ETV Bharat / state

ଗଣେଶ ପୂଜାକୁ ଫିକା କରିପାରେ ବର୍ଷା: ଆସୁଛି ଆଉ ଏକ ଲଘୁଚାପ, 4ଦିନ ପ୍ରବଳ ଛେଚିବ - heavy rain in odisha

ରାଜ୍ୟରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଆସନ୍ତା 4 ଦିନ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅଧିକ ପଢନ୍ତୁ

fresh low pressure likely to occur
ଆସୁଛି ଆଉ ଏକ ଲଘୁଚାପ
author img

By ETV Bharat Odisha Team

Published : Sep 18, 2023, 8:14 PM IST

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ବର: ଗଣେଶ ପୂଜାକୁ ଫିକା କରିପାରେ ବର୍ଷା। ରାଜ୍ୟରେ ପୁଣି ଏକ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି । ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରେ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ଥିବା ସୂଚନା ଦେଇଛି ପାଣିପାଗ ବିଭାଗ। ପୂର୍ବ-କେନ୍ଦ୍ରୀୟ ପାର୍ଶ୍ବବର୍ତ୍ତୀ ଉତ୍ତର-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳରେ ୩.୧ରୁ ୫.୮ କିଲୋମିଟର ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ଥିବା ଜଣାପଡିଛି। ଏହାର ପ୍ରଭାବରେ ୪୮ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ- ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

ତେବେ ଆସନ୍ତା ୧୯ ତାରିଖରୁ ୨୨ ତାରିଖ ପର୍ଯ୍ୟନ୍ତ 4 ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବ। ଏହି ସମୟରେ ମଧ୍ୟରେ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ଜନିତ ବର୍ଷା ହେବାକୁ ଥିବାବେଳେ ଆଉ କିଛି ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିବ। ସୋମବାର ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ଆଶଙ୍କା ଥିବା ସୂଚନା ଦେଇଛି ପାଣିପାଗ ବିଭାଗ।

ଏହାସହ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, ଅନୁଗୋଳ, କଟକ, ନୟାଗଡ଼, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ଢେଙ୍କାନାଳ ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ୧୦ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଜିଲ୍ଲା ଗୁଡ଼ିକ ହେଲା କେନ୍ଦୁଝର, ମୟୁରଭଞ୍ଜ, କୋରାପୁଟ, ଅନୁଗୋଳ, ଢେଙ୍କାନାଳ ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ଗଜପତି ଓ ରାୟଗଡା ।

ଏହା ବି ପଢନ୍ତୁ...ଫୁଲୁଛି ମହାନଦୀ, ବାହ୍ୟ ଜଗତରୁ ବିଚ୍ଛିନ୍ନ ହିରିମୂଳ ଗାଁ

ସେହିପରି ଆସନ୍ତାକାଲି ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେପଟେ ୨୦ତାରିଖରୁ ବର୍ଷାର ପରିମାଣ ବଢିବା ସହ ଭାରି ବର୍ଷାର ସମ୍ଭାବନା ରହିଛି। ଏହାସହ ୨୧ ତାରିଖରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଆସନ୍ତାକାଲିଠାରୁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆରମ୍ଭ ହୋଇଯିବ। ଅନ୍ୟପଟେ ଚଳିତ ମୌସୁମୀରେ ଜୁନ ୧ ତାରିଖରୁ ଆଜି ପର୍ଯ୍ୟନ୍ତ ୧୦୧୩ .୦୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଯାହା ସ୍ୱାଭାବିକ ବର୍ଷା ତୁଳନାରେ ୬ ପ୍ରତିଶତ ନିଅଣ୍ଟିଆ ରହିଛି। ଝାରସୁଗୁଡା ଓ ବୌଦ୍ଧ ଜିଲ୍ଲାରେ ସ୍ୱାଭାବିକଠାରୁ ଅଧିକ ବର୍ଷା ରେକର୍ଡ ହୋଇଛି । ସେହିପରି ୪ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ସହ ୨୪ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ସୂଚନା ଦେଇଛି ପାଣିପାଗ ବିଭାଗ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.