ETV Bharat / state

ଆଜି ଉତ୍କଳ ବିଶ୍ବବିଦ୍ୟାଳୟରେ ନୂଆ-ଓ କାର୍ଯ୍ୟକ୍ରମ ଆରମ୍ଭ

Juba Odisha Nabin Odisha: ଆଜି ଉତ୍କଳ ବିଶ୍ବବିଦ୍ୟାଳୟରେ ଆରମ୍ଭ ହେବ ‘ନୂଆ-ଓ’ କାର୍ଯ୍ୟକ୍ରମ । ଏହି କାର୍ଯ୍ୟକ୍ରମ ଅନ୍ତର୍ଗତ ବିଶ୍ବବିଦ୍ୟାଳୟରେ ବିଭିନ୍ନ ସାଂସ୍କୃତିକ, ସାମାଜିକ ଓ କ୍ରୀଡ଼ା ପ୍ରତିଯୋଗିତା ଆୟୋଜିତ ହେବ । ଅଧିକ ପଢନ୍ତୁ

ଉତ୍କଳ ବିଶ୍ବବିଦ୍ୟାଳୟରେ ନୂଆ-ଓ କାର୍ଯ୍ୟକ୍ରମ
ଉତ୍କଳ ବିଶ୍ବବିଦ୍ୟାଳୟରେ ନୂଆ-ଓ କାର୍ଯ୍ୟକ୍ରମ
author img

By ETV Bharat Odisha Team

Published : Dec 15, 2023, 12:30 PM IST

ଭୁବନେଶ୍ବର: ଓଡ଼ିଶାର ଯୁବପିଢ଼ିମାନଙ୍କୁ ସଂଗଠିତ କରିବା ଏବଂ ସେମାନଙ୍କ ସଶକ୍ତିକରଣ ଦିଗରେ ଓଡ଼ିଶା ସରକାରଙ୍କ ପକ୍ଷରୁ ଅନେକ ପଦକ୍ଷେପ ନିଆଯାଉଛି । ନୂତନ ଉନ୍ନତ ଅଭିଳାଶ ଓଡ଼ିଶା ବା ନୂଆ-ଓ’ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଏହାର ଏକ ଅଂଶବିଶେଷ । ଆଜି(ଶୁକ୍ରବାର) ଉତ୍କଳ ବିଶ୍ବବିଦ୍ୟାଳୟରେ ଏହି ନୂଆ-ଓ କାର୍ଯ୍ୟକ୍ରମ ଆରମ୍ଭ ହେବାକୁ ଯାଉଛି । ଏହା ଅନ୍ତର୍ଗତ ବିଶ୍ବବିଦ୍ୟାଳୟରେ ବିଭିନ୍ନ ସାମାଜିକ, ସାଂସ୍କୃତିକ ଓ କ୍ରୀଡ଼ା ପ୍ରତିଯୋଗିତା ଆୟୋଜିତ ହେବ । ଏହି ପ୍ରତିଯୋଗିତା ଆଜିଠାରୁ ଆରମ୍ଭ ହୋଇ ଡିସେମ୍ବର ୨୦ ତାରିଖ ଯାଏଁ ଚାଲିବ ।

ଏହା ବ୍ୟତୀତ ଉତ୍କଳ ବିଶ୍ବବିଦ୍ୟାଳୟରେ ଓଡ଼ିଆ ଓ ଇଂରାଜୀ ବକ୍ତୃତା, ଚିତ୍ରକଳା, ଯୋଗ, ସଡ଼କ ନିରାପତ୍ତା କ୍ଷୁଦ୍ର ସଚେତନତା ନାଟକ, ନିଶା ନିବାରଣ ସଚେତନତା ଅଭିଯାନ, ଫୁଟବଲ, ଭଲିବଲ, ଚେସ୍, ବ୍ୟାଡମିଣ୍ଟନ, କ୍ୟାରମ, ଝୋଟି, ସଙ୍ଗୀତ, ନୃତ୍ୟ, ଏକକ ଅଭିନୟ ସହିତ ୧୦୦, ୨୦୦ ଓ ୪୦୦ ମିଟର ପ୍ରତିଯୋଗିତା ସାଙ୍ଗକୁ ଉଚ୍ଚ ଡିଆଁ, ଲମ୍ବ ଡିଆଁ, ସଟଫୁଟ ଥ୍ରୋ, ଜାଭେଲିନ ଥ୍ରୋ, ଡିସକସ ଥ୍ରୋ ଓ ଟଗ ୱାର ଆଦି ପ୍ରତିଯୋଗିତା ଅନୁଷ୍ଠିତ ହେବ । ରାଜ୍ୟ ସରକାରଙ୍କ ନୂଆ-ଓ କାର୍ଯ୍ୟକ୍ରମ ମାଧ୍ୟମରେ ଛାତ୍ରଛାତ୍ରୀ ସେମାନଙ୍କ ଦକ୍ଷତା ପ୍ରଦର୍ଶିତ କରିପାରିବେ । ଏହାଦ୍ବାରା ସେମାନଙ୍କ ମଧ୍ୟରେ ଥିବା ଅନେକ ଲୁକ୍କାୟିତ ପ୍ରତିଭା ଲୋକଲୋଚନକୁ ଆସିପାରିବ ବୋଲି ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ ପ୍ରକାଶ କରିଛନ୍ତି ।

ଏହା ମଧ୍ୟ ପଢନ୍ତୁ: କୋରାପୁଟ ସରକାରୀ କଲେଜରେ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ

ଏହା ମଧ୍ୟ ପଢନ୍ତୁ: ଅଭିଯୋଗ ସହ ସରିଲା ମୋ ଓଡିଶା ନବୀନ ଓଡିଶା ଗ୍ରାମୀଣ ପ୍ରକଳ୍ପ ଘୋଷଣା

ଏଠାରେ ଉଲ୍ଲେଖଯୋଗ୍ୟ ଯେ, ରାଜ୍ୟରେ ଅନେକ କଲେଜ ଓ ମହାବିଦ୍ୟାଳୟରେ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଚାଲୁ ରହିଛି । ଏହି କାର୍ଯ୍ୟକ୍ରମ ଡିସେମ୍ବର ଶେଷ ସୁଦ୍ଧା ଜାରି ରହିବ । ଛାତ୍ରଛାତ୍ରୀଙ୍କ ଦକ୍ଷତା ବିକାଶ ପାଇଁ ରାଜ୍ୟ ସରକାର ଏଭଳି କାର୍ଯ୍ୟକ୍ରମ ହାତକୁ ନେଇଛି । ଯାହା ଫଳରେ ପିଲାମାନେ ପାଠ ପଢ଼ିବା ସହିତ ଅନ୍ୟାନ୍ୟ କ୍ଷେତ୍ରରେ ମଧ୍ୟ ସେମାନଙ୍କ ଦକ୍ଷତା ବିକାଶ ହୋଇପାରିବ । ଭବିଷ୍ୟତରେ ପିଲାମାନେ ଯେଭଳି ଭାବରେ ନିଜର ଦକ୍ଷତା ବିକାଶ କରିବା ସଙ୍ଗେ ସଙ୍ଗେ କୁଶଳୀ ହୋଇପାରିବେ ସେନେଇ ପଦକ୍ଷେପ ନିଆଯାଉଛି । ନୂଆ-ଓ’ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅଧିନରେ ରାଜ୍ୟରେ ସମସ୍ତ ମହାବିଦ୍ୟାଳୟରେ ସାଂସ୍କୃତିକ ସାମାଜିକ ଓ କ୍ରୀଡ଼ା ପ୍ରତିଯୋଗିତା କରାଯାଉଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.