ETV Bharat / state

Weather Update: ଆହୁରି ୩ ଦିନ ବର୍ଷିବ, ୧୧ରୁ ବଢିବ ତାପମାତ୍ରା - ଜାରି ରହିଛି କାଳବୈଶାଖୀ ବର୍ଷା

ରାଜ୍ୟରେ ଆହୁରି ତିନି ଦିନ ଜାରି ରହିବ କାଳବୈଶାଖୀ ବର୍ଷା । ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ । ଅଧିକ ପଢ଼ନ୍ତୁ

Weather update
ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା
author img

By

Published : Apr 8, 2023, 4:52 PM IST

ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି କାଳବୈଶାଖୀ ଜନିତ ବର୍ଷା । ବର୍ତ୍ତମାନର ପାଣିପାଗ ନିୟାମକ ଅନୁସାରେ ଆଗାମୀ ୩ ଦିନ ଯାଏ ଖରା ପ୍ରଭାବ ସହ କାଳବୈଶାଖୀ ବର୍ଷା ଲାଗି ରହିବ । ଆସନ୍ତା ୨୪ ଘଣ୍ଟାରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ବିଜୁଳି, ଘଡ଼ଘଡ଼ି ସହ ୩୦ ରୁ ୪୦ କିମି ବେଗରେ ପବନ ବହିବ । ଆସନ୍ତାକାଲି କାଳବୈଶାଖୀ ବର୍ଷ ହେବା ନେଇ ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

ରାଜ୍ୟରେ ଆହୁରି ତିନି ଦିନ କାଳବୈଶାଖୀର ପ୍ରଭାବ ଜାରି ରହିବ । ତେଣୁ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ । ପଶ୍ଚିମ ଓଡ଼ିଶାର ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ସମେତ ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବରରେ ପ୍ରବଳ ମାତ୍ରାରେ ବର୍ଷା ହେବା ନେଇ ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟରେ ପବନର ବେଗ ୩୦ରୁ ୪୦ କିମି ରହିବ । କାଳବୈଶାଖୀ ବର୍ଷା ନେଇ ପାଣିପାଗ ବିଭାଗ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

୧୧ ତାରିଖରୁ ରାଜ୍ୟରେ କାଳବୈଶାଖୀର ପ୍ରଭାବ କମିବ । ଆଗାମୀ ୩ ରୁ ୪ ଦିନ ଯାଏଁ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନଥିବାବେଳେ ପରବର୍ତ୍ତୀ ସମୟରେ ଏଥିରେ ୨ ରୁ ୩ ଡ଼ିଗ୍ରୀ ଯାଏଁ ବୃଦ୍ଧି ସମ୍ଭାବନା ରହିଛି । ସେହି ସମୟରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । କାଳବୈଶାଖୀ ବର୍ଷାର ପ୍ରଭାବ କମିବ କମିଲେ ପଶ୍ଚିମରୁ ଶୁଷ୍କ ଓ ଉତ୍ତପ୍ତ ବାୟୁ ପ୍ରଭାବିତ ହେବାକୁ ଥିବାବେଳେ ତାପମାତ୍ରା ବଢିବ । ବର୍ଦ୍ଧିତ ତାପମାତ୍ରାକୁ ନେଇ ରାଜ୍ୟରେ ତାତି ବଢିବ ।

ଏନେଇ ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାସ କହିଛନ୍ତି, "ଗତ ୨୪ ଘଣ୍ଟାରେ ରାଜ୍ୟର କିଛି ଅଞ୍ଚଳରେ ତାପମାତ୍ରା ବୃଦ୍ଧି ଘଟିଥିବା ବେଳେ କିଛି ଅଞ୍ଚଳରେ କାଳ ବୈଶାଖୀ ବର୍ଷା ହୋଇଛି । କିଛି କିଛି ସ୍ଥାନରେ ତାପମାତ୍ରା ୩୯ ଡିଗ୍ରୀରୁ ଅଧିକ ଛୁଇଁଛି । ଝାରସୁଗୁଡ଼ା ଓ ରାଉରକେଲାରେ ସର୍ବାଧିକ ତାପମାତ୍ରା ୩୯.୪ ଡିଗ୍ରୀ ରେକର୍ଡ କରାଯାଇଛି । ଭୁବନେଶ୍ୱରରେ ୩୭.୧ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ସେହିପରି ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲା କାଶୀପୁରରେ ସର୍ବାଧିକ ୧୦ ମିମି ବର୍ଷା ରେକର୍ଡ କରାଯାଇଛି ।"

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.