ଖୋର୍ଦ୍ଧା: ଅର୍ଦ୍ଧଦଗ୍ଧ ଅବସ୍ଥାରେ ମହିଳା ଉଦ୍ଧାର । ଶାଶୁ ଶଶୂରଙ୍କ ନିର୍ଯ୍ୟାତନା ସହି ନପାରି ଆତ୍ମହତ୍ୟା ଉଦ୍ୟମ କରିଥିବା ଅଭିଯୋଗ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲା ଆଦର୍ଶ ଥାନା ଅନ୍ତର୍ଗତ ଗୁରୁଜଙ୍ଗ ଦ୍ବାରିକା ନଗରରେ । ଗୁରୁତର ମହିଳା ଜଣକ ହେଲେ ସୌଦାମିନି ପ୍ରଧାନ।
ଦେହରେ କିରୋସିନ ଢାଳି ଆତ୍ମହତ୍ୟା ଉଦ୍ୟମ କରୁଥିବାବେଳେ, ସ୍ଥାନୀୟ ଲୋକଙ୍କ ଦ୍ବାରା ଉଦ୍ଧାର କରାଯାଇଥିଲା । ଏହାପରେ ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ପରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ସେପଟେ, ଘଟଣାସ୍ଥଳରେ ଆଦର୍ଶ ଥାନା ପୋଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି ।
ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ