ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାରେ କୋରୋନା ସଂକ୍ରମଣକୁ ନେଇ କଡା ଆଭିମୁଖ୍ୟ ଗ୍ରହଣ କରିଛି ଜିଲ୍ଲାପ୍ରଶାସନ । ସାଧାରଣ ଲୋକଙ୍କୁ ଘରେ ରହିବା ସହିତ ସତର୍କ ରହିବାକୁ କହିଛନ୍ତି ଖୋର୍ଦ୍ଧା ଜିଲ୍ଲାପାଳ ।
ଜିଲ୍ଲାରେ କୋରୋନା ସଂକ୍ରମଣ ବୃଦ୍ଧି ପାଇବାରୁ ଏଭଳି ନିଷ୍ପତି ନେଇଛି ଜିଲ୍ଲା ପ୍ରଶାସନ । ଖୋର୍ଦ୍ଧାରେ ପଜେଟିଭଙ୍କ ସଂଖ୍ୟା 992 ରହିଥିବା ବେଳେ ମୃତ୍ୟୁ ସଂଖ୍ୟା 7 ରହିଛି ଏବଂ 742 ଜଣ ଆରୋଗ୍ୟ ଲାଭ କରିଛନ୍ତି ।
ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ