ETV Bharat / state

ଚାଷୀଙ୍କ ଖାତାକୁ ଗଲା କାଳିଆ ସହାୟତା: ୮୭୭ କୋଟି ଖର୍ଚ୍ଚ, ୪୩ ଲକ୍ଷ ପରିବାର ଉପକୃତ

ପବିତ୍ର ଉତ୍କଳ ଦିବସ ଅବସରରେ ଚାଷୀ ଭାଇ ଭଉଣୀଙ୍କୁ କାଳିଆ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କହିଲେ ଚାଷୀଙ୍କ କଲ୍ଯାଣ ସହ ରାଜ୍ୟର ବିକାଶ ଯୋଡି ହୋଇ ରହିଛି । ଅଧିକ ପଢ଼ନ୍ତୁ

author img

By

Published : Apr 1, 2023, 8:09 PM IST

ଚାଷୀଙ୍କ ଖାତାକୁ ଗଲା କାଳିଆ ସହାୟତା
ଚାଷୀଙ୍କ ଖାତାକୁ ଗଲା କାଳିଆ ସହାୟତା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପବିତ୍ର ଉତ୍କଳ ଦିବସ ଅବସରରେ ଚାଷୀ ଭାଇ ଭଉଣୀଙ୍କୁ କାଳିଆ ସହାୟତା ପ୍ରଦାନ କରିଛନ୍ତି । ଚଳିତ ଖରିଫ ଋତୁରେ ଚାଷ କାମ ପାଇଁ ଏହି ସହାୟତା ଦିଆଯାଇଛି । ୪୩ ଲକ୍ଷରୁ ଅଧିକ ଚାଷୀଙ୍କ ବ୍ଯାଙ୍କ ଖାତାକୁ ୮୭୭ କୋଟି ଟଙ୍କା ସହାୟତା ଦିଆଯାଇଛି । ଏନେଇ ମୁଖ୍ୟମନ୍ତ୍ରୀ ଚାଷୀମାନଙ୍କୁ ଉତ୍କଳ ଦିବସର ଅଭିନନ୍ଦନ ଜଣାଇବା ସହିତ ଚାଷୀଙ୍କ କଲ୍ଯାଣ ସହ ରାଜ୍ୟର ବିକାଶ ଯୋଡି ହୋଇ ରହିଛି ବୋଲି କହିଛନ୍ତି । ତେଣୁ ଆଜିର ପବିତ୍ର ଦିନରେ କାଳିଆ ସହାୟତା ପ୍ରଦାନ କରି ଆମେ ନୂଆ ଅର୍ଥିକ ବର୍ଷ ଆରମ୍ଭ କଲୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଓଡ଼ିଶା ଆଜି ଖାଦ୍ୟଶସ୍ୟ ଉତ୍ପାଦନରେ ଆତ୍ମନିର୍ଭର ହେବା ସହିତ ଦେଶର ଖାଦ୍ୟ ଭଣ୍ଡାରକୁ ଅନ୍ନ ଯୋଗାଇ ପାରୁଛି । ଏହି ଗୌରବର ଶ୍ରେୟ ରାଜ୍ୟର ଲକ୍ଷ ଲକ୍ଷ ଚାଷୀ ଭାଇ ଭଉଣୀଙ୍କର ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ଚାଷର ଉନ୍ନତି ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ନେଇଛନ୍ତି । ମୁଖ୍ୟମନ୍ତ୍ରୀ ସେମାନଙ୍କୁ କୃଷିରେ ଅଧିକ ମେସିନ ଓ ଆଧୁନିକ ଯନ୍ତ୍ରପାତି ବ୍ୟବହାର କରିବା ପାଇଁ ପରାମର୍ଶ ଦେଇଛନ୍ତି । ରାଜ୍ୟରେ ପୁଷ୍ଟି ଯୁକ୍ତ ଖାଦ୍ୟର ଉତ୍ପାଦନ ବୃଦ୍ଧି ଓ ଚାଷୀଙ୍କ ରୋଜଗାରରେ ଉନ୍ନତି ପାଇଁ ରାଜ୍ୟ ସରକାର ଅନେକ ଶସ୍ୟ ଭିତ୍ତିକ ମିଶନ କାର୍ଯ୍ୟକରୀ କରୁଛନ୍ତି । ଚାଷୀଙ୍କୁ ଫସଲ ବିବିଧକରଣ ଉପରେ ଗୁରୁତ୍ଵ ଦେବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ କହିଛନ୍ତି, "କାଳିଆ ଯୋଜନା ଚାଷୀ ମାନଙ୍କୁ ଆତ୍ମ ନିର୍ଭର କରିଛି । ଚାଷ ପାଇଁ ଧାର ଉଧାରରୁ ମୁକ୍ତି ମିଳିବା ସହିତ ଚାଷୀଙ୍କ ମନୋବଳ ବୃଦ୍ଧି ପାଇଛି ।" ମାଲକାନଗିରିର ଗୋପୀନାଥ ପାଙ୍ଗି, ପୁରୀ ଜିଲ୍ଲା ପିପିଲିର ସୁଲୋଚନା ନାୟକ, ବରଗଡର ଦିପାଞ୍ଜଳୀ ପ୍ରମୁଖ କାଳିଆ ସହାୟତା ସମ୍ପର୍କରେ ସେମାନଙ୍କ ମତାମତ ରଖିଛନ୍ତି । ଏହାଦ୍ବାରା ସେମାନଙ୍କ ଜୀବନରେ ଆସିଥିବା ପରିବର୍ତ୍ତନ ଉପରେ ନିଜର ମତାମତ ଦେଇଛନ୍ତି ।

ସେହିଭଳି ଗଞ୍ଜାମ ଜିଲ୍ଲାର କୁକୁଡ଼ାଖଣ୍ଡି ବ୍ଲକର କାଳିଆ ବୃତ୍ତି ଲାଭ କରିଥିବା କିରଣ କୁମାର ସାହୁ କିପରି ଏହି ସହାୟତା ଦ୍ଵାରା ସେ ଆଜି ବ୍ରହ୍ମପୁର MKCG Medical Collegeରେ ଡାକ୍ତରୀ ପାଠ ପଢିବା ପାଇଁ ସୁଯୋଗ ପାଇଛନ୍ତି ସେ ବିଷୟରେ ବର୍ଣ୍ଣନା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭିକେ ପଣ୍ଡିଆନ୍ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । କାର୍ଯ୍ୟକ୍ରମରେ କାଳିଆ ଯୋଜନାର ଉପଦେଷ୍ଟା, ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ ପ୍ରମୁଖ ଉପସ୍ଥିତ ଥିଲେ । କୃଷି ବିଭାଗ ପ୍ରମୁଖ ଶାସନ ସଚିବ ଅରବିନ୍ଦ ପାଢ଼ୀ ସ୍ବାଗତ ଭାଷଣ ଦେଇଥିବାବେଳେ କୃଷି ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଛନ୍ତି । ଝାରସୁଗୁଡ଼ା ବ୍ୟତୀତ ରାଜ୍ୟର ସବୁ ଅଞ୍ଚଳର କୃଷକ ମାନେ କାଳିଆ ସହାୟତା ପାଇଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.