ETV Bharat / state

ଭୁବନେଶ୍ବରରେ ସମସ୍ତ ସିଏଚସିରେ ଖୋଲିବ ଡେଙ୍ଗୁ ୱାର୍ଡ

ଭୁବନେଶ୍ବରର ସମସ୍ତ ୪ଟି ସିଏଚସିରେ ଖୋଲିବ ଡେଙ୍ଗୁ ୱାର୍ଡ । ରାଜଧାନୀରେ ଡେଙ୍ଗୁ ସ୍ଥିତି ଅଣାୟତ୍ତ ହେବା ପରେ ଏଭଳି ନିଷ୍ପତ୍ତି ନେଇଛି ଜନସ୍ୱାସ୍ଥ୍ୟ ବିଭାଗ ।ଅଧିକ ପଢନ୍ତୁ ...

ଭୁବନେଶ୍ବରରେ ସମସ୍ତ ସିଏଚସିରେ ଖୋଲିବ ଡେଙ୍ଗୁ ୱାର୍ଡ
ଭୁବନେଶ୍ବରରେ ସମସ୍ତ ସିଏଚସିରେ ଖୋଲିବ ଡେଙ୍ଗୁ ୱାର୍ଡ
author img

By

Published : Aug 21, 2023, 6:26 PM IST

ଭୁବନେଶ୍ବର: ଭୁବନେଶ୍ବରର ସମସ୍ତ ୪ଟି ଯାକ ସିଏଚସିରେ ଖୋଲିବ ଡେଙ୍ଗୁ ୱାର୍ଡ। ପ୍ରତି ଅର୍ବାନ ସିଏଚସିରେ ୧୦ଟି ଲେଖାଏଁ ବେଡ୍ ରହିବ ।ରାଜଧାନୀରେ ଡେଙ୍ଗୁ ସ୍ଥିତି ଅଣାୟତ୍ତ ହେବା ପରେ ଏଭଳି ନିଷ୍ପତ୍ତି ନେଇଛି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶାଳୟ । ଏପଟେ ରାଜ୍ୟରେ ଏପର୍ଯ୍ୟନ୍ତ କୌଣସି ଡେଙ୍ଗୁ ଜନିତ ମୃତ୍ୟୁ ହୋଇନଥିବା ସରକାରୀ ସୂଚନା ରହିଛି । ଭୁବନେଶ୍ବରର ସମସ୍ତ ୪ଟି ଯାକ ସିଏଚସିରେ ଖୋଲିବ ଡେଙ୍ଗୁ ୱାର୍ଡ । ପ୍ରତି ଅର୍ବାନ ସିଏଚସିରେ ୧୦ଟି ଲେଖାଏଁ ବେଡ୍ ରହିବ । ରାଜଧାନୀରେ ଡେଙ୍ଗୁ ସ୍ଥିତି ଅଣାୟତ୍ତ ହେବା ପରେ ଏଭଳି ନିଷ୍ପତ୍ତି ନେଇଛି ଜନସ୍ୱାସ୍ଥ୍ୟ ବିଭାଗ । ଚଳିତ ବର୍ଷ କେବଳ ଭୁବନେଶ୍ଵର ମହାନଗର ନିଗମ ଅଞ୍ଚଳରୁ ୧ ହଜାର ୫୯ ଡେଙ୍ଗୁ ପଜିଟିଭ ଚିହ୍ନଟ ହୋଇଛନ୍ତି । ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି, ରାଜଧାନୀରେ ଡେଙ୍ଗୁ ରୋଗଙ୍କ ସଂଖ୍ୟା ବଢୁଥିବାରୁ ସମସ୍ତେ ପ୍ରସ୍ତୁତ ରହିବାକୁ ସ୍ୱାସ୍ଥ୍ୟ ବିଭାଗର ନିର୍ଦ୍ଦେଶ ରହିଛି । ବ୍ଲଡ ବ୍ୟାଙ୍କରେ ରକ୍ତ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଏହା ମଦ୍ୟ ପଢନ୍ତୁ....ସଜାଗ ଅଛି ତ BMC ? ଭୁବନେଶ୍ବର ମାର୍କେଟରେ ଡେଙ୍ଗୁ ଆତଙ୍କ

ଏହା ସହିତ ଡେଙ୍ଗୁ ପରୀକ୍ଷା ପାଇଁ କ୍ୟାପିଟାଲ ହସ୍ପିଟାଲ ସ୍ଵତନ୍ତ୍ର ବ୍ୟବସ୍ଥା କରାଯିବ । ଡେଙ୍ଗୁ ମୃତ୍ୟୁହାର ଶୂନ ବୋଲି ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି । ଏଥିପାଇଁ ସବୁ ଜିଲ୍ଲାରେ ବିଶେଷଜ୍ଞ କମିଟି ରହିଛି । ବିଶେଷଜ୍ଞ କମିଟି ଯାଞ୍ଚ କରି ତଥ୍ୟ ଦେବା ପରେ ଡେଙ୍ଗୁ ମୃତ୍ୟୁ ଜଣାଯାଏ । ଏବେ ସୁଦ୍ଧା କୌଣସି ଡେଙ୍ଗୁ ମୃତ୍ୟୁ ତଥ୍ୟ ନାହିଁ ।

ଗତ ବର୍ଷ ଅପେକ୍ଷା ଚଳିତ ବର୍ଷ ଚିହ୍ନଟ ହେଲେଣି ପ୍ରାୟ ୫୦% ଅଧିକ ଡେଙ୍ଗୁ ରୋଗୀ । ତେବେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର କହିଛନ୍ତି, ଡେଙ୍ଗୁ ସ୍ଥିତି ଭୟାବହ ନାହିଁ, ସ୍ଥିର ରହିଛି । ସର୍ଭେଲାନ୍ସ ଓ ଟେଷ୍ଟିଂ ବଢ଼ିଥିବାରୁ ବଢ଼ିଛି ରୋଗୀ ସଂଖ୍ୟା । ଅଗଷ୍ଟ ୨୦ ସୁଦ୍ଧା ରାଜ୍ୟରେ ୨୪୨୬ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ବେଳେ କେବଳ ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୧୨୨୦ ପଜିଟିଭ । ସେହିଭଳି ପୁରୀରୁ ୨୨୯ ଜଣ, ବାଲେଶ୍ଵରରୁ ୨୧୨, କଟକରୁ ୧୫୩ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି । କିନ୍ତୁ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ରୋଗୀଙ୍କ ସଂଖ୍ୟା କମ୍‌ ବୋଲି କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ।

ଏପଟେ ଆସନ୍ତାକାଲିଠାରୁ ଡେଙ୍ଗୁ ରୋଗୀଙ୍କ ଲାଗି କ୍ୟାପିଟାଲ ହସ୍ପିଟାଲରେ ଖୋଲିବ ସ୍ଵତନ୍ତ୍ର ଟେଷ୍ଟିଂ ସେଣ୍ଟର । ଦୈନିକ ପ୍ରାୟ ୫୦୦ ଲୋକଙ୍କର ଡେଙ୍ଗୁ ଟେଷ୍ଟ ହେଉଥିବାରୁ ଭିଡ଼ ଏଡ଼ାଇବା ଲାଗି ଏଭଳି ନିଷ୍ପତ୍ତି ନିଆଯାଇଥିବା କହିଛନ୍ତି କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ ଡାକ୍ତର ଲକ୍ଷ୍ମୀଧର ସାହୁ । ସେ କହିଛନ୍ତି, ଏବେ ପ୍ରତିଦିନ କ୍ୟାପିଟାଲ ହସ୍ପିଟାଲରେ ୬୦-୭୦ ଜଣ ପଜିଟିଭ ଚିହ୍ନଟ ହେଉଛନ୍ତି । ସେଥିମଧ୍ୟରୁ ପ୍ରାୟ ୧୫ ଜଣ ଆଡ଼ମିଶନ ହେଉଛନ୍ତି । ଏବେ ବେଡ଼ରେ ୬୨ ରୋଗୀ ଅଛନ୍ତି । ସ୍ଵତନ୍ତ୍ର ବେଡ଼ ନଥିବାରୁ ଫୋଲ୍ଡିଂ ଖଟ କିଣାଯାଇ ତଥା ବନ୍ଦ ଥିବା କ୍ୟାଥୋଲ୍ୟାବ ରୁମକୁ ଡେଙ୍ଗୁ ରୋଗୀଙ୍କ ଚିକିତ୍ସା ଲାଗି ବ୍ୟବହାର କରାଯାଉଥିବା ସୂଚନା ଦେଇଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.