ETV Bharat / state

5T ଅଧ୍ୟକ୍ଷଙ୍କୁ ଭେଟିଲେ ଟନେଲରେ ଫସିଥିବା ଶ୍ରମିକଙ୍କ ପରିବାର - ଉତ୍ତରକାଶୀରେ ଟନେଲରେ ଫସି ରହିଛନ୍ତି ଶ୍ରମିକ

5T ଅଧ୍ୟକ୍ଷଙ୍କୁ ଭେଟିଲେ ଟନେଲରେ ଫସିଥିବା ଶ୍ରମିକଙ୍କ ପରିବାର ସଦସ୍ୟ । ଖୁବଶୀଘ୍ର ଶ୍ରମିକଙ୍କୁ ଉଦ୍ଧାର କରାଯିବା ନେଇ ପାଣ୍ଡିଆନଙ୍କ ଆଶ୍ୱସ୍ତି ବାର୍ତ୍ତା । ଅଧିକ ପଢନ୍ତୁ

5T ଅଧ୍ୟକ୍ଷଙ୍କୁ ଭେଟିଲେ ଫସିଥିବା ଶ୍ରମିକଙ୍କ ପରିବାର ସଦସ୍ୟ

author img

By ETV Bharat Odisha Team

Published : Nov 25, 2023, 11:17 AM IST

ଭୁବନେଶ୍ବର: ଉତ୍ତରକାଶୀରେ ଟନେଲ ମଧ୍ୟରେ ଫସି ରହିଥିବା ଓଡିଆ ଶ୍ରମିକଙ୍କ ପରିବାର ସଦସ୍ୟମାନେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କୁ ନବୀନ ନିବାସରେ ଭେଟିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଶ୍ରମିକଙ୍କ ପରିବାର ସଦସ୍ୟମାନଙ୍କୁ ଉତ୍ତରକାଶୀକୁ ନେବା ପାଇଁ ରାଜ୍ୟ ସରକାର ସମସ୍ତ ବ୍ୟବସ୍ଥା କରିଛନ୍ତି । ସେମାନେ ହେଲେ ନବରଙ୍ଗପୁର ଜିଲ୍ଲାର ଫୁଲଚାନ୍ଦ ଭତ୍ରା, ମୟୂରଭଞ୍ଜ ଜିଲ୍ଲାର ବିମଳା ନାୟକ, ଚିତ୍ତରଂଜନ ନାୟକ । ତେବେ ସରକାରଙ୍କ ପକ୍ଷରୁ ଓଡ଼ିଆ ଶ୍ରମିକଙ୍କ ସୁରକ୍ଷା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଇଛି । ଆମର ସବୁ ଶ୍ରମିକ ସୁରକ୍ଷିତ ଥିବା କହି ପରିବାର ସଦସ୍ୟଙ୍କୁ ଆଶ୍ବସନା ଦେଇଛନ୍ତି ଭି.କେ ପାଣ୍ଡିଆନ ।

5T ଅଧ୍ୟକ୍ଷଙ୍କୁ ଭେଟିଲେ ଫସିଥିବା ଶ୍ରମିକଙ୍କ ପରିବାର ସଦସ୍ୟ
5T ଅଧ୍ୟକ୍ଷଙ୍କୁ ଭେଟିଲେ ଫସିଥିବା ଶ୍ରମିକଙ୍କ ପରିବାର ସଦସ୍ୟ

ଦୀର୍ଘ 14 ଦିନ ହେଲା ଉତ୍ତରାଖଣ୍ଡ ଉତ୍ତରକାଶୀର ଏକ ନିର୍ମାଣାଧୀନ ଟନେଲ ମଧ୍ୟରେ ଫସି ରହିଛନ୍ତି ୪୧ ଜଣ ଶ୍ରମିକ । ସେମାନଙ୍କ ମଧ୍ୟରେ ୫ ଜଣ ଓଡିଆ ଶ୍ରମିକ ମଧ୍ୟ ରହିଛନ୍ତି । ଏହି ଶ୍ରମିକମାନେ ହେଲେ ଭଦ୍ରକ ଜିଲ୍ଲାର ତପନ ମଣ୍ଡଳ, ନବରଙ୍ଗପୁରର ଭଗବାନ ଭତ୍ରା ଏବଂ ମୟୂରଭଞ୍ଜର ବିଶେଶ୍ବର ନାୟକ, ଧୀରେନ ନାୟକ ଓ ରାଜୁ ନାୟକ । ତେବେ ଏହି ଶ୍ରମିକମାନଙ୍କ ପରିବାର ସଦସ୍ୟଙ୍କୁ ରାଜ୍ୟ ସରକାର ଉତ୍ତରକାଶୀକୁ ନେବା ପାଇଁ ସମସ୍ତ ବ୍ୟବସ୍ଥା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହାୟତାରେ ନବରଙ୍ଗପୁର ଜିଲ୍ଲାର ଫୁଲଚାନ୍ଦ ଭତ୍ରା, ମୟୂରଭଞ୍ଜର ବିମଳା ନାୟକ, ଚିତ୍ତରଂଜନ ନାୟକଙ୍କୁ ଉତ୍ତରକାଶୀ ପଠାଇବା ପାଇଁ ବ୍ୟବସ୍ଥା ହୋଇଥିବା ବେଳେ ପୂର୍ବରୁ ଅନ୍ୟ ଦୁଇ ଶ୍ରମିକଙ୍କ ପରିବାର ଉତ୍ତରାଖଣ୍ଡରେ ପହଞ୍ଚି ସାରିଛନ୍ତି । ଉଦ୍ଧାର ପରେ ଫସି ରହିଥିବା ଶ୍ରମିକମାନେ ସେମାନଙ୍କ ପରିବାର ବର୍ଗଙ୍କୁ ଭେଟି ପାରିବେ ।

ଏହା ମଧ୍ୟ ପଢନ୍ତୁ: ଉତ୍ତରକାଶୀ ରେସ୍କ୍ୟୁ ଅପରେସନରେ ପୁଣି ବାଧା, ୫୧ ମିଟରରେ ଅଟକିଲା ଡ୍ରିଲିଂ କାମ

ଅନ୍ୟପଟେ 5T ଅଧ୍ୟକ୍ଷ କହିଛନ୍ତି, "ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଆ ଶ୍ରମିକଙ୍କ ସୁରକ୍ଷା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଇଛି । ରାଜ୍ୟ ସରକାରଙ୍କ ଅଫିସର ଓ ସ୍ବତନ୍ତ୍ର ଟିମ ଉଦ୍ଧାରସ୍ଥଳୀକୁ ଯାଇଛନ୍ତି । ଉଦ୍ଧାରକାରୀ ଦଳ ସହିତ ନିୟମିତ ଯୋଗାଯୋଗରେ ଅଛନ୍ତି । ଆମର ସବୁ ଶ୍ରମିକ ସୁରକ୍ଷିତ ଅଛନ୍ତି । ମୁଖ୍ୟମନ୍ତ୍ରୀ ଘଟଣା ସଂପର୍କରେ ସଂପୂର୍ଣ୍ଣ ଅବଗତ ଅଛନ୍ତି । ଶ୍ରମିକମାନଙ୍କ ନିରାପତ୍ତା ଓ ଉଦ୍ଧାର କାର୍ଯ୍ୟ ସଂପର୍କରେ ନିୟମିତ ଖବର ନିଆଯାଉଛି । ଉଦ୍ଧାର କାର୍ଯ୍ୟ ତ୍ବରାନ୍ବିତ ହୋଇଛି । ଖୁବଶୀଘ୍ର ସେମାନେ ପରିବାରକୁ ଫେରି ଆସିବେ ।"

ଫସି ରହିଥିବା ଶ୍ରମିକମାନଙ୍କୁ ଉଦ୍ଧାର ପାଇଁ ଯୁଦ୍ଧକାଳୀନ ଭିତ୍ତିରେ ପ୍ରୟାସ ଜାରି ରହିଥିଲେ ମଧ୍ୟ ଏଯାଏ ସଫଳତା ମିଳି ପାରିନାହିଁ । ବାରମ୍ବାର ଅଗର ମେସିନ ଖରାପ ହେଉଥିବାରୁ ଉଦ୍ଧାର କାର୍ଯ୍ୟ ବାଧାପ୍ରାପ୍ତ ହେଉଛି । ଶ୍ରମିକମାନଙ୍କୁ ଉଦ୍ଧାର କରିବା ପାଇଁ ଆଉ ଗୋଟିଏ ଦିନ ଲାଗିପାରେ ବୋଲି ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଧିକାରୀଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.