ETV Bharat / state

ବନ୍ଧୁକ ମୁନରେ ଅର୍ଥ ଲଗାଣକାରୀ ସଂସ୍ଥାର କର୍ମଚାରୀଙ୍କ ଠାରୁ ଲୁଟ୍

author img

By

Published : Apr 7, 2022, 8:43 AM IST

ଅର୍ଥ ଲଗାଣକାରୀ ସଂସ୍ଥାର କର୍ମଚାରୀଙ୍କ ଠାରୁ ବନ୍ଧୁକ ମୁନରେ ଲୁଟ୍ । ପାଖାପାଖି ୨ ଲକ୍ଷ ଟଙ୍କା ଲୁଟ୍ ହୋଇଥିବା ଅଭିଯୋଗ । ଅଧିକ ପଢନ୍ତୁ

ବନ୍ଧୁକ ମୁନରେ ଅର୍ଥ ଲଗାଣକାରୀ ସଂସ୍ଥାର କର୍ମଚାରୀଙ୍କ ଠାରୁ ଲୁଟ୍
ବନ୍ଧୁକ ମୁନରେ ଅର୍ଥ ଲଗାଣକାରୀ ସଂସ୍ଥାର କର୍ମଚାରୀଙ୍କ ଠାରୁ ଲୁଟ୍

ଖୋର୍ଦ୍ଧା: ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥାର କର୍ମଚାରୀଙ୍କ ଠାରୁ ବନ୍ଧୁକ ମୁନରେ ଲୁଟ୍ । ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ କୋଷରଡ଼ା ଗ୍ରାମରେ ଏହି ଲୁଟପାଟ ହୋଇଛି । ଯାହା ସୂଚନା ରହିଛି, କିଛି ଦୁର୍ବୃତ୍ତ ଭାରତ ଫାଇନାନ୍ସ କମ୍ପାନୀରେ କାର୍ଯ୍ୟରତ ଦୁଇ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ତାଙ୍କୁ ଠାରୁ ୧ ଲକ୍ଷ ୯୦ ହଜାର ଟଙ୍କା ଲୁଟି ନେଇ ଚମ୍ପଟ ମାରିଥିବାର ଅଭିଯୋଗ ହୋଇଛି ।

ସୂଚନା ଅନୁଯାୟୀ, ଭାରତ ଫାଇନାନ୍ସର କର୍ମଚାରୀ ଆନନ୍ଦ ଜେନା ଏବଂ ମାମା ସାହୁ ଏକ ସ୍କୁଟି ଦ୍ୱାରା କୋଷରଡ଼ା ଗ୍ରାମକୁ ଟଙ୍କା ଆଦାୟ ପାଇଁ ଯାଇଥିଲେ । ସେଠାରୁ ମିଟିଂ ସାରି ୧ ଲକ୍ଷ ୯୦ ହଜାର ଟଙ୍କା ଆଦାୟ କରି ଭବାନୀପୁର ପଞ୍ଚାୟତ ମିଟିଂ ପାଇଁ ଯାଉଥିଲେ । ଏତିକି ବେଳେ କୋଷରଡ଼ା ଗ୍ରାମର କିଛି ଦୂରରେ ଚାରି ଜଣ ଯୁବକ ପୂର୍ବରୁ ରୋଡ଼ର ଉଭୟ ପାର୍ଶ୍ୱରେ ସାଧାରଣ ଲୋକଙ୍କ ପରି ବାଇକ ରଖି କରି ଠିଆ ହୋଇଥିଲେ ।

ହଠାତ୍ ସେମାନେ ଉଭୟ ଫାଇନାନ୍ସ କର୍ମଚାରୀଙ୍କୁ ଆକ୍ରମଣ କରିବା ସହ ବନ୍ଧୁକ ଦେଖାଇ ଭୟଭୀତ କରାଇ ଟଙ୍କା ଥିବା ବ୍ୟାଗ ଏବଂ ମହିଳା କର୍ମଚାରୀଙ୍କ ମୋବାଇଲ ଲୁଟି କୋଷରଡ଼ା ଗ୍ରାମ ଅଭିମୁଖେ ବାଇକରେ ଫେରାର ହୋଇଯାଇଥିଲେ । ଗ୍ରାମବାସୀ ଉକ୍ତ ଖବର ପାଇ ଲୁଟେରାଙ୍କ ପିଛା କରିଥିଲେ ସୁଦ୍ଧା ସେମାନଙ୍କ ଟେର୍ ପାଇନଥିଲେ । ଏନେଇ ଅଭିଯୋଗ ପରେ ପୋଲିସ ତଦନ୍ତ ଜାରି ରଖିଛି ।

ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.