ETV Bharat / state

ଶିକ୍ଷାଦାନରେ ଅବହେଳାକୁ ବରଦାସ୍ତ କରାଯିବ ନାହିଁ: ଗଣଶିକ୍ଷା ମନ୍ତ୍ରୀ

author img

By

Published : Dec 17, 2022, 11:19 AM IST

ଜିଲ୍ଲା ଶିକ୍ଷାଧିକାରୀ ଓ ବ୍ଲକ ଶିକ୍ଷାଧିକାରୀଙ୍କ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ । ଯୋଗଦେଲେ ୧୦୩ ଜଣ ବ୍ଲକ୍‌ ଶିକ୍ଷାଧିକାରୀ ଏବଂ ୧୦ ଜଣ ଜିଲ୍ଲା ଶିକ୍ଷାଧିକାରୀ । କାର୍ଯ୍ୟକ୍ରମରେ ଯୋଗଦେଇ ଶିକ୍ଷାଦାନରେ କୌଣସି ପ୍ରକାର ଅବହେଳାକୁ ବରଦାସ୍ତ କରାଯିବ ନାହିଁ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ଅଧିକ ପଢ଼ନ୍ତୁ

ଶିକ୍ଷାଦାନରେ ଅବହେଳାକୁ ବରଦାସ୍ତ କରାଯିବ ନାହିଁ: ଗଣଶିକ୍ଷା ମନ୍ତ୍ରୀ
ଶିକ୍ଷାଦାନରେ ଅବହେଳାକୁ ବରଦାସ୍ତ କରାଯିବ ନାହିଁ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର: ଜିଲ୍ଲା ଶିକ୍ଷାଧିକାରୀ ଓ ବ୍ଲକ ଶିକ୍ଷାଧିକାରୀଙ୍କ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରାଞ୍ଚଳ ରାଜସ୍ବ ଡିଭିଜନ୍‌ର ୧୦୩ ଜଣ ବ୍ଲକ୍‌ ଶିକ୍ଷାଧିକାରୀ ଏବଂ ୧୦ ଜଣ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ନେଇ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଶିକ୍ଷାଦାନରେ କୌଣସି ପ୍ରକାର ଅବହେଳାକୁ ବରଦାସ୍ତ କରାଯିବ ନାହିଁ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ।

ଶିକ୍ଷାଦାନରେ କୌଣସି ପ୍ରକାର ଅବହେଳାକୁ ବରଦାସ୍ତ କରାଯିବ ନାହିଁ: ଗଣଶିକ୍ଷା ମନ୍ତ୍ରୀ

ରାଜ୍ୟର ସରକାରୀ ବିଦ୍ୟାଳୟରେ ପଢ଼ୁଥିବା ପିଲାମାନଙ୍କୁ ଗୁଣାତ୍ମକ ଶିକ୍ଷାଦାନ ଲାଗି ରାଜ୍ୟ ସରକାର ଏକାଧିକ ପଦକ୍ଷେପ ଗ୍ରହଣ କରୁଛନ୍ତି । ସ୍କୁଲ ଶିକ୍ଷାକ୍ଷେତ୍ରରେ ଉତ୍କର୍ଷ ଆଣିବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ସରକାରୀ ସ୍କୁଲ୍‌ର ଭିତ୍ତିଭୂମି ବିକାଶ ସହ ରେକର୍ଡ ସଂଖ୍ୟକ ଶିକ୍ଷକ ନିଯୁକ୍ତି ଦିଆଯାଇଛି । କେବଳ ଶିକ୍ଷକ ଶିକ୍ଷୟିତ୍ରୀ ନୁହଁନ୍ତି, ବ୍ଲକ୍‌ ଏବଂ ଜିଲ୍ଲା ଶିକ୍ଷାଧିକାରୀମାନେ ଏ ଦିଗରେ ସଚେତନ ହେବା ଜରୁରୀ ହୋଇପଡ଼ିଛି । ପିଲାମାନଙ୍କ ଭବିଷ୍ୟତ ଗଠନରେ କୌଣସି ପ୍ରକାର ଅବହେଳା କଲେ ତାହାକୁ ବରଦାସ୍ତ କରାଯିବ ନାହିଁ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି ।

ଏନେଇ ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି, "ଓଡ଼ିଶାର ସରକାରୀ ବିଦ୍ୟାଳୟ ଗୁଡ଼ିକରେ ଗୁଣାତ୍ମକ ଶିକ୍ଷାର ପ୍ରଚଳନ ପାଇଁ ସବୁପ୍ରକାର ପଦକ୍ଷେପ ହାତକୁ ନିଆଯିବ । ତୃଣମୂଳସ୍ତରରୁ ଆରମ୍ଭ କରି ଉଚ୍ଚ ପଦାଧିକାରୀଙ୍କ ପର୍ଯ୍ୟନ୍ତ ସମସ୍ତେ ଏ ଦିଗରେ ମିଳିତ ଭାବରେ କାର୍ଯ୍ୟ କରିବେ ।" ପ୍ରଧାନଶିକ୍ଷକ, ଶିକ୍ଷକ, ସିଆରସିସି, ବିଇଓ ଏବଂ ଡିଇଓମାନଙ୍କ ମିଳିତ ପ୍ରଚେଷ୍ଟା ଛାତ୍ରଛାତ୍ରୀଙ୍କ ବୋର୍ଡ ପରୀକ୍ଷାରେ ପ୍ରତିଫଳିତ ହେବା ନେଇ ମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି । ସେହିଭଳି ଅବସରପ୍ରାପ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଏବଂ ବିଭାଗୀୟ କର୍ମଚାରୀଙ୍କୁ ଉଚିତ୍‌ ସମୟରେ ପେନ୍‌ସନ୍‌ ପ୍ରଦାନ ସହ ଛାତ୍ରଛାତ୍ରୀଙ୍କୁ ନିର୍ଦ୍ଧାରିତ ସମୟରେ ମେଧାବୃତ୍ତିର ଆର୍ଥିକ ସହାୟତା ପ୍ରଦାନ ଉପରେ ମଧ୍ୟ ଗୁରୁତ୍ବାରୋପ କରାଯାଇଛି ।

FLN (Foundational Literacy and Numeracy) ଏବଂ LRP (Learning Recovery Programme) କାର୍ଯ୍ୟକାରୀ କରିବାରେ ରାଜ୍ୟ ସରକାରଙ୍କ ଭୂମିକା ଓ ପରବର୍ତ୍ତୀ ଫଳାଫଳର ଆଭିମୁଖ୍ୟ କାର୍ଯ୍ୟକ୍ରମର ମୁଖ୍ୟ ପ୍ରସଙ୍ଗ ରହିଥିଲା । ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସହ ଶିକ୍ଷା ବିଭାଗର ସମସ୍ତ ଅଧିକାରୀଙ୍କୁ ଆଚରଣରେ ପରିବର୍ତ୍ତନ ଆଣିବା ଏବଂ ଓଡ଼ିଶାର ଭବିଷ୍ୟତ ଗଠନ ପାଇଁ ସମସ୍ତେ ମିଳିତ ଭାବରେ କାର୍ଯ୍ୟ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶାସନ ସଚିବ ଆଶ୍ବଥୀ ଏସ୍‌ କହିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.