ଖୋର୍ଦ୍ଧା: ଗତ 28 ତାରିଖ ସନ୍ଧ୍ୟାରେ ଭୁବନେଶ୍ବର ଏସପ୍ଲାନେଡ ମଲରେ କାର୍ଯ୍ୟରତ ଜେଣେ ମହିଳା ସାମ୍ବାଦିକା ଏବଂ ତାଙ୍କ କ୍ୟାମେରା ମ୍ୟାନଙ୍କୁ ସଂଘବଦ୍ଧ ଆକ୍ରମଣ ଘଟଣାକୁ ନେଇ ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ମାନେ ନିନ୍ଦା କରିଛନ୍ତି ।
ଏହି ପରିପ୍ରେକ୍ଷୀରେ ସୋମବାର ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସାମ୍ବାଦିକ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟରେ ଏକତ୍ରିତ ହୋଇ ରାଜ୍ୟରେ ସମ୍ବାଦିକ ସୁରକ୍ଷା ଆଇନ ଦାବି କରିଥିଲେ । ଏହାସହ କାର୍ଯ୍ୟରତ ସାମ୍ବାଦିକାଙ୍କ ଉପରେ ହୋଇଥିବା ଆକ୍ରମଣରେ ସମ୍ପୃକ୍ତ ଥିବା ଦୋଷୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି କରି ଏକ ଶୋଭାଯାତ୍ରାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି ।
ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ