ETV Bharat / state

ଓଡ଼ିଶା-ଆନ୍ଧ୍ର ସୀମା ବିବାଦ ପାଇଁ କେନ୍ଦ୍ର ସରକାର ଦାୟୀ: ନରସିଂହ

author img

By

Published : Nov 5, 2022, 7:25 AM IST

ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ସମାଧାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ତେବେ ଏହି ପ୍ରସଙ୍ଗରେ ପ୍ରତିକ୍ରିୟା ରଖି ବରିଷ୍ଠ କଂଗ୍ରେସ ବିଧାୟକ ନରସିଂହ ମିଶ୍ର କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି । ଏହି ସୀମା ବିବାଦର ସମାଧାନ ପାଇଁ କେନ୍ଦ୍ର ସରକାର ଚେଷ୍ଟା କରୁନଥିବା ସେ ଅଭିଯୋଗ କରିଛନ୍ତି । ଅଧିକ ପଢ଼ନ୍ତୁ

ଓଡ଼ିଶା- ଆନ୍ଧ୍ର ସୀମା ବିବାଦ ପାଇଁ କେନ୍ଦ୍ର ସରକାର ଦାୟୀ: ନରସିଂହ

ଭୁବନେଶ୍ବର: ଆନ୍ଧ୍ରପ୍ରଦେଶ ସୀମାବର୍ତ୍ତୀ କୋରାପୁଟ ଏବଂ ଗଜପତି ଜିଲ୍ଲାରେ ସୀମା ବିବାଦ ପ୍ରସଙ୍ଗରେ ପୁଣି ଥରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧ କରିବା ସହ ବିଭିନ୍ନ ପରାମର୍ଶ ଦେଇଛନ୍ତି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ତେବେ ଏହି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ବରିଷ୍ଠ କଂଗ୍ରେସ ବିଧାୟକ ନରସିଂହ ମିଶ୍ର । ଏହି ବିବାଦରେ କେନ୍ଦ୍ରକୁ ଦାୟୀ କରିବା ସହିତ କେତେଥର ମୋଦି ଦୁଇ ରାଜ୍ୟ ମଧ୍ୟରେ ବୈଠକ ଡାକିଛନ୍ତି ବୋଲି ପ୍ରଶ୍ନ କଲେ ନରସିଂହ ।

ଆନ୍ଧ୍ରପ୍ରଦେଶ ସୀମାବର୍ତ୍ତୀ କୋରାପୁଟ ଜିଲ୍ଲା ପଟାଙ୍ଗୀ ବ୍ଲକର କୋଟିଆ ଏବଂ ଗଜପତି ଜିଲ୍ଲା ରାୟଗଡ ବ୍ଲକ ଗଙ୍ଗାବାଡ଼ ପଞ୍ଚାୟତ ମାଣିକପାଟଣାରେ ସୀମା ବିବାଦ ଦେଖା ଦେଇଛି । ଉଭା ହୋଇଥିବା ସୀମା ବିବାଦକୁ ଶାନ୍ତିପୂର୍ଣ୍ଣ ଭାବରେ ସମାଧାନ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡ଼ିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧ କରିବା ସହ ବିଭିନ୍ନ ପରାମର୍ଶ ଦେଇଛନ୍ତି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବିଗତ ବର୍ଷ ମାନଙ୍କରେ ଏହି ସୀମା ବିବାଦର ସମାଧାନ ପାଇଁ ତାଙ୍କ ଦ୍ବାରା ଉଦ୍ୟମ କରାଯିବା ସତ୍ତ୍ବେ ଏଥିରେ କୌଣସି ପରିବର୍ତ୍ତନ ହୋଇ ନଥିବା ଭଳି ମନେ ହେଉଥିବା ଚିଠିରେ ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ ।

ଏହା ମଧ୍ୟ ପଢ଼ନ୍ତୁ...ସୀମା ବିବାଦ ପ୍ରସଙ୍ଗରେ ପୁଣି ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ

ତେବେ ଏହି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । ଏହି ସୀମା ବିବାଦ ପାଇଁ କେନ୍ଦ୍ର ସରକାର ସମ୍ପୂର୍ଣ୍ଣ ଦାୟୀ ବୋଲି କହିବା ସହିତ କେତେଥର ମୋଦି ଦୁଇ ରାଜ୍ୟ ମଧ୍ୟରେ ବୈଠକ ଡାକିଛନ୍ତି ବୋଲି ପ୍ରଶ୍ନ କରିଛନ୍ତି ନରସିଂହ ।

ସେ କହିଛନ୍ତି, "ଧର୍ମେନ୍ଦ୍ର ବାବୁଙ୍କୁ ଅନୁରୋଧ କରିବି ଦୟାକରି ପ୍ରଧାନ ମନ୍ତ୍ରୀଙ୍କୁ କୁହନ୍ତୁ ଉଭୟ ରାଜ୍ୟର ସରକାରଙ୍କୁ ଡାକି ଆଲୋଚନା କରି ସମାଧାନ କରନ୍ତୁ । ସୀମା ବିବାଦର ସ୍ଥାୟୀ ସମାଧାନ କରାଯାଉ । ପୂର୍ବରୁ କୋରାପୁଟ ଜିଲ୍ଲା କୋଟିଆରେ ଆନ୍ଧ୍ରପ୍ରଦେଶ ପ୍ରଶାସନର ଦାଦାଗିରି ଦେଖିବାକୁ ମିଳିଥିଲା । ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ଓଡିଶା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ସୀମା ବିବାଦର ଆପୋଷ ସମାଧାନ ହେବା ନେଇ ପ୍ରତିଶ୍ରୁତି ଦେଇଥିଲେ । ହେଲେ ବାରମ୍ବାର ଆନ୍ଧ୍ରପ୍ରଦେଶ ଓଡିଶା ସୀମାରେ ଅନୁପ୍ରବେଶ ଲାଗି ରହିଛି ।" ତେବେ ଏହି ଘଟଣାରେ ସେ କେନ୍ଦ୍ର ସରକାରଙ୍କୁ ଦାୟୀ କରିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.