ETV Bharat / state

Rozgar Mela: ୨୩୬ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ଧର୍ମେନ୍ଦ୍ର ପ୍ରଧାନ

ଆଜି ଭୁବନେଶ୍ଵର ରେଲୱେ ଅଡିଟୋରିୟମ ଠାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ୨୩୬ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି। ଅଧିକ ପଢନ୍ତୁ

rozgar mela
rozgar mela
author img

By

Published : Apr 13, 2023, 10:19 PM IST

rozgar mela

ଭୁବନେଶ୍ବର: ରୋଜଗାର ମେଳା ଅଧୀନରେ ବିଭିନ୍ନ ସରକାରୀ ବିଭାଗ ଓ ଅନୁଷ୍ଠାନରେ ପ୍ରାୟ 71 ହଜାର ନବ ନିଯୁକ୍ତ କର୍ମଚାରୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି ପ୍ରଧାନମନ୍ତ୍ରୀ । ଯୁବକ ଯୁବତୀ ମାନଙ୍କୁ ଅଗ୍ରାଧିକାର, ନିଯୁକ୍ତି ଦେବା ଓ ଆର୍ଥିକ ଦୃଷ୍ଟି କୋଣକୁ ସ୍ବଚ୍ଛଳ କରିବା ଦିଗରେ ଆଉ ପାଦେ ଆଗେଇଛି ଭାରତ। ଏହି ପରିପ୍ରେକ୍ଷୀରେ ଆଜି ଭୁବନେଶ୍ଵର ରେଲୱେ ଅଡିଟୋରିୟମ ଠାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ୨୩୬ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି। ପୂର୍ବତଟ ରେଳ ଅଧୀନରେ ଏହି ନିଯୁକ୍ତି ମେଳାରେ ସମୁଦାୟ ୨୬୯୭ ନବନିଯୁକ୍ତଙ୍କୁ ବିଭିନ୍ନ ପଦବୀରେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଥିଲା। ଏହିକ୍ରମରେ ମୋଟ ୨୬୯୭ ନବନିଯୁକ୍ତଙ୍କ ମଧ୍ୟରୁ ୬୩୦ ଜଣଙ୍କୁ ମନ୍ତ୍ରୀଙ୍କ ଦ୍ୱାରା ଏବଂ ୨୦୬୭ ଜଣଙ୍କୁ ଇମେଲ ମାଧ୍ୟମରେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି।

ସେହିପରି ଆଜି ଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରାୟ 71,000 ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ ଏହି ନବ ନିଯୁକ୍ତ କର୍ମଚାରୀମାନଙ୍କୁ ସମ୍ବୋଧିତ କରିଥିଲେ। ରୋଜଗାର ସୃଷ୍ଟି ପାଇଁ ସର୍ବୋଚ୍ଚ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତା ପୂରଣ ଦିଗରେ ରୋଜଗାର ମେଳା ଏକ ପଦକ୍ଷେପ। ରୋଜଗାର ମେଳା ଆଗାମୀ ନିଯୁକ୍ତି ସୃଷ୍ଟିରେ ଏକ ଉଲ୍ଲେଖନୀୟ ପଦକ୍ଷେପ ଭାବରେ କାର୍ଯ୍ୟ କରିବ ଏବଂ ଯୁବକମାନଙ୍କୁ ସେମାନଙ୍କର ସଶକ୍ତିକରଣ ଓ ଜାତୀୟ ବିକାଶରେ ଅଂଶଗ୍ରହଣ ପାଇଁ ଉପଯୁକ୍ତ ସୁଯୋଗ ପ୍ରଦାନ କରିବ ବୋଲି ଆଶା କରାଯାଉଛି ।

ତେବେ ଦେଶର ବିଭିନ୍ନ ସ୍ଥାନରୁ ମନୋନୀତ ହୋଇଥିବା ଏହି ନୂତନ କର୍ମଚାରୀମାନେ ଟ୍ରେନ୍ ମ୍ୟାନେଜର, ଷ୍ଟେସନ ମାଷ୍ଟର, ସିନିୟର କମର୍ସିଆଲ୍ କମ୍ ଟିକେଟ୍ କ୍ଲର୍କ, ଇନ୍ସପେକ୍ଟର, ସବ୍ ଇନ୍ସପେକ୍ଟର, କନଷ୍ଟେବଳ, ଷ୍ଟେନୋଗ୍ରାଫର, ଜୁନିଅର ଆକାଉଣ୍ଟାଣ୍ଟ, ଡାକ ସହାୟକ, ଇନକମ୍ ଟାକ୍ସ ଇନସପେକ୍ଟର ପରି ବିଭିନ୍ନ ପଦ ପଦବୀରେ ଯୋଗ ଦେବେ। ଏହା ସହିତ ଟ୍ୟାକ୍ସ ଇନ୍ସପେକ୍ଟର, ଟ୍ୟାକ୍ସ ଆସିଷ୍ଟାଣ୍ଟ, ସିନିୟର ଡ୍ରଟସମ୍ୟାନ୍, ଜେଇ ସୁପରଭାଇଜର, ଆସିଷ୍ଟାଣ୍ଟ ପ୍ରଫେସର, ଶିକ୍ଷକ, ଲାଇବ୍ରେରିଆନ୍, ନର୍ସ, ପ୍ରୋବେସନାରୀ ଅଫିସର, ପିଏ, ଏମଟିଏସ ଓ ଆହୁରି ଅନେକ ପଦବୀ ରହିଛି।

ଏଥିସହ ନୂତନ ଭାବେ ନିଯୁକ୍ତ ହୋଇଥିବା କର୍ମଚାରୀମାନେ ମଧ୍ୟ ତାଲିମ ଗ୍ରହଣ କରିବାର ସୁଯୋଗ ପାଇବେ। ଯାହା ବିଭିନ୍ନ ସରକାରୀ ବିଭାଗର ସମସ୍ତ ନୂତନ ନିଯୁକ୍ତ କର୍ମଚାରୀଙ୍କ ପାଇଁ ଏକ ଅନଲାଇନ୍ ଓରିଏଣ୍ଟେସନ୍ ପାଠ୍ୟକ୍ରମ ଅଟେ। ଏହା ଭାରତ ସରକାରଙ୍କ ର ଚତୁର୍ଥ ରୋଜଗାର ମେଳା। ଦେଶରେ ନୂଆ ପିଢି ପାଇଁ ରୋଜଗାର ସୃଜନ କରିବାର ବିଭିନ୍ନ ଆୟୋଜନ କରାଯାଇଛି। ରୋଜଗାର ମେଳା ଏହା ମଧ୍ୟରେ ଅନ୍ୟତମ। ଓଡ଼ିଶାର ଆଜି ଭାରତ ସରକାରଙ୍କର 11 ଟି ବିଭାଗରେ 236 ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଥିବା ବେଳେ ସେହିପରି କଟକରେ ନିଯୁକ୍ତି ମେଳା ଆୟୋଜନ କରାଯାଇ ନିଯୁକ୍ତି ପତ୍ର ବଣ୍ଟନ କରାଯାଇଥିଲା।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.