ETV Bharat / state

ଆହୁରି ଦୁଇ ଦିନ କାଳବୈଶାଖୀ, ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ - ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ରାଜ୍ୟରେ ଜାରି ରହିଛି କାଳବୈଶାଖୀ ଜନିତ ବର୍ଷା । ଆହୁରି ଦୁଇ ଦିନ ବର୍ଷିବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚିଳିକ ପାଣିପାଗ ବିଭାଗ । ଅଧିକ ପଢ଼ନ୍ତୁ

Weather update
ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା
author img

By

Published : Apr 9, 2023, 5:45 PM IST

ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା

ଭୁବନେଶ୍ବର: ରାଜ୍ୟରେ ଆହୁରି ଦୁଇଦିନ ଜାରି ରହିବ କାଳବୈଶାଖୀ ବର୍ଷା । ସକାଳେ ଅସହ୍ୟ ଗରମ ହେଉଥିବାବେଳେ ଅପରାହ୍ନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ଲାଗି ରହୁଛି । ବିଶେଷ କରି ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ପ୍ରବଳ ବର୍ଷା ହେଉଛି । କାଳବୈଶାଖୀ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତା ଦୁଇ ଦିନ ପାଇଁ ସତର୍କ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହି ସମୟରେ ପବନର ବେଗ ୪୦ରୁ ୫୦ କିମି ରହିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି ।

ଆସନ୍ତା ୨୪ ଘଣ୍ଟାରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଗଜପତି, କନ୍ଧମାଳ, ରାୟଗଡ଼ା ଓ କୋରାପୁଟ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ପୁରୀ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼ ପାଇଁ ସତର୍କ ସୂଚନା ରହିଛି ।

ଏହି ସମୟରେ ପବନର ବେଗ ୪୦ରୁ ୫୦ କିମି ପର୍ଯ୍ୟନ୍ତ ରହିବ । ସେହିପରି ୧୧ ତାରିଖରେ ମଧ୍ୟ ଉପକୂଳ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରିର କିଛି କିଛି ଅଞ୍ଚଳରେ ପ୍ରବଳ ମାତ୍ରାରେ ବର୍ଷା ହେବ । ଏନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ତେବେ ବାକି ଜିଲ୍ଲାରେ ଶୁଖିଲା ପାଗ ରହିବ ବୋଲି ପାଣିପାଗ ବିଭାଗ କହିଛି ।

୧୧ ତାରିଖ ପରେ କାଳବୈଶାଖୀର ପ୍ରଭାବ କମିବାକୁ ଲାଗିବ । ଏନେଇ ପାଣିପାଗ ବୈଜ୍ଞାନିକ ସଞ୍ଜୀବ ଦ୍ବିବେଦୀ କହିଛନ୍ତି, " ୧୧ ତାରିଖ ପରଠୁ ତାପମାତ୍ରା ସ୍ୱାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ବଢିବ ଏବଂ ରାଜ୍ୟରେ ପ୍ରବଳ ଗରମ ଅନୁଭୂତି ହେବ । ସେହି ସମୟରେ ରାଜ୍ୟରେ ଦିନ ତାପମାତ୍ରା ୪୦ ଡିଗ୍ରୀ ଛୁଇଁବ ବୋଲି ପୂର୍ବାନୁମାନ କରାଯାଉଛି ।" ଗତ ୨୪ ଘଣ୍ଟାରେ ରାଜ୍ୟର କିଛି ଅଞ୍ଚଳରେ ତାପମାତ୍ରା ବୃଦ୍ଧି ଘଟିଥିବା ବେଳେ କିଛି ଅଞ୍ଚଳରେ କାଳବୈଶାଖୀ ବର୍ଷା ହୋଇଛି । ୩୯ ଡିଗ୍ରୀରୁ ଅଧିକା କିଛି କିଛି ସ୍ଥାନରେ ତାପମାତ୍ରା ଛୁଇଁଛି । ଦକ୍ଷିଣ ଓ ଉତ୍ତର ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ହାଳୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଭୁବନରେ ସର୍ବାଧିକ ୫୮ ମିଲିମିଟର ବର୍ଷା ରେକର୍ଡ ହୋଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.