ETV Bharat / state

ବଦଳିବ ପ୍ରାଥମିକ ଶ୍ରେଣୀଗୃହ ପରିବେଶ, ପ୍ରସ୍ତୁତ ହେବ ଅନୁକୂଳ ବାତାବରଣ

author img

By

Published : Aug 9, 2023, 10:38 PM IST

ବଦଳିବ ପ୍ରାଥମିକ ଶ୍ରେଣୀ ଗୃହ ପରିବେଶ । ଚଟାଣରେ ପଡିବ ସ୍ବତନ୍ତ୍ର ମ୍ୟାଟ୍‌ । ରଙ୍ଗୀନ ଡେକ୍ସରେ ଲେଖିବେ ଛାତ୍ରଛାତ୍ରୀ । ବୃଦ୍ଧି କରାଯିବା ଛାତ୍ରଛାତ୍ରୀଙ୍କ ଶିକ୍ଷାଗ୍ରହଣର ଉତ୍ସାହ । ଅଧିକ ପଢନ୍ତୁ

ବଦଳିବ ପ୍ରାଥମିକ ଶ୍ରେଣୀଗୃହ ପରିବେଶ, ପ୍ରସ୍ତୁତ ହେବ ଅନୁକୂଳ ବାତାବରଣ
ବଦଳିବ ପ୍ରାଥମିକ ଶ୍ରେଣୀଗୃହ ପରିବେଶ, ପ୍ରସ୍ତୁତ ହେବ ଅନୁକୂଳ ବାତାବରଣ

ଭୁବନେଶ୍ବର: ପ୍ରାଥମିକ ଶ୍ରେଣୀ ଗୃହ ପରିବେଶରେ ହେବ ପରିବର୍ତ୍ତନ । ଛାତ୍ରଛାତ୍ରୀଙ୍କ ପାଇଁ ପ୍ରସ୍ତୁତ ହେବ ଅନୁକୂଳ ବାତାବରଣ । ଚଟାଣରେ ପଡ଼ିବ ସ୍ବତନ୍ତ୍ର ମ୍ୟାଟ, ରଙ୍ଗୀନ ଡେକ୍ସରେ ଲେଖିବେ ଛାତ୍ରଛାତ୍ରୀ । ପ୍ରଥମ ପର୍ଯ୍ୟାୟରେ ୬ ହଜାରରୁ ଊର୍ଦ୍ଧ୍ୱ ବିଦ୍ୟାଳୟ ସାମିଲ କରାଯିବା ନେଇ ଲକ୍ଷ୍ୟ ରଖାଯାଇଛି । ରାଜ୍ୟରେ ୧୬ଟି ଜିଲ୍ଲାର ପ୍ରାଥମିକ ସ୍କୁଲର ପରିବେଶ ବଦଳାଇବା ନେଇ ପ୍ରସ୍ତୁତ ହୋଇଛି ବ୍ୟାପକ ବ୍ୟବସ୍ଥା । ଛାତ୍ରଛାତ୍ରୀଙ୍କ ଶିକ୍ଷା ପ୍ରତି ଆଗ୍ରହ, କୌତୁହଳ, ଉତ୍ସାହ ଆଣିବା ଉଦ୍ଦେଶ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ବ୍ୟାପକ ବ୍ୟବସ୍ଥା ଆରମ୍ଭ କରିଛି । ଶ୍ରେଣୀଗୃହ ପରିବେଶକୁ ଆକର୍ଷଣୀୟ କରାଯାଉଛି । ପ୍ରଥମରୁ ତୃତୀୟ ଶ୍ରେଣୀର ପିଲାମାନେ ବିଦ୍ୟାଳୟରେ ପଢ଼ିବା, ଲେଖିବା, ଆବଶ୍ୟକ ଶିକ୍ଷଣ ଦକ୍ଷତା ହାସଲ କରିବା ଲକ୍ଷ୍ୟରେ ଶ୍ରେଣୀଗୃହ ପରିବେଶକୁ ଅନୁକୂଳ କରିବାର ପଦକ୍ଷେପ ନିଆଯାଉଛି ।

ଶ୍ରେଣୀଗୃହକୁ ଶିଶୁ ସୁଲଭ, ଆକର୍ଷଣୀୟ, ଆନନ୍ଦମୟ କରିବା ପାଇଁ ବିଭିନ୍ନ କାନ୍ଥଚିତ୍ର, ବିଭିନ୍ନ ଆକୃତିର ଡେକ୍ସ, ଆଲମାରୀ/ଥାକ, ଗ୍ରୀନ୍ ବୋର୍ଡ, ପ୍ରଦର୍ଶନୀ ବୋର୍ଡ, ଶୈକ୍ଷିକ ଉପକରଣ ଝୁଲାଇବା ପାଇଁ ହୁକ୍‌, ବସିବା ପାଇଁ ମ୍ୟାଟ୍‌, ଶ୍ରେଣୀଗୃହର ଆବଶ୍ୟକ ମରାମତି, ବିଦ୍ୟୁତିକରଣ ଓ ଆଲୋକୀକରଣ, ଶିକ୍ଷଣ ସାମଗ୍ରୀ ପ୍ରଦର୍ଶନର ବ୍ୟବସ୍ଥା ଆଦି କରାଯିବ । ଏହା ପ୍ରାଥମିକ ଛାତ୍ରଛାତ୍ରୀଙ୍କର ଶୈକ୍ଷିକ ବିକାଶରେ ଅତ୍ୟନ୍ତ ସହାୟକ ହେବ।

ଶିକ୍ଷାର ମୂଳଦୁଆ ହେଉଛି ପ୍ରାଥମିକ ଶିକ୍ଷା । ଏହି ମୂଳଦୁଆ ଉପରେ ଭବିଷ୍ୟତର ଉଚ୍ଚଶିକ୍ଷା ଗଢ଼ି ଉଠିଥାଏ । ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ କାର୍ଯ୍ୟକ୍ରମ ପ୍ରଚଳନର ଉଦ୍ଦେଶ୍ୟ ହେଉଛି ଏହି ମୂଳଦୁଆକୁ ମଜଭୁତ କରିବା । ପ୍ରତ୍ୟେକ ଛାତ୍ରଛାତ୍ରୀ ଯେପରି ଭାଷା ଓ ଗାଣିତିକ ଜ୍ଞାନରେ ପାରଦର୍ଶୀ ହୋଇପାରିବେ ସେଥିପ୍ରତି ଲକ୍ଷ୍ୟ ସ୍ଥିର ହୋଇଛି । ଲକ୍ଷ୍ୟ ହାସଲ ପାଇଁ ସ୍ୱତନ୍ତ୍ର ଢାଞ୍ଚାରେ ପାଠ୍ୟକ୍ରମ ପ୍ରସ୍ତୁତି, ଚିତ୍ତାକର୍ଷକ ଶିକ୍ଷଣ ସାମଗ୍ରୀ(ଉଭୟ ଅନ୍‌ଲାଇନ ଓ ଅଫ୍‌ଲାଇନ), ଶିକ୍ଷକ ଦକ୍ଷତା ବିକାଶ, ମୂଲ୍ୟାଙ୍କନ ଶୈଳୀ ଇତ୍ୟାଦି ପର୍ଯ୍ୟାୟକ୍ରମ ବିକାଶ କରାଯାଇଛି ।

ଏହା ମଧ୍ୟ ପଢନ୍ତୁ :-ଆରମ୍ଭ ହେଲା ସ୍କିଲ୍ଡ ଇନ ଓଡିଶାର ପ୍ରଦର୍ଶନୀ, ରାଜ୍ୟରେ ଯୁବ ସାମର୍ଥ୍ୟକୁ ବୃଦ୍ଧି କରିବ

ସେହିପରି, ଜିଲ୍ଲାରେ ଛାତ୍ରଛାତ୍ରୀ ଅନୁକୂଳ ଶ୍ରେଣୀଗୃହ ନିର୍ମାଣ ପୂର୍ବରୁ ପାଇଲଟ୍ ପ୍ରକଳ୍ପ ଭାବେ ରାଜଭବନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଗ୍ରହଣ କରାଯାଇଥିଲା । ଏହି ପ୍ରାଥମିକ ବିଦ୍ୟାଳୟରେ ବିକାଶିତ ହୋଇଥିବା ଶ୍ରେଣୀଗୃହକୁ ସମସ୍ତ ବୈଷୟିକ ଶିକ୍ଷକ ଓ ବରିଷ୍ଠ ଶିକ୍ଷକ ପରିଦର୍ଶନ କରି ତାଲିମ ନେଇଛନ୍ତି । ଏହି ବିଦ୍ୟାଳୟରେ ସମସ୍ତ ସୁବିଧା ସୁଯୋଗ କରିବା ପରେ ଛାତ୍ରଛାତ୍ରୀଙ୍କ ଭିତରେ ଆକାଂକ୍ଷିତ ଶୈକ୍ଷିକ ବିକାଶ ହେଉଥିବା ଲକ୍ଷ୍ୟ କରାଯାଇଛି । ପରେ ସମାନ ଢାଞ୍ଚାରେ ଶ୍ରେଣୀଗୃହ ପ୍ରସ୍ତୁତି କରିବା ପାଇଁ ପଦକ୍ଷେପ ନିଆଯାଇଛି । ସମସ୍ତ ୧୬ଟି ଜିଲ୍ଲାରେ ବିଦ୍ୟାଳୟ ସ୍ତରରେ ଏଫ୍‌ଏଲ୍‌ଏନ୍ କାର୍ଯ୍ୟକ୍ରମକୁ ସଫଳ ରୂପାୟନ ପାଇଁ ସମସ୍ତ ବରିଷ୍ଠ ବୈଷୟିକ ପରାମର୍ଶଦାତାଙ୍କ ସହ ବିଭାଗୀୟ ଅଧିକାରୀଙ୍କୁ ପ୍ରଶିକ୍ଷଣ ଦିଆଯାଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.