ ଜିଲ୍ଲା ଗସ୍ତ ସମୟରେ ଜନସାଧାରଣଙ୍କ ଠାରୁ ବିଭିନ୍ନ ଅଭିଯୋଗ ମିଳିଥିଲା । ଏ ସଂପର୍କରେ 5T ସଚିବ ଭି.କେ ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି । ଏ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ବିସ୍ତୃତ ଆଲୋଚନା କରାଯାଇ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଅଧିକ ପଢନ୍ତୁ

CMOର ପୁରୀ ଓ ନୟାଗଡର ଅଭିଯୋଗ ସମୀକ୍ଷା; ପୁରୀ ପୌରପାଳିକା ଲିଜ ଜମି ଗୁଡିକ ହେବ ନିୟମିତ

ଭୁବନେଶ୍ବର: ପୁରୀ ଓ ନୟାଗଡ଼ ଜିଲ୍ଲାର ଅଭିଯୋଗ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ସମୀକ୍ଷା । ଉପଯୁକ୍ତ ସର୍ତ୍ତାବଳୀ ଅନୁଯାୟୀ ଦିଆଯାଇଥିବା ପୁରୀ ପୌରପାଳିକା ଲିଜ୍‌ ଜମିଗୁଡ଼ିକ ହେବ ନିୟମିତ । ବର୍ଷ ବର୍ଷର ସମସ୍ୟାର ହେବ ସମାଧାନ । ୨୦ ଦିନ ମଧ୍ୟରେ ସର୍ଭେ କାମ ସାରିବାକୁ 5T ସଚିବଙ୍କ ନିର୍ଦ୍ଦେଶ । ବୃତ୍ତଙ୍ଗ ଜଳସେଚନ ପ୍ରକଳ୍ପ କାମ ପାଇଁ ଟେଣ୍ଡର ସେପ୍ଟେମ୍ବର ଶେଷ ସୁଦ୍ଧା କରିବାକୁ ନିର୍ଦ୍ଦେଶ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ସଚିବଙ୍କ ପୁରୀ ଓ ନୟାଗଡ ଜିଲ୍ଲା ଗସ୍ତ ସମୟରେ ଜନସାଧାରଣଙ୍କ ଠାରୁ ବିଭିନ୍ନ ଅଭିଯୋଗ ମିଳିଥିଲା । ଏ ସଂପର୍କରେ 5-ଟି ସଚିବ ଭି.କେ ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି । ଏ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ବିସ୍ତୃତ ଆଲୋଚନା କରାଯାଇ ନିଷ୍ପତ୍ତି ଗ୍ରହଣ କରାଯାଇଛି । ପୁରୀ ପୌରପାଳିକା ଜମି ସମସ୍ୟା ସମ୍ପର୍କରେ 5T ସଚିବଙ୍କ ଗସ୍ତ ସମୟରେ ଜନସାଧାରଣ ତାଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ପୁରୀ ପୌରପାଳିକା ଦ୍ଵାରା ପୌରପାଳିକା ନିୟମ ଓ ଉପଯୁକ୍ତ ଲିଜ୍‌ ସର୍ତ୍ତାବଳୀ ଅନୁଯାୟୀ ଦିଆଯାଇଥିବା ଲିଜ୍‌ଗୁଡ଼ିକୁ ନିୟମିତ କରିବା ପାଇଁ ବୈଠକରେ ନୀତିଗତ ନିଷ୍ପତ୍ତି ନିଆଯାଇଛି । ଏହି କାର୍ଯ୍ୟକୁ ଧାର୍ଯ୍ୟ ଅବଧି ମଧ୍ୟରେ ସମ୍ପୂର୍ଣ୍ଣ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏଥିପାଇଁ ଆବଶ୍ୟକ ସର୍ଭେ କାମକୁ ୨୦ ଦିନ ମଧ୍ୟରେ ଶେଷ କରିବା ପାଇଁ ୫-ଟି ସଚିବ ନିର୍ଦ୍ଦେଶ ଦେଇଛନ୍ତି । ଏଥିପାଇଁ ଜିଲ୍ଲାପାଳଙ୍କୁ ଆବଶ୍ୟକ ଅତିରିକ୍ତ ରାଜସ୍ବ ଅଧିକାରୀ ଯୋଗାଇ ଦେବାକୁ ବୈଠକରେ ନିଷ୍ପତ୍ତି ହୋଇଛି ।

ଏହାବି ପଢନ୍ତୁ- Odisha Cabinet Meeting: 12ଟି ବିଭାଗର 19ଟି ପ୍ରସ୍ତାବକୁ ସ୍ବୀକୃତି, 1ବର୍ଷରେ ଦକ୍ଷ ହେବେ 1ଲକ୍ଷ ଯୁବକ ଯୁବତୀ

ପୁରୀ ପୌରପାଳିକା ବହୁ ବର୍ଷ ଧରି ବିଭିନ୍ନ ଅନୁଷ୍ଠାନ ଓ ଲୋକମାନଙ୍କୁ ଲିଜ୍‌ ସୂତ୍ରରେ ପ୍ରାୟ ୫୦୪ ଏକର ଜମି ଦେଇଛି । ଏହି ଉଚ୍ଚସ୍ତରୀୟ ବୈଠକରେ ଉପଯୁକ୍ତ ଲିଜ୍‌ ସର୍ତ୍ତାବଳୀ ଓ ପୌରପାଳିକା ନିୟମ ଅନୁସାରେ ଆବଣ୍ଟିତ ଲିଜ ନିୟମିତ କରିବା ପାଇଁ ବ୍ୟକ୍ତି ବିଶେଷ ଓ ଅନୁଷ୍ଠାନଗୁଡ଼ିକ ଉପରେ ଉପଯୁକ୍ତ ଦେୟ ଧାର୍ଯ୍ୟ କରିବାକୁ ବୈଠକରେ ନିଷ୍ପତ୍ତି ହୋଇଛି । ନୟାଗଡ଼ ଜିଲ୍ଲାର ମଂଜରୀ ଗ୍ରାମ ନିକଟରେ ବୃତ୍ତଙ୍ଗ ନଦୀ ଉପରେ ଜଳଭଣ୍ଡାର ପ୍ରକଳ୍ପ ନିର୍ମାଣ ସଂପର୍କରେ ମଧ୍ୟ ବୈଠକରେ ଆଲୋଚନା କରାଯାଇଛି । ପରିବେଶ ତଥା ଅନ୍ୟାନ୍ୟ ଆବଶ୍ୟକ ମଞ୍ଜୁରୀ ମିଳିବା ପରେ ପ୍ରକଳ୍ପ ପାଇଁ ତୁରନ୍ତ ଟେଣ୍ଡର ଆହ୍ବାନ କରିବା ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି । ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ଓ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.