ETV Bharat / state

ଭୀଷଣ ବାତ୍ୟାର ରୂପ ନେଲା 'ମିଗଜୋମ', ଆନ୍ଧ୍ର ଉପକୂଳରେ କରିବ ଲ୍ୟାଣ୍ଡଫଲ - ଆଞ୍ଚଳିକ ପାଣିପାଗ ବିଭାଗ ଭୁବନେଶ୍ବର

Cyclone Michaung Updates: ଭୀଷଣ ବାତ୍ୟାର ରୂପ ନେଲା 'ମିଗଜୋମ' । ଓଡିଶାର ବିଭିନ୍ନ ଜିଲ୍ଲାକୁ ଆଲର୍ଟ । ତାମିଲନାଡୁରେ ପ୍ରବଳ ବର୍ଷା । ଅଧିକ ପଢନ୍ତୁ

ବଳ ଗୋଟାଉଛି 'ମିଗଜୋମ'
ବଳ ଗୋଟାଉଛି 'ମିଗଜୋମ'
author img

By ETV Bharat Odisha Team

Published : Dec 4, 2023, 11:38 AM IST

Updated : Dec 4, 2023, 1:31 PM IST

ଭୀଷଣ ବାତ୍ୟାର ରୂପ ନେଲା 'ମିଗଜୋମ'

ହାଇଦ୍ରାବାଦ: ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 'ମିଗଜୋମ (Michaung)' । ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳର ନେଲୋର ଓ ମଚ୍ଛଲିପଟନମ ମଧ୍ୟରେ ଆସନ୍ତାକାଲି(ଡିସେମ୍ବର 5) ତାରିଖରେ ପୂର୍ବାହ୍ନରେ ଅତିକ୍ରମ କରିବାର ସମ୍ଭାବନା ରହିଛି । ଆଜି ପୂର୍ବାହ୍ନରେ ଭୀଷଣ ବାତ୍ୟାର ରୂପ ନେଇଛି 'ମିଗଜୋମ' । ଅନ୍ୟପଟେ ଓଡିଶା, ତାମିଲନାଡୁରେ ଏହି ବାତ୍ୟାର ପ୍ରଭାବ ଦେଖିବାକୁ ମିଳିଛି । ଓଡିଶାରେ କିଛି ସ୍ଥାନରେ ବର୍ଷା ନେଇ ଆଲର୍ଟ ଜାରି ହୋଇଥିବା ବେଳେ ତାମିଲନାଡୁର ଏକାଧିକ ସ୍ଥାନରେ ପ୍ରବଳ ବର୍ଷା ହୋଇଛି ।

ପୁଡୁଚେରୀର ପ୍ରାୟ ୨୦୦ କିଲୋମିଟର ପୂର୍ବ-ଉତ୍ତରପୂର୍ବ, ଚେନ୍ନାଇର ୧୩୦ କିଲୋମିଟର ପୂର୍ବ, ନେଲୋରର ୨୨୦ କିଲୋମିଟର ଦକ୍ଷିଣ-ପୂର୍ବ, ବାପାଟଲାର ୩୩୦ କିଲୋମିଟର ଦକ୍ଷିଣ-ଦକ୍ଷିଣ ପୂର୍ବ ଏବଂ ମଛଲିପଟନମ ଠାରୁ ୩୫୦ କିଲୋମିଟର ଦକ୍ଷିଣ-ଦକ୍ଷିଣ ପୂର୍ବରେ କେନ୍ଦ୍ରୀଭୂତ ରହିଛି। ଏହା ପରବର୍ତ୍ତୀ ସମୟରେ ନିଜ ଗତିର ଦିଗ ଉତ୍ତର ପଶ୍ଚିମ ଦିଗରେ ବଜାୟ ରଖିବା ସହ ୪ ତାରିଖ ପୂର୍ବାହ୍ନ ବେଳକୁ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରର ସମୁଦ୍ର ମଧ୍ୟରେ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ନିକଟସ୍ଥ ହେବା ସମ୍ଭାବନା ରହିଛି ।

ଆଞ୍ଚଳିକ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଦକ୍ଷିଣପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା 'ମିଗଜୋମ (Michaung)' ସକ୍ରିୟ ହେବାରେ ଲାଗିଛି । ଏହା ଉତ୍ତର- ଉତ୍ତରପଶ୍ଚିମ ଦିଗରେ ଘଣ୍ଟାପ୍ରତି 10 କିଲୋମିଟର ବେଗରେ ଅଗ୍ରସର ହେଉଛି । ଆଜି ଅପରାହ୍ନ ବେଳକୁ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ତାମିଲନାଡୁ ନିକଟତର ହେବ । ପରେ ଉତ୍ତର ଦିଗରେ ସମାନ୍ତର ଭାବେ ଗତି କରି ମଙ୍ଗଳବାର ପୂର୍ବାହ୍ନ ସମୟରେ ଆନ୍ଧ୍ରପ୍ରଦେଶ ଉପକୂଳର ନେଲୋର ଓ ମଚ୍ଛଲିପଟନମ ମଧ୍ୟରେ ସ୍ଥଳଭାଗ ଛୁଇଁପାରେ 'ମିଗଜୋମ' ।

ଏହାମଧ୍ୟ ପଢନ୍ତୁ.. ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା, ରାଜ୍ୟରେ ମେଘୁଆ ପାଗ

ଆଜି(ସୋମବାର) ପୂର୍ବାହ୍ନ ସମୟରେ ସାଗର ମଧ୍ୟରେ ଭୀଷଣ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି । ତେବେ ସ୍ଥଳଭାଗରେ ଘଣ୍ଟା ପ୍ରତି ଏହା 90ରୁ 100 କିମି ଓ ଝଟକା ପବନ 110 କିମି ବେଗରେ ଅତିକ୍ରମ କରିବାର ସମ୍ଭାବନା ରହିଛି ।"

ଓଡ଼ିଶାରେ ଆଲର୍ଟ: ଅନ୍ୟପଟେ ବାତ୍ୟାକୁ ନେଇ ଓଡ଼ିଶାର ବିଭିନ୍ନ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ଆଲର୍ଟ ଜାରି କରାଯାଇଛି । ବାତ୍ୟା ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ହେବ । ୩ରୁ ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବା ସମ୍ଭାବନା ରହିଛି ।

ଆଜି(ସୋମବାର) ଦକ୍ଷିଣ ଓଡିଶାର କିଛି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୫ରେ ମାଲକାନଗିରି, କୋରାପୁଟ, ରାୟଗଡା,ଗଜପତି ଏବଂ ଗଞ୍ଜାମରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ସେହି ଜିଲ୍ଲା ଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ବର୍ଷା ସହ ୪୦ରୁ ୫୦କି.ମି ବେଗରେ ପବନ ବହିବା ସମ୍ଭାବନା ରହିଛି ।ସେହିଭଳି କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, ନୟାଗଡ, ଖୋର୍ଦ୍ଧା, ଜଗତସିଂହପୁର ଓ କଟକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହୋଇପାରେ । ତେବେ ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡିକରେ 7ସେମିରୁ 11 ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ । ଏଥିପାଇଁ ୪ ତାରିଖରୁ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି । ସମସ୍ତ ସାମୁଦ୍ରିକ ବନ୍ଦର ଗୁଡ଼ିକୁ ବିପଦ ସଙ୍କେତ ୧ନଂ ଜାରି କରାଯାଇଥିବା ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେପଟେ ପ୍ରବଳ ବର୍ଷା ଏବଂ ପବନକୁ ଦୃଷ୍ଟିରେ ରଖି ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେଲେ ଜିଲ୍ଲାପାଳମାନେ ତୁରନ୍ତ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟକୁ ରିପୋର୍ଟ କରିବାକୁ ଏସ୍‌ଆର୍‌ସି ସତ୍ୟବ୍ରତ ସାହୁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଏହାମଧ୍ୟ ପଢନ୍ତୁ.. ଚାଷୀକୁ ଡରାଉଛି ଲଘୁଚାପ ବାତ୍ୟା, ପ୍ରସ୍ତୁତ ରହିଛି କୋରାପୁଟ ଜିଲ୍ଲା ପ୍ରଶାସନ

ତାମିଲନାଡୁରେ ପ୍ରବଳ ବର୍ଷା: ଅନ୍ୟପଟେ ଏହାର ପ୍ରଭାବରେ ତାମିଲନାଡୁରେ ପ୍ରବଳ ବର୍ଷା ଦେଖିବାକୁ ମିଳିଛି । ଜଳ ନିଷ୍କାସନ ହୋଇନଥିବାରୁ ବିଭିନ୍ନ ସ୍ଥାନରେ ବର୍ଷା ଯୋଗୁ କୃତ୍ରିମ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି । ଟ୍ରାଫିକ ସମସ୍ୟା ମଧ୍ୟ ଦେଖାଯାଇଛି । ସୋମବାର ଦିନ ତାମିଲନାଡୁ ସରକାର ରାଜ୍ୟର 4ଟି ଜିଲ୍ଲାରେ ଛୁଟି ଘୋଷଣା କରିଛନ୍ତି । ଚେନ୍ନାଇ, ତିରୁଭଲ୍ଲୁର, କାଞ୍ଚିପୁରମ୍, ଚେଙ୍ଗାଲପଟ୍ଟୁ ଜିଲ୍ଲାଗୁଡିକରେ ପ୍ରବଳ ବର୍ଷା ଜାରି ରହିଛି । ପ୍ରବଳ ବର୍ଷା ଯୋଗୁଁ ଟ୍ରେନର ସମୟରେ ମଧ୍ୟ ପରିବର୍ତ୍ତନ ହୋଇଛି । ଅନେକ ମେଟ୍ରୋ ଅଞ୍ଚଳଗୁଡିକ ଜଳବନ୍ଦୀ ରହିଛି । ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ପଣ୍ଡିଚେରୀରର ଉପକୂଳ ଅଞ୍ଚଳରେ 144 ଧାରା ଜାରି କରାଯାଇଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

Last Updated : Dec 4, 2023, 1:31 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.