ETV Bharat / state

Weather Update: ସୃଷ୍ଟି ହେଲା ଆଉ ଏକ ଲଘୁଚାପ, 2 ଦିନ ରାଜ୍ୟରେ ପ୍ରବଳ ବର୍ଷିବ !

ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ । ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା । ଅଧିକ ପଢନ୍ତୁ

author img

By

Published : Jul 29, 2023, 1:58 PM IST

heavy rainfall alert for several district of odisha

ଭୁବନେଶ୍ବର: ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ । ଉତ୍ତର ଓଡିଶା ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ଗାଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୫.୮ କିମି ଯାଏଁ ବ୍ୟାପିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ପ୍ରଦାନ କରାଯାଇଛି । ଏହାର ପ୍ରଭାବରେ ରାଜ୍ୟର ବର୍ଷା ଲାଗି ରହିବ । କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ମଧ୍ୟ ହୋଇପାରେ । ଆସନ୍ତାକାଲି( ଜୁଲାଇ 30) ଠାରୁ ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି ।

ଏହା ମଧ୍ୟ ପଢନ୍ତୁ-Weather Update: ଲଘୁଚାପ ପ୍ରଭାବରେ ଭିଜୁଛି ଓଡିଶା, ଅନୁଗୋଳରେ ସର୍ବାଧିକ ବର୍ଷା ରେକର୍ଡ

ଏସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା: ଆଜି ରାଜ୍ୟର କିଛି ଜିଲ୍ଲାରେ ଆକାଶ ମେଘାଚ୍ଛନ୍ନ ରହିବା ସହ ବର୍ଷା ଜାରି ରହିଛି । ଆସନ୍ତା 2 ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ । ଆସନ୍ତା 30 ଓ 31 ତାରିଖରେ ବର୍ଷା ଲାଗି ରହିବ । ସୁବର୍ଣ୍ଣପୁର, ‌ବୌଦ୍ଧ, ବଲାଙ୍ଗୀର, ଢେଙ୍କାନାଳ, ଅନୁଗୋଳ, ସମ୍ବଲପୁର ଓ କନ୍ଧମାଳ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏଣୁ ଏହିସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ଦେବଗଡ଼, ଯାଜପୁର, କେନ୍ଦ୍ରାପଡ଼ା,ଖୋର୍ଦ୍ଧା, ପୁରୀ ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବାରୁ ଏହିସବୁ ଜିଲ୍ଲକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଏହା ମଧ୍ୟ ପଢନ୍ତୁ-Weather update: ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆକଳନ, ବନ୍ୟା ଆଶଙ୍କା !

ଚଳିତ ବର୍ଷ ଜୁନ 1ରୁ ଜୁଲାଇ 26 ତାରିଖ ମଧ୍ୟରେ 489.0ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି । ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟର 13 ଜିଲ୍ଲାରେ ନିଅଣ୍ଟିଆ ଓ 2 ଜିଲ୍ଲାରେ ସ୍ୱାଭାବିକ ଠାରୁ କମ୍, 15 ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି । ରାଜ୍ୟରେ ଜାରି ରହିଛି ମୌସୁମୀ ବର୍ଷା । ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।

ଉତ୍ତର ଓଡିଶା ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ଗଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟାକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଯାହାର ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିବ । ଓଡିଶାକୁ ମୌସୁମୀ ଛୁଇଁବା ପରେ ସାମାନ୍ୟ ବର୍ଷା ହୋଇଥିଲା । ଜୁନ ମାସରେ ବର୍ଷା ପରିବର୍ତ୍ତେ ଟାଣ ଖରା ହୋଇଥିଲା । ଯାହାକୁ ନେଇ ଚିନ୍ତାରେ ଥିଲେ ଚାଷୀ । ଆବଶ୍ୟକୀୟ ପରିମାଣରେ ବର୍ଷା ନହେବାରୁ ଚାଷ ଜମି ଫାଟି ଆଁ କରିଥିବା ବେଳେ ମରୁଡି ଆଶଙ୍କା କରାଯାଉଥିଲା ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.