ETV Bharat / state

ଲଗାତାର ଲଘୁଚାପ ଆଣିବ ବଡ଼ ବର୍ଷା: 24ରୁ ଆହୁରି ବର୍ଷିବ, ଦକ୍ଷିଣ ଓଡିଶାକୁ ଆଲର୍ଟ

author img

By

Published : Jul 21, 2023, 7:28 PM IST

ସକ୍ରିୟ ଥିବା ଲଘୁଚାପ ପ୍ରଭାବରେ ବର୍ଷା ଜାରି ରହିଥିବାବେଳେ ୨୪ ତାରିଖରେ ସୃଷ୍ଟି ହେବ ଆଉ ଏକ ଲଘୁଚାପକ୍ଷେତ୍ର । ଦକ୍ଷିଣ ଓଡ଼ିଶାରେ ଏହାର ପ୍ରଭାବ ଅଧିକ ରହିବା ନେଇ ଆକଳନ କରାଯାଇଛି । ଅଧିକ ପଢନ୍ତୁ

24ରୁ ପୁଣି ଏକ ଲଘୁଚାପ
24ରୁ ପୁଣି ଏକ ଲଘୁଚାପ
24ରୁ ପୁଣି ଏକ ଲଘୁଚାପ

ଭୁବନେଶ୍ବର: ପୁଣି ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ସକ୍ରିୟ ଥିବା ଲଘୁଚାପ ପ୍ରଭାବରେ ବର୍ଷା ଜାରି ରହିଥିବାବେଳେ ୨୪ ତାରିଖରେ ସୃଷ୍ଟି ହେବ ଆଉ ଏକ ଲଘୁଚାପକ୍ଷେତ୍ର । ଫଳରେ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ଥିବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଆଜି ଦକ୍ଷିଣ-ଓଡିଶା ପାର୍ଶ୍ୱବର୍ତ୍ତୀ ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳ ଏବଂ ପାର୍ଶ୍ୱବର୍ତ୍ତୀ ଉତ୍ତର-ପଶ୍ଚିମ ତତ୍‌-ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ କେନ୍ଦ୍ରୀଭୂତ ହୋଇରହିଛି ।

ଉତ୍ତର-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ଓଡ଼ିଶା ଉପକୂଳରେ ଏହି ଲଘୁଚାପ ସୃଷ୍ଟି ହୋଇଥିଲା । ଏହାସହ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳର ୭.୬ କିଲୋମିଟର ଉଚ୍ଚତା ଯାଏଁ ବ୍ୟାପିଛି । ଧୀରେଧୀରେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଆଗାମୀ ଦୁଇଦିନ ଯାଏଁ ଗତି କରିବା ସହ ଉତ୍ତର-ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶାକୁ ଅତିକ୍ରମ କରିବା ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଆଜି ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗ ଆକଳନ କରିଥିଲା । ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର ଆଦି 4 ଜିଲ୍ଲାକୁ ପାଣିପାଗ ବିଭାଗ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି । ସେହିପରି ମାଲକାନାଗିରି, କୋରାପୁଟ, କନ୍ଧମାଳ, ରାୟଗଡା, ବରଗଡ଼, ସମ୍ବଲପୁର, ଦେଓଗଡ଼, କେନ୍ଦୁଝର, ମୟୁରଭଞ୍ଜ, ସୋନପୁର, ବାଲେଶ୍ଵର ଆଦି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣି ଜାରି ହୋଇଛି ।

ଅଧିକ ପଢନ୍ତୁ...ସତର୍କ କରାଇଲେ ଡାକବାଜି: ହୀରାକୁଦରୁ ଛଡାଯିବ ବର୍ଷର ପ୍ରଥମ ବନ୍ୟା ଜଳ, ପ୍ରଶାସନ ପ୍ରସ୍ତୁତ

ଏଥିସହ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଆସନ୍ତା ୨୪ ତାରିଖରେ ସୃଷ୍ଟି ହେବ ଆଉ ଏକ ଲଘୁଚାପକ୍ଷେତ୍ର । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହେବ ବୋଲି ଅନୁମାନ କରାଯାଉଛି । ଏହି ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ତେବେ ଚଳିତ ମୌସୁମୀ ଋତୁରେ, ୧ ଜୁନ୍‌ରୁ ୨୧ ଜୁଲାଇ ମଧ୍ୟରେ ୩୭୨.୧ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଯାହା ସ୍ୱାଭାବିକ ବର୍ଷା ୪୩୪.୧ ମିଲିମିଟର ତୁଳନାରେ ୧୪ ପ୍ରତିଶତ କମ୍ ରହିଥିବା ଜଣାପଡିଛି । ୬୪୨.୪ ମିଲିମିଟର ସହ ମାଲକାନଗିରିରେ ସର୍ବାଧିକ ୪୧% ଅଧିକ ବର୍ଷା ରେକର୍ଡ ହୋଇଛି । ଏହାସହ ମୟୁରଭଞ୍ଜ ଜିଲ୍ଲାରେ ୨୬୦.୬ ମିଲିମିଟର ସହ ସର୍ବନିମ୍ନ ୪୫% କମ୍ ବର୍ଷା ରେକର୍ଡ ହୋଇଥିବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ଲଗାତାର ସୃଷ୍ଟି ହେଉଥିବା ଲଘୁଚାପ ନିଅଣ୍ଟିଆ ବର୍ଷାର ଭରଣା କରିବ ବୋଲି ଆଶା କରାଯାଉଛି।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.