ETV Bharat / state

Weather: ୨୪ଘଣ୍ଟାରେ ଉପକୂଳ ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

author img

By

Published : Apr 3, 2023, 4:24 PM IST

ଆସନ୍ତା ୨୪ଘଣ୍ଟାରେ ଉପକୂଳ ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା । ସୂଚନା ଦେଲା ପାଣିପାଗ ବିଭାଗ । ଅଧିକ ପଢନ୍ତୁ

Weather
Weather
ଉପକୂଳ ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ବର: ରାଜ୍ୟର କିଛି ସ୍ଥାନରେ ପଶ୍ଚିମା ଝଡ଼ ପ୍ରଭାବରୁ ବର୍ଷା ହୋଇଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପୁଣି ପୂର୍ବ ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା । ଏ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ସେପଟେ ଅନ୍ୟ ସବୁ ଜିଲ୍ଲାଗୁଡ଼ିକରେ ପାଗ ଶୁଖିଲା ରହିବ । ଆସନ୍ତା ୨ରୁ ୩ଦିନ ମଧ୍ୟରେ ରାଜ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢିବ ବୋଲି ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ. ଆର ବିଶ୍ବାସ ।

ଓଡ଼ିଶାର ଉପକୂଳ ଓଡ଼ିଶାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେଵାକୁ ଥିବା ବେଳେ କୌଣସି ସତର୍କ ସୂଚନା ନାହିଁ । କାଳ ବୈଶାଖୀ ଜନିତ ବର୍ଷା ଜନିତ ବର୍ଷର ସମ୍ଭାବନାକୁ ନେଇ ମୟୂରଭଞ୍ଜ, ଢେଙ୍କାନାଳ, ମାଲକାନଗିରି, କେନ୍ଦୁଝର, କୋରାପୁଟ, ମାଲକାନଗିରି, ନୂଆପଡା, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଓ ରାୟଗଡା ଜିଲ୍ଲାରେ ବିଜୁଳି ଘଡଘଡି ବର୍ଷା ହେବାକୁ ଥିବାବେଳେ ଅନ୍ୟ ସବୁ ଜିଲ୍ଲାରେ ଶୁଖିଲା ପାଗ ରହିବ ।

ଏହା ବି ପଢନ୍ତୁ- 250 ସ୍କୁଲରେ ହେବ ଅଲିମ୍ପିକ ଅଭିଯାନ, ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ OFCH ନିର୍ଦ୍ଦେଶକ

ସେହିପରି ଆସନ୍ତାକାଲି ଆଉ ପରଦିନ ଅର୍ଥାତ ୪ରୁ ୫ ତାରିଖରେ ଉପକୂଳ ଓଡ଼ିଶାର ମୟୂରଭଞ୍ଜ ନବରଙ୍ଗପୁର, ମାଲକାନଗିରି, କଳାହାଣ୍ଡି, ରାୟଗଡା, କନ୍ଧମାଳ, କୋରାପୁଟ ଜିଲ୍ଲାରେ ବର୍ଷା ହେବାକୁ ଥିବା ବେଳେ ସେଭଳି କୌଣସି ସତର୍କ ସୂଚନା ନାହିଁ । ଏହି ସବୁ ଜିଲ୍ଲାକୁ ଛାଡିଦେଲେ ବାକି ଜିଲ୍ଲାରେ ଶୁଖିଲା ପାଗ ରହିବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି । ଗତ ୨୪ ଘଣ୍ଟାରେ ଉପକୂଳ ଓଡ଼ିଶାର ରାୟଗଡା, ନବରଙ୍ଗପୁର, ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହୋଇଛି । ଏହି ସବୁ ଜିଲ୍ଲାକୁ ଛାଡିଲେ ଅନ୍ୟ ଜିଲ୍ଲାଗୁଡିକରେ ଶୁଖିଲା ପାଗ ରହିଥିଲା ।

ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା ହେଉଥିବା ବେଳେ ସର୍ବାଧିକ ବର୍ଷା ୧୮.୦ ମିମି ବାଲେଶ୍ବରରେ ରେକର୍ଡ କରାଯାଇଛି । ଭୁବନେଶ୍ବରରେ ୮.୭ ମିମି ବର୍ଷ ରେକର୍ଡ କରାଯାଇଛି । ସେହିପରି ରାଜ୍ୟରେ ଶୁଖିଲା ପାଗ ଅଧିକାଂଶ ଜିଲ୍ଲାରେ ରହିଥିବା ଟିଟିଲାଗଡ ଓ ମାଲକାନଗିରିରେ ୩୬.୫ ତାପମାତ୍ରା ରେକର୍ଡ କରାଯାଇଛି । ବର୍ତ୍ତମାନ ରାଜ୍ୟରେ ସ୍ବାଭାବିକଠାରୁ ୩ରୁ ୪ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ. ଆର ବିଶ୍ବାସ ସୂଚନା ଦେଇଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.