ETV Bharat / state

ରାଜ୍ୟରେ ଜାରି ରହିବ ବର୍ଷା, ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ପଶ୍ଚିମା ଝଡ ପ୍ରଭାବରେ ଉପକୂଳ ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଅଧିକ ପଢ଼ନ୍ତୁ

author img

By

Published : Mar 19, 2023, 6:27 PM IST

Updated : Mar 19, 2023, 8:58 PM IST

Weather update
Weather update
ରାଜ୍ୟରେ ଜାରି ରହିବ ବର୍ଷା

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ପଶ୍ଚିମା ଝଡ ବର୍ଷା । ଉପାନ୍ତରୁ ଉପକୂଳ ଅଞ୍ଚଳ ସବୁଆଡ଼େ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେଉଛି । ଏହାର ପ୍ରଭାବରେ ରାଜ୍ୟର ଅନ୍ୟ କେତେକ ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ସହ କୋହଲା ବା ମେଘୁଆ ପାଗ ଦେଖିବାକୁ ମିଳିଛି । ଆସନ୍ତା ୨୪ ଘଣ୍ଟାରେ କାଳବୈଶାଖୀ ବର୍ଷା ନେଇ ରାଜ୍ୟର ୧୦ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ।

ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଯାଜପୁର, ଭଦ୍ରକ, ବାଲେଶ୍ଵର, ଗଜପତି, ଗଞ୍ଜାମ, କନ୍ଧମାଳରେ ଘଡଘଡି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ ୪୦ରୁ ୫୦ କିମି ବେଗରେ ପବନ ବହିବ । ଆଗାମୀ ୨୪ ଘଣ୍ଟାରେ ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ବିଶେଷ କରି ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ ଓ ସୁନ୍ଦଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଓଡ଼ିଶା ଉପର ଦେଇ ପୂର୍ବ ରାଜସ୍ଥାନ ଓ ପଶ୍ଚିମ ମଧ୍ୟପ୍ରଦେଶ ଦେଇ ଏକ ଘୁର୍ଣ୍ଣିବଳୟ ରହିଥିବାରୁ ରାଜ୍ୟରେ ମେଘୁଆ ପାଗ ସହ ଘଡଘଡି ଜନିତ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ୧୦ ଜିଲ୍ଳାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ୨୦ ତାରିଖରେ ରାଜ୍ୟର ଅଳ୍ପ କେତୋଟି ଜିଲ୍ଲା ଯଥା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବ । ଏହାକୁ ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଗତ ୨୪ ଘଣ୍ଟା ମଧରେ ରାଜ୍ୟର ଅନେକ ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଏହି ବର୍ଷାର ରେକର୍ଡ ମୁତାବକ କୋରାପୁଟର ଜୟପୁରରେ ସର୍ବାଧିକ ୧୪୮.୮ ମିମି ରେକର୍ଡ କରାଯାଇଛି । ସେହିପରି ୩ଟି ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇଥିବାବେଳେ ୮ଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ ହୋଇଛି । ଅନ୍ୟପଟେ ୨୧ ତାରିଖଠାରୁ ଧୀରେଧୀରେ ପାଗରେ ପରିବର୍ତ୍ତନ ହେବ ଏବଂ ପଶ୍ଚିମା ଝଡର ପ୍ରଭାବ କମିବା ସହ ଖରା ବଢିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଝଡ ବର୍ଷାର ପ୍ରଭାବ ପରେ ପୁଣି ତାପମାତ୍ରା ବଢିବ । ସ୍ୱାଭାବିକଠାରୁ ୩ରୁ ୪ ଡିଗ୍ରୀ ବଢିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି ।

ଇଟିଭି ଭାରତ, ଭୁବନେଶ୍ବର

Last Updated : Mar 19, 2023, 8:58 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.