ETV Bharat / state

ଫେବୃଆରୀ ୩ରୁ ୫ ପର୍ଯ୍ୟନ୍ତ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ

World Odia language conference: ଆସନ୍ତା ଫେବୃଆରୀ ୩ରୁ ୫ ପର୍ଯ୍ୟନ୍ତ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ । ଏହି ଭାଷା ସମ୍ମିଳନୀ ଓଡ଼ିଆ ଅସ୍ମିତାର ପରିଚୟ ହେବ । ଅଧିକ ପଢନ୍ତୁ

World Odia language conference
World Odia language conference
author img

By ETV Bharat Odisha Team

Published : Jan 2, 2024, 10:54 PM IST

ଭୁବନେଶ୍ବର: ଆସନ୍ତା ଫେବୃୟାରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ରାଜ୍ୟରେ ପ୍ରଥମ ଥର ପାଇଁ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରାଯିବ । ଏହି ସମ୍ମିଳନୀ ଆୟୋଜନ କରାଯିବା ନିମନ୍ତେ ଗତ ଡିସେମ୍ବର ୧୯ ତାରିଖରେ ଅନୁଷ୍ଠିତ ଐତିହ୍ୟ କ୍ୟାବିନେଟରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ତେବେ ଆଜି ସମ୍ମିଳନୀ ନେଇ ବିଧିବଦ୍ଧ ତାରିଖ ଘୋଷଣା ହୋଇଛି । ଏହି ଭାଷା ସମ୍ମିଳନୀ ଓଡ଼ିଆ ଅସ୍ମିତାର ପରିଚୟ ହେବ । ଶାସ୍ତ୍ରୀୟ ଭାଷା ଓଡ଼ିଆକୁ ଆହୁରି କିପରି ଲୋକପ୍ରିୟ କରାଯିବ ଏ ସମ୍ପର୍କରେ ବିଶଦ ଭାବେ ଆଲୋଚନା କରାଯିବ ।

ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଯେପରି ବିପୁଳ ସଫଳତା ହାସଲ କରିବ, ସେଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ବ ଆରୋପ କରିଛନ୍ତି । ଏଥିପାଇଁ ସବୁ ସଂପୃକ୍ତ ବିଭାଗ ଓଡ଼ିଶା ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସହିତ ସମନ୍ବୟ ରକ୍ଷା କରି କାମ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହି ଭାଷା ସମ୍ମିଳନୀ ଓଡ଼ିଆ ଅସ୍ମିତାର ପରିଚୟ ହେବ । ଶାସ୍ତ୍ରୀୟ ଭାଷା ଓଡ଼ିଆକୁ ଆହୁରି କିପରି ଲୋକପ୍ରିୟ କରାଯିବ ଏ ସମ୍ପର୍କରେ ବିଶଦ ଭାବେ ଆଲୋଚନା କରାଯିବ । ବର୍ତ୍ତମାନର ପରିବର୍ତ୍ତିତ ପରିସ୍ଥିତି ଓ ପ୍ରଯୁକ୍ତି ବିଦ୍ୟା ଯୁଗରେ ଏହି ଭାଷା ସମ୍ମିଳନୀ ଯୁବପିଢ଼ିଙ୍କୁ ଓଡ଼ିଆ ଭାଷା ପ୍ରତି ଆକର୍ଷିତ କରିବ । ଏହି ସମ୍ମିଳନୀରେ ଓଡ଼ିଆ ଭାଷାର ପ୍ରାଚୀନତା ଓ ଭବିଷ୍ୟତର ପ୍ରାସଙ୍ଗିକତା ଉପରେ ଅନେକ ତର୍କ ଭିତ୍ତିକ ଓ ମାର୍ମିକ ତର୍ଜମା କରାଯିବ ।

ଏହା ବି ପଢନ୍ତୁ- ଐତିହ୍ୟ କ୍ୟାବିନେଟ ନିଷ୍ପତ୍ତି, ୨୦୨୪ ଫେବ୍ରୁଆରୀରେ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ

ଦେଶ ବିଦେଶରେ ରହୁଥିବା ଓଡ଼ିଆ ଭାଷାବିତ୍‌ ମାନେ ଯୋଗ ଦେଇ ଓଡ଼ିଆ ଭାଷାର ସର୍ବ ପ୍ରାଚୀନତା ଓ ନିରନ୍ତରତା ସମ୍ପର୍କରେ ବିଭିନ୍ନ ପର୍ଯ୍ୟାୟ ଭିତ୍ତିକ ଆଲୋଚନା କରିବେ । ଏଥିରେ ଓଡ଼ିଆ ଭାଷାର ଉତ୍ପତ୍ତି, କ୍ରମବିକାଶ ଓ ଲୋକପ୍ରିୟତା ଉପରେ ସାରଗର୍ଭକ ଆଲୋଚନାମାନ ଅନୁଷ୍ଠିତ ହେବ । ଏଥି ସହ ବିଶେଷଜ୍ଞ ମାନେ ଏହି ତିନି ଦିନରେ ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ରୂପରେଖ ଉପରେ ତଥ୍ୟ ଭିତ୍ତିକ ଉପସ୍ଥାପନ କରିବେ । ସମ୍ମିଳନୀରେ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ, ବୁଦ୍ଧିଜୀବୀ ତଥା ସବୁ ବର୍ଗର ବ୍ୟକ୍ତିବିଶେଷ ଯୋଗଦେବେ । ଓଡ଼ିଆ ଭାଷାକୁ ଅଭିନବ ଭାବେ କିଭଳି ଶିଖି ହେବ ଏ ସମ୍ପର୍କରେ ମଧ୍ୟ ଆଲୋଚନା ଚକ୍ର ଅନୁଷ୍ଠିତ ହେବ । ଏହି ସମ୍ମିଳନୀ ବିଶ୍ବର କଣ ଅନୁକୋଣରେ ରହୁଥିବା ଓଡ଼ିଆ ଭାଷାଭାଷୀ ମାନଙ୍କ ନିମନ୍ତେ ଏକ ନୂତନ ଆଲୋକବର୍ତ୍ତିତା ହେବ ।

୩ ଦିନ ଧରି ଏହି ସମ୍ମିଳନୀ ଭୁବନେଶ୍ବରରେ ଆୟୋଜିତ ହେବ । ସମଗ୍ର ରାଜ୍ୟର ଛାତ୍ରଛାତ୍ରୀମାନଙ୍କୁ ଏଥିରେ ଅନ୍ତର୍ଭୁକ୍ତ କରାଯିବ । ଯୁବପିଢିଙ୍କ ମଧ୍ୟରେ ଓଡ଼ିଆ ଭାଷାର ଆଦୃତ ନିମନ୍ତେ ସେମାନଙ୍କ ଉପରେ ସ୍ବତନ୍ତ୍ର ଧ୍ୟାନ ଦିଆଯିବ । ଏହି ସମ୍ମିଳନୀ ସମୟରେ ଶିକ୍ଷାନୁଷ୍ଠାନ, ବିଶ୍ବବିଦ୍ୟାଳୟ ନିଜନିଜର କାର୍ଯ୍ୟକ୍ରମ ଆୟୋଜନ କରିବେ । ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ ଦ୍ବାରା ରାଜ୍ୟ, ରାଜ୍ୟ ବାହାରେ ଓ ବିଦେଶରେ ଓଡ଼ିଆ ଭାଷାର ପ୍ରଚାର, ପ୍ରସାର ତଥା ଗବେଷଣା କାର୍ଯ୍ୟ ତ୍ବରାନ୍ବିତ ହେବ । ଏତଦ ବ୍ୟତୀତ ମାତୃଭାଷାକୁ ସମ୍ମାନ ଦେବା ଓ ଏହାର ଉନ୍ନତି ସାଧନ କରିବା ତଥା ଆଗାମୀ ପିଢିଙ୍କ ପାଇଁ ଓଡ଼ିଆ ଭାଷାର ଅସ୍ମିତାକୁ ବଜାୟ ରଖିବା କାର୍ଯ୍ୟ ସମ୍ପାଦନରେ ଉକ୍ତ ସମ୍ମିଳନୀର ପ୍ରଭାବ ସୁଦୂର ପ୍ରସାରୀ ହୋଇପାରିବ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.