ETV Bharat / state

ସ୍ତ୍ରୀକୁ ହତ୍ୟା କରି ଥାନାରେ ସ୍ବାମୀର ଆତ୍ମସମର୍ପଣ

ଖୋର୍ଦ୍ଧା ବାଣପୁର ବ୍ଲକ ଅନ୍ତର୍ଗତ ନରେନ୍ଦ୍ରପୁର ପଞ୍ଚାୟତର ନରେନ୍ଦ୍ରପୁର ଗାଁରେ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ତ୍ରୀକୁ ହତ୍ୟା କରିବା ପରେ ଅଭିଯୁକ୍ତ ସ୍ବାମୀ ବୁଲା ପ୍ରଧାନ ବାଣପୁର ଥାନାରେ ଆତ୍ମସମର୍ପଣ କରିଛି। ଅଧିକ ଖବର ପଢନ୍ତୁ...

author img

By

Published : Jul 12, 2020, 7:07 PM IST

ସ୍ତ୍ରୀକୁ ହତ୍ୟା କରି ଥାନାରେ ପହଞ୍ଚିଲା ସ୍ବାମୀ

ଖୋର୍ଦ୍ଧା: ବାଣପୁର ବ୍ଲକ ଅନ୍ତର୍ଗତ ନରେନ୍ଦ୍ରପୁର ପଞ୍ଚାୟତର ନରେନ୍ଦ୍ରପୁର ଗାଁରେ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ତ୍ରୀକୁ ହତ୍ୟା କରିବା ପରେ ଅଭିଯୁକ୍ତ ସ୍ବାମୀ ବୁଲା ପ୍ରଧାନ ବାଣପୁର ଥାନାରେ ଆତ୍ମସମର୍ପଣ କରିଛି। ମୃତ ମହିଳା ଜଣକ ହେଲେ ରୋଜାଲିନ୍ ପ୍ରଧାନ।

ମିଳିଥିବା ସୂଚନା ଅନୁସାରେ, ନରେନ୍ଦ୍ରପୁର ଗ୍ରାମର ଚିତ୍ତରଞ୍ଜନ ପ୍ରଧାନଙ୍କ ପୁଅ ବୁଲା ପ୍ରଧାନ 8 ବର୍ଷ ତଳେ ପ୍ରେମ ବିବାହ କରିଥିଲେ । କିନ୍ତୁ ବିବାହ ପରଠାରୁ ବୁଲା ତାଙ୍କ ପତ୍ନୀଙ୍କୁ ଉଭୟ ଶାରୀରିକ ଏବଂ ମାନସିକ ନିର୍ଯାତନା ଦେବାସହ ତାଙ୍କୁ ଜୀବନରୁ ମାରିଦେବା ପାଇଁ ଧମକ ଦେଉଥିଲେ ବୋଲି ଅଭିଯୋଗ କରିଛନ୍ତି ରୋଜାଲିନଙ୍କ ସମ୍ପର୍କୀୟ ପିଉସୀ ଶାନ୍ତିଲତା ଦଳେଇ ।

ଏପରିକି ବୁଲା ପ୍ରଧାନ ରୋଜାଲିନ୍‌ଙ୍କୁ ମାରି ତାଙ୍କ ଶାଳୀକୁ ବିବାହ କରି ତାଙ୍କ ଘରର ସମସ୍ତ ସମ୍ପତ୍ତି ହଡପ କରିବା ଭଳି ସାଙ୍ଘାତିକ ଅଭିଯୋଗ ଆଣିଛନ୍ତି ଶାନ୍ତିଲତା ଦଳେଇ। ଏହି ଘଟଣାକୁ ନେଇ ରୋଜାଲିନ ପୂର୍ବରୁ ବହୁଥର ନିଜ ପରିବାର ଲୋକଙ୍କୁ ଏବଂ ବାଣପୁର ଥାନାରେ ଅଭିଯୋଗ କରିଆସୁଥଲେ ।

ମାତ୍ର ଶନିବାର ଉଭୟେ ବାଣପୁର ଥାନାଧିକାରୀଙ୍କୁ ଲିଖିତ ଆକାରରେ ମିଳିମିଶି ଚଳିବା ପାଇଁ ସହମତି ପ୍ରକାଶ କରି ସନ୍ଧ୍ୟାରେ ଦୁଇଜଣ ନିଜ ଘରକୁ ଫେରିଥିଲେ । ହେଲେ ରାତିରେ ସ୍ବାମୀ ବୁଲା ପ୍ରଧାନ ତାଙ୍କ ସ୍ତ୍ରୀ ରୋଜାଲିନ ପ୍ରଧାନଙ୍କୁ ଗାମୁଛାରେ ତଣ୍ଟିକୁ ଚିପି ମାରିଦେବାପରେ ଆଜି ସକାଳେ ବାଣପୁର ଥାନାରେ ନିଜେ ହତ୍ୟାକୁ ସ୍ବୀକାର କରି ପୋଲିସ ନିକଟରେ ଆତ୍ମସମର୍ପଣ କରିଛି ।

ଘଟଣାସ୍ଥଳରେ ଖୋର୍ଦ୍ଧା ଜିଲ୍ଲା ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବାଣପୁର ଥାନା ଅଧିକାରୀ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି ।

ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.