ETV Bharat / state

ଛାତ୍ରଛାତ୍ରୀଙ୍କର ଦକ୍ଷତା ବିକାଶ ଓ ଗବେଷଣାକୁ ଗୁରୁତ୍ୱ - higher education in odisha

ଛାତ୍ରଛାତ୍ରୀଙ୍କର ଦକ୍ଷତା ବିକାଶ ଓ ଗବେଷଣାକୁ ଗୁରୁତ୍ବ । ଅଷ୍ଟ୍ରେଲିଆ ପ୍ରତିନିଧିଙ୍କ ସହ ଆଲୋଚନା କଲେ ରାଜ୍ୟର ସମସ୍ତେ ସରକାରୀ ବିଶ୍ବବିଦ୍ୟାଳୟର କୁଳପତି । ଅଧିକ ପଢନ୍ତୁ

ଛାତ୍ରଛାତ୍ରୀଙ୍କର ଦକ୍ଷତା ବିକାଶ ଓ ଗବେଷଣାକୁ ଗୁରୁତ୍ୱ

author img

By

Published : Dec 13, 2022, 7:55 AM IST

ଭୁବନେଶ୍ବର: ଛାତ୍ରଛାତ୍ରୀଙ୍କର ଦକ୍ଷତା ବିକାଶ ଓ ଗବେଷଣାକୁ ଗୁରୁତ୍ବ । ଅଷ୍ଟ୍ରେଲିଆ ପ୍ରତିନିଧିଙ୍କ ସହ ଆଲୋଚନା କଲେ ରାଜ୍ୟର ସମସ୍ତ ସରକାରୀ ବିଶ୍ବବିଦ୍ୟାଳୟର କୁଳପତି । ବର୍ତ୍ତମାନ ରାଜ୍ୟରେ ଥିବା ସରକାରୀ ବିଶ୍ବବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କର ଦକ୍ଷତା ବିକାଶ କରାଯିବା ପାଇଁ ଉଚ୍ଚଶିକ୍ଷା ବିଭାଗ ଗୁରୁତ୍ବାରୋପ କରିଛି । ଏଥିପାଇଁ ବିଭିନ୍ନ ପ୍ରକ୍ରିୟା ଆରମ୍ଭ କରାଯାଇଛି । ଏହି ପରିପ୍ରେକ୍ଷୀରେ ଭୁବନେଶ୍ବରରେ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀଙ୍କ ଉପସ୍ଥିତିରେ ମିନିଷ୍ଟର କାଉନ୍‌ସିଲ୍‌ର (ଶିକ୍ଷା ଓ ଗବେଷଣା) ଅଷ୍ଟ୍ରେଲିଆ ମି.ମାଥ୍ୟୁ ଜନ୍‌ଷ୍ଟନ, ଡାଇକିନ୍‌ ବିଶ୍ବବିଦ୍ୟାଳୟର କୁଳପତି ପ୍ର. ଇୟାନ୍‌ ମାର୍ଟିନ୍‌ ଏବଂ ମି. ଡାନିଏଲ୍‌ ସିମ୍‌ (ଡେପୁଟି କନ୍‌ସୁଲେଟ୍‌ ଜେନେରାଲ୍‌), ଅଷ୍ଟ୍ରେଲିଆନ୍‌ କନ୍‌ସୁଲେଟ୍‌ ଜେନେରାଲ୍‌, କୋଲକାତାଙ୍କ ମିଳିତ ପ୍ରତିନିଧିଙ୍କ ସହ ଓଡ଼ିଶାର ବିଭିନ୍ନ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦକ୍ଷତା ଓ ସୃଜନଶୀଳତାର ବିକାଶ ପାଇଁ ସହଯୋଗର ନକ୍ସା ସମସ୍ତ ବିଶ୍ୱବିଦ୍ୟାଳୟର କୁଳପତିମାନଙ୍କ ନିକଟରେ ଉପସ୍ଥାପିତ କରିଛନ୍ତି ।

ଅଷ୍ଟ୍ରେଲିଆର ବିଭିନ୍ନ ବିଶ୍ବବିଦ୍ୟାଳୟଗୁଡ଼ିକର ଉଚ୍ଚଶିକ୍ଷାର ସମ୍ପୂର୍ଣ୍ଣ ଚିତ୍ର ତଥା ବିଶ୍ବରେ ଗବେଷଣା କ୍ଷେତ୍ରରେ ଉପଲବ୍ଧି କରିଥିବା ପ୍ରସିଦ୍ଧିର ତଥ୍ୟ ଶିକ୍ଷାବିତ୍‌ମାନେ ଅବଗତ କରିଛନ୍ତି । ଅନ୍ୟପକ୍ଷରେ ଛାତ୍ରଛାତ୍ରୀମାନେ ଦକ୍ଷ ହେବା ଜରୁରୀ । ଚାକିରି ନଖୋଜି ଚାକିରି ପ୍ରଦାନକାରୀ ହୋଇପାରିବେ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ କହିଛନ୍ତି । ସହଯୋଗଭିତ୍ତିକ ଶିକ୍ଷା ପ୍ରଦାନରେ ଓଡ଼ିଶାର ଛାତ୍ରଛାତ୍ରୀମାନେ ପରିବର୍ତ୍ତନଶୀଳ ଶିକ୍ଷା ବ୍ୟବସ୍ଥାରେ ସମ୍ବଳ ବନିପାରିବା ସହ ଆନ୍ତର୍ଜାତିକ ସ୍ତରରେ ଗବେଷଣାରେ ପ୍ରସିଦ୍ଧି ଲାଭ କରିପାରିବେ ବୋଲି କହିଛନ୍ତି।

ସେହିପରି ଉଚ୍ଚଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ, ଓଡ଼ିଶା ରାଜ୍ୟ ଉଚ୍ଚଶିକ୍ଷା କାଉନ୍‌ସିଲର (ଓଏସ୍‌ଏଚ୍‌ଇସି) ଉପାଧ୍ୟକ୍ଷ ପ୍ରଫେସର ଅଶୋକ ଦାସଙ୍କ ସମେତ ସମସ୍ତ ସରକାରୀ ବିଶ୍ବବିଦ୍ୟାଳୟର କୁଳପତିମାନେ ଏଥିରେ ଉପସ୍ଥିତ ରହିଥିଲେ ।

ଇଟିଭି ଭାରତ , ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.