ETV Bharat / state

Odisha Weather: ଉପକୂଳରେ ଆହୁରି ୪ ଦିନ ବର୍ଷିବ, ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ - ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା

ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳରେ ଜାରି ରହିଛି କାଳବୈଶାଖୀ ଜନିତ ବର୍ଷା । ୭ ତାରିଖରେ ବର୍ଷାର ପରିମାଣ ବୃଦ୍ଧି ପାଇବ । ଅଧିକ ପଢ଼ନ୍ତୁ

rainfall expected in coastal area of odisha
ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା
author img

By

Published : Apr 5, 2023, 6:37 PM IST

ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା

ଭୁବନେଶ୍ବର: ରାଜ୍ୟରେ ଗତକାଲିଠୁ(ମଙ୍ଗଳବାର) ମୌସୁମୀ ପ୍ରଭାବ କମ ହେବା ସହ ତାପମାତ୍ରା ବୃଦ୍ଧି ପାଇଛି । ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ୱାଭାବିକ ଠାରୁ ୨ରୁ ୩ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ଭବାନୀପାଟଣାରେ ସର୍ବାଧିକ ୩୮.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ରାଜ୍ୟର କିଛି ଅଞ୍ଚଳରେ କାଳବୈଶାଖୀ ଜନିତ ବର୍ଷା ହୋଇଥିବା ବେଳେ ଗତ ୨୪ ଘଣ୍ଟାରେ ଦକ୍ଷିଣ ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇଛି । ରାୟଗଡ଼ାରେ ସର୍ବାଧିକ ବର୍ଷା ୫୮.୨ ମିମି ରେକର୍ଡ କରାଯାଇଛି ।

ଆସନ୍ତା ୨୪ ଘଣ୍ଟାରେ ଘଣ୍ଟାରେ ଉପକୂଳ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନ ରହିଛି । ଏହାକୁ ଦୃଷ୍ଟିରେ ରଖି ୬ ଜିଲ୍ଲାକୁ ୟେଲୋ ବର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଜିଲ୍ଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ ଓ କଳାହାଣ୍ଡି । ଅନ୍ୟଅଟେ କାଳ ବୈଶାଖୀ ଜନିତ ବର୍ଷା ସମ୍ଭାବନାକୁ ନେଇ ସୁନ୍ଦରଗଡ଼, କେନ୍ଦୁଝର, କୋରାପୁଟ, ମୟୂରଭଞ୍ଜ, ମାଲକାନଗିରି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ନୂଆପଡ଼ା ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ବର୍ଷା ହେବ ବୋଲି ବୋଲି ଅନୁମାନ କରିଛି ପାଣିପାଗ ବିଭାଗ । ଏହି ସମୟରେ ୩୦ରୁ ୪୦ କିମି ପବନ ବହିବାର ସମ୍ଭାବନା ରହିଛି । ଅନ୍ୟ ଜିଲ୍ଲାଗୁଡିକରେ ଶୁଖିଲା ପାଗ ରହିବ। ଅନ୍ୟପଟେ ବର୍ତ୍ତମାନ ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଉଥିବା ବେଳେ ସ୍ୱାଭାବିକଠାରୁ ୨ ରୁ ୩ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇବ ବୋଲି ସୂଚନା ଦିଆଯାଇଛି ।

ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶକ ଏଚ୍‌.ଆର ବିଶ୍ବାସ କହିଛନ୍ତି,"୭ ତାରିଖରେ ଉପକୂଳ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ , ଢେଙ୍କାନାଳ, ବୌଦ୍ଧ , ରାୟଗଡ଼ା, କନ୍ଧମାଳ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଜିଲ୍ଲାର କିଛି ସ୍ଥାନରେ ବିଜୁଳି ପ୍ରବଳ ବର୍ଷା ହେବ । ଏହି ସମୟରେ ୩୦ରୁ ୪୦ କିମି ପବନ ବହିବାର ସମ୍ଭାବନା ରହିଥିବା ବେଳେ ୧୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, କନ୍ଧମାଳ, ଗଜପତି, ମୟୂରଭଞ୍ଜ, ଢେଙ୍କାନାଳ, କୋରାପୁଟ ଓ ରାୟଗଡ଼ାକୁ ସତର୍କ ସୂଚନା ଦିଆଯାଇଛି ।"

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.