ETV Bharat / state

ଖୋର୍ଦ୍ଧାରେ ଜିଲ୍ଲାସ୍ତରୀୟ ନୂଆଁଖାଇ ପର୍ବ ପାଳିତ - ଖୋର୍ଦ୍ଧାରେ ଜିଲ୍ଲା ସ୍ତରୀୟ ନୂଆଁଖାଇ ପର୍ବ ପାଳିତ

ରାଜ୍ୟ ସଂସ୍କୃତି ବିଭାଗ ଓ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଜୟୀ ରାଜଗୁରୁ ଟାଉନହଲ ସମ୍ମିଳନୀ କକ୍ଷରେ ନୂଆଁଖାଇ ପର୍ବ ପାଳନ କରାଯାଇଛି । ଅଧିକ ପଢନ୍ତୁ

ଖୋର୍ଦ୍ଧାରେ ଜିଲ୍ଲା ସ୍ତରୀୟ ନୂଆଁଖାଇ ପର୍ବ ପାଳିତ

author img

By

Published : Sep 7, 2022, 10:23 PM IST

ଭୁବନେଶ୍ବର: ଜିଲ୍ଲା ସ୍ତରୀୟ ନୂଆଁଖାଇ ପର୍ବ ସ୍ଥାନୀୟ ଜୟୀ ରାଜଗୁରୁ ଟାଉନହଲ ସମ୍ମିଳନୀ କକ୍ଷରେ ପାଳିତ ହୋଇଯାଇଛି । ରାଜ୍ୟ ସଂସ୍କୃତି ବିଭାଗ ଓ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଏହି ନୂଆଁଖାଇ ପର୍ବ ପାଳନ କରାଯାଇଛି । ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ମନୋଜ କୁମାର ପାଢୀ ମୁଖ୍ୟଅତିଥି ଭାବେ ଯୋଗଦେଇ ନୂଆଁଖାଇ ଖାଲି ଏକ ପର୍ବ ନୁହେଁ ଏହା ଆମ ସଂସ୍କୃତି ,ସଦଭାବନା ଓ ଭାଇଚାରାର ପ୍ରତୀକ ବୋଲି କହିଥିଲେ ।

ରାଜ୍ୟ ସଂସ୍କୃତି ବିଭାଗ ଓ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଜୟୀ ରାଜଗୁରୁ ଟାଉନହଲ ସମ୍ମିଳନୀ କକ୍ଷରେ ପାଳନ କରାଯାଇଥିବା ନୂଆଁଖାଇ ପର୍ବକୁ ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ ପ୍ରଜ୍ଜଳନ ପୂର୍ବକ ଏହାର ଉଦଘାଟନ କରିଥିଲେ। । ଏଥିରେ ଯୋଗ ଦେଇ ସେ କହିଛନ୍ତି ନୂଆଁଖାଇକୁ ସାରା ରାଜ୍ୟରେ ପାଳନ କରିବାକୁ ରାଜ୍ୟ ସରକାର ବ୍ୟବସ୍ଥା କରିଛନ୍ତି । ଏହାଦ୍ବାରା ଉତ୍କଳୀୟ ସଂସ୍କୃତି ଆହୁରି ମହାନ ହୋଇପାରିବ । ଏହା ସହିତ ବିଭିନ୍ନ ପର୍ବପର୍ବାଣୀ ସମୟରେ ପରିବାରର ସଦସ୍ୟ ଏକାଠି ହେଲେ ପାରସ୍ପରିକ ବନ୍ଧନ ଅତୁଟ ରହିବ ବୋଲି ଅତିରିକ୍ତ ଜିଲ୍ଲାପାଳ ମତବ୍ୟକ୍ତ କରିଛନ୍ତି । ସେହିପରି ଯୋଗ ଦେଇଥିବା ବିଶିଷ୍ଟ ବ୍ୟକ୍ତିମାନେ ପ୍ରକୃତି ଓ ମାନବ ସଭ୍ୟତା ସହ ଥିବା ସଂପର୍କ ବିଷୟରେ କହିଥିଲେ । ପଶ୍ଚିମ ଓଡିଶାର ଶୀତଳଷଷ୍ଠୀ ଓ ନୂଆଁଖାଇ ସମଗ୍ର ରାଜ୍ୟରେ ଭାଇଚାରାର ପର୍ବ ଭାବେ ପାଳନ କରାଯାଉଛି । ବାର ମାସରେ ତେର ପର୍ବ ଆମ ମହାନ ସଂସ୍କୃତିର ଅଂଶ ବିଶେଷ ଏବଂ ନୂଆଁଖାଇ ଆମ ସାଂସ୍କୃତିକ ବିବିଧତାର ପ୍ରମୁଖ ବୋଲି ମତବ୍ୟକ୍ତ କରିଥିଲେ ।

ମୁଖ୍ୟ ବକ୍ତା ଭାବେ ଯୋଗଦେଇ ପ୍ରଫେସର ନାରାୟଣ ରାଓ ନୂଆଁଖାଇ ପର୍ବ ଅତ୍ୟନ୍ତ ପ୍ରାଚୀନ ଓ ମାଦଳା ପାଞ୍ଜିରେ ଏ ସଂପର୍କରେ ଉଲ୍ଲେଖ ଥିବା କହିଥିଲେ । କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ପାଳନର ବିଭିନ୍ନ ବିଧିବିଧାନ ସମ୍ପର୍କରେ ପ୍ରଫେସର ରାଓ କହିବା ସହ ବର୍ତ୍ତମାନର ପର୍ବପର୍ବାଣୀ ସହ ସାଂସ୍କୃତିକ, ରାଜନୈତିକ ଓ ଅର୍ଥନୈତିକ ଉପକ୍ରମ ଯୋଡି ହେଉଥିବା କହିଥିଲେ । ସେ ନିଜର ଅଭିଜ୍ଞତା ପୂର୍ଣ୍ଣ ଅତୀତର ସ୍ମୃତି ଚାରଣ କରିବା ସହ ପାରସ୍ପରିକ ସ୍ନେହ,ଭଲ ପାଇବା ଓ ଭାଇଚାରା ନୂଆଁଖାଇର ମୂଳ ଲକ୍ଷ୍ୟ ବୋଲି କହିଥିଲେ । ଯେତେ ଦୂରରେ ଥିଲେ ବି ନୂଆଁଖାଇ ନିମନ୍ତେ ପରିବାର ସହ ମିଶିବାର ଉତ୍ସାହିତ ହେବା ହେଉଛି ବଡ ସଦଭାବ ବୋଲି ସେ କହିଥିଲେ । ଜିଲ୍ଲା ସଂସ୍କୃତି ଅଧିକାରୀ ଚୌଧୁରୀ ଅରବିନ୍ଦ ଦାସ ସଭାକାର୍ଯ୍ୟ ପରିଚାଳନା କରିଥିଲେ । ଶେଷରେ ବିଭିନ୍ନ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ସମ୍ବଲପୁରୀ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.