ETV Bharat / state

ଶ୍ରୀଗୁଣ୍ଡିଚାରୁ କାର୍ଯ୍ୟକ୍ଷମ ହେବ ବାଗଚୀ-ଶ୍ରୀଶଙ୍କର କ୍ୟାନ୍ସର ହସ୍ପିଟାଲ - ବାଗଚୀ ଶ୍ରୀ ଶଙ୍କର ହସ୍ପିଟାଲ ପରିଦର୍ଶନ କଲେ ସଚିବ ଦଳ

ଆସନ୍ତା ଶ୍ରୀଗୁଣ୍ଡିଚାରୁ ବାଗଚୀ-ଶ୍ରୀଶଙ୍କର କ୍ୟାନ୍ସର ହସ୍ପିଟାଲରେ ଆରମ୍ଭ ହେବ ରୋଗୀ ସେବା । ଅଧିକ ପଢ଼ନ୍ତୁ

Bagchi Sri Shankar Cancer Hospital
ବାଗଚୀ ଶ୍ରୀ ଶଙ୍କର କ୍ୟାନ୍ସର ହସ୍ପିଟାଲ
author img

By

Published : Apr 12, 2023, 10:47 PM IST

ଭୁବନେଶ୍ବର: ସ୍ୱାସ୍ଥ୍ୟ ସେବା କ୍ଷେତ୍ର ଲାଗି ଖୁସିର ଖବର । ବିଶେଷ କରି କ୍ୟାନ୍ସର ପୀଡ଼ିତଙ୍କ ଦୂର ହେବ ଚିନ୍ତା । ଆସନ୍ତା ଶ୍ରୀଗୁଣ୍ଡିଚାରୁ ବାଗଚୀ-ଶ୍ରୀଶଙ୍କର କ୍ୟାନ୍ସର ହସ୍ପିଟାଲରେ ଆରମ୍ଭ ହେବ ରୋଗୀ ସେବା । ବାଗଚୀ-ଶ୍ରୀଶଙ୍କର କ୍ୟାନ୍ସର ହସ୍ପିଟାଲ ଏବଂ ଗବେଷଣା କେନ୍ଦ୍ର ପରିଦର୍ଶନ କରିଛନ୍ତି ଉଚ୍ଚସ୍ତରୀୟ ବରିଷ୍ଠ ସଚିବ ଦଳ । ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ, ୫-ଟି ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନ ଭୁବନେଶ୍ୱର ଇନଫୋଭ୍ୟାଲି-୨ ସ୍ଥିତ ବାଗଚୀ-ଶ୍ରୀଶଙ୍କର କ୍ୟାନ୍ସର ହସ୍ପିଟାଲ ଓ ଗବେଷଣା କେନ୍ଦ୍ର ପରିଦର୍ଶନ କରିଛନ୍ତି । ହସ୍ପିଟାଲର ପ୍ରତିଷ୍ଠାତା ଡ. ସାଇନାଥଙ୍କ ସହ ହସ୍ପିଟାଲର ନିର୍ମାଣ ଓ ପ୍ରସ୍ତୁତି ସମ୍ପର୍କରେ ବହୁ ସମୟ ଧରି ଆଲୋଚନା କରିଛନ୍ତି ।

ବାଗଚୀ-ଶ୍ରୀ ଶଙ୍କର କ୍ୟାନ୍ସର ହସ୍ପିଟାଲ ଏବଂ ଗବେଷଣା କେନ୍ଦ୍ର ପରିଦର୍ଶନ ସମୟରେ ଉଚ୍ଚସ୍ତରୀୟ ବରିଷ୍ଠ ସଚିବ ଦଳ ଡାକ୍ତରଖାନାର ସମସ୍ତ ବିଭାଗ ବୁଲି ଦେଖିଛନ୍ତି । ବର୍ତ୍ତମାନ ତଳ ଫ୍ଲୋର ବ୍ୟତୀତ ଏଠାରେ ୬ ମହଲା ବିଶିଷ୍ଟ କୋଠା ନିର୍ମାଣ ହୋଇଛି । ପ୍ରତି ଫ୍ଲୋର ୧୫ ହଜାର ବର୍ଗ ଫୁଟ ରହିଛି । ଏହି ଡାକ୍ତରଖାନାରେ ଡାକ୍ତର, ରୋଗୀ ତଥା ସେମାନଙ୍କ ଆଟେଣ୍ଡାଣ୍ଟ ଆଦିଙ୍କ ଯାତାୟତ ପାଇଁ ଯଥେଷ୍ଟ ସ୍ଥାନ ରହିଛି । ଓଡ଼ିଶା ସରକାର, ଆର୍କିଟେକ୍ଟ ଓ ସବୁ ମହଲରୁ ସହଯୋଗ ଯୋଗୁଁ ଡାକ୍ତରଖାନା କାର୍ଯ୍ୟ ସଫଳତାର ସହ ଆରମ୍ଭ ହେବାକୁ ଯାଉଛି । ଏଠାରେ କର୍କଟ ରୋଗ ଚିକିତ୍ସା ସମ୍ପର୍କିତ ମେଡକାଲ ଅଂକୋଲୋଜି, ରେଡିଏସନ ଅଂକୋଲୋଜି, ସର୍ଜିକାଲ ଅଂକୋଲୋଜି ଆଦି ବିଭିନ୍ନ ବିଭାଗ ପ୍ରସ୍ତୁତ କରାଯାଉଛି । ଏହି ଡାକ୍ତରଖାନା ଦ୍ୱାରା ଆଗାମୀ ଦିନରେ ଓଡ଼ିଶା ସମେତ ପଶ୍ଚିମବଙ୍ଗ, ଝାରଖଣ୍ଡ, ଛତିଶଗଡ଼ ଆଦି ପଡ଼ୋଶୀ ରାଜ୍ୟର କର୍କଟ ରୋଗୀ ଚିକିତ୍ସା ପାଇବେ ବୋଲି ସୂଚନା ମିଳିଛି ।

ଡାକ୍ତରଖାନା ତରଫରୁ ଡଃ ସାଇନାଥ ଏହାର ପ୍ରସ୍ତୁତି ସଂପର୍କରେ ସୂଚନା କହିଛନ୍ତି ଯେ, "ମାତ୍ର ଏକ ବର୍ଷ ତିନି ମାସ ମଧ୍ୟରେ ଏହି ଡାକ୍ତରଖାନାର ନିର୍ମାଣ କାର୍ଯ୍ୟ ଶେଷ ହୋଇଛି । ରାଜ୍ୟ ସରକାର ଏହି କ୍ୟାନ୍ସର ହସ୍ପିଟାଲ ସ୍ଥାପନ ଲାଗି ଆମକୁ ଉତ୍ସାହିତ କରିବା ଏବଂ ରାଜ୍ୟ ସରକାରଙ୍କ ସହଯୋଗ ଯୋଗୁଁ ଏହା ସମ୍ଭବ ହୋଇପାରିଛି । ପ୍ରଥମେ ଦୂରତା ଓ ଆନୁଷଙ୍ଗିକ ଆବଶ୍ୟକତା ଦୃଷ୍ଟିରୁ ଏଠାରେ ଡାକ୍ତରଖାନା ସ୍ଥାପନ ପାଇଁ କୁଣ୍ଠିତ ଥିଲୁ । କିନ୍ତୁ ଓଡ଼ିଶାରେ ଏକ ଅତ୍ୟାଧୁନିକ କ୍ୟାନ୍ସର ହସ୍ପିଟାଲ ପ୍ରତିଷ୍ଠା କରିବାର ଲକ୍ଷ୍ୟ ଏବଂ ଓଡ଼ିଶାବାସୀଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବାରେ ପ୍ରତିବଦ୍ଧତା ଏ ଦିଗରେ ଆମକୁ ଉତ୍ସାହିତ କରିଥିଲା । ୨୦ ଏକର ପରିମିତ ଜାଗା ଆମକୁ ବିନା ଅସୁବିଧାରେ ମିଳିଥିଲା । ମୁଖ୍ୟମନ୍ତ୍ରୀ ଏଠାରେ ୭୫୦ ଶଯ୍ୟା ବିଶିଷ୍ଟ ଡାକ୍ତରଖାନା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଯାହାକି ପୂରଣ ହେବାକୁ ଯାଉଛି ।"

ପୂର୍ବ ପ୍ରସ୍ତୁତି ଅନୁସାରେ ଆଗାମୀ ରଥଯାତ୍ରା ଦିନରୁ ପ୍ରଥମ ରୋଗୀଙ୍କୁ ଡାକ୍ତରଖାନାରେ ଗ୍ରହଣ କରି ଚିକିତ୍ସା ଆରମ୍ଭ କରିବୁ ବୋଲି ସୁବ୍ରତ ବାଗଚୀ କହିଛନ୍ତି । ଏହି ହସ୍ପିଟାଲରେ ରୋଗୀମାନେ ଯେପରି ସୁବିଧାରେ ଚିକିତ୍ସା ପାଇବେ, ସେଥିପ୍ରତି ସମସ୍ତ ପ୍ରକାର ଧ୍ୟାନ ଦିଆଯାଉଥିବା ସେ କହିଛନ୍ତି । ଏହି ପରିଦର୍ଶନ ସମୟରେ ମିଶନ ଶକ୍ତି ବିଭାଗ କମିଶନର ତଥା ଶାସନ ସଚିବ ସୁଜାତା କାର୍ତ୍ତିକେୟନ, ସ୍ୱାସ୍ଥ୍ୟ ବିଭାଗ କମିଶନର ତଥା ଶାସନ ସଚିବ ଶାଳିନୀ ପଣ୍ଡିତ, ସୁବ୍ରତୋ ବାଗଚୀଙ୍କ ସହ ଧର୍ମିଣୀ ତଥା ମୋ ସ୍କୁଲ ଅଭିଯାନର ଅଧ୍ୟକ୍ଷା ସୁସ୍ମିତା ବାଗଚୀ ଉପସ୍ଥିତ ଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.