ଖୋର୍ଦ୍ଧା: ବାରହା ଆକ୍ରମଣରେ ଦୁଇଜଣ ଗୁରୁତର । ଗୁରୁତର ଦୁଇଜଣଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଜଣଙ୍କ ଅବସ୍ଥା ସଂକଟାପନ୍ନ ଥିବାରୁ ତାଙ୍କୁ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଛି ।
ଖୋର୍ଦ୍ଧା ବ୍ଲକ ଅନ୍ତର୍ଗତ ମଲିପୁର ପଞ୍ଚାୟତ ନିଆଳି ଗ୍ରାମର ଶତ୍ରୁଘନ ନାୟକଙ୍କ ପୁଅ ବିଜୟ ନାୟକ ଗାଁ ପୋଖରୀକୁ ଗାଧୋଇବା ପାଇଁ ଯାଉଥିବା ସମୟରେ ଏକ ବାରହା ତାଙ୍କୁ ଆକ୍ରମଣ କରିଥିଲା । ଏହି ସମୟରେ ବିଜୟଙ୍କ ଭିଣୋଇ ଯୋଗେଶ୍ଵର ପଲେଇ ଏହାଦେଖି ଶାଳକଙ୍କୁ ଉଦ୍ଧାର କରିବାକୁ ଯାଇ ଆକ୍ରମଣର ଶିକାର ହୋଇଛନ୍ତି। ଏଥିରେ ବିଜୟଙ୍କ ନାକ, ଦୁଇ ହାତ ,ଗୋଡ ,କାନରେ ପ୍ରବଳ ଆଘାତ ଲାଗିଛି ।
ଉଭୟଙ୍କୁ ପ୍ରଥମେ ଖୋର୍ଦ୍ଧା ମେଡିକାଲକୁ ଅଣାଯାଇଥିଲା କିନ୍ତୁ ଅବସ୍ଥା ଗୁରୁତର ଥିବାରୁ ବିଜୟଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି । ଯୋଗେଶ୍ଵର ଖୋର୍ଦ୍ଧା ଜିଲ୍ଲା ମୂଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି।
ଖୋର୍ଦ୍ଧାରୁ ଗୋବିନ୍ଦଚନ୍ଦ୍ର ପଣ୍ଡା, ଇଟିଭି ଭାରତ