ଖୋର୍ଦ୍ଧା: କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ ଅନୀଲ ସାମଲ ବୁଧବାର ଖୋର୍ଦ୍ଧା ଜିଲ୍ଲା ଗସ୍ତ କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସମୀକ୍ଷା ବୈଠକ କରିଛନ୍ତି । ଏଥିରେ ସରକାରଙ୍କ '5ଟି' ନୀତି ଏବଂ ବିଭିନ୍ନ ସରକାରୀ ଯୋଜନା କିପରି ଜିଲ୍ଲାରେ କାର୍ଯ୍ୟକାରୀ ହେଉଛି, ସେ ନେଇ ଜିଲ୍ଲାର ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିବା ସହ ତଦନ୍ତ କରିଛନ୍ତି ।
ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ଖଣି ଖଦାନରୁ କିପରି ଅଧିକ ରାଜସ୍ବ ଆଦାୟ ହୋଇପାରିବ, ସେ ନେଇ ଜିଲ୍ଲାପାଳଙ୍କ ସହ ଆଲୋଚନା କରି ଏକ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରାଯାଇଛି । ଜିଲ୍ଲାରେ ସମସ୍ତ ସରକାରୀ ଯୋଜନା ଠିକ୍ ରୂପେ କାର୍ଯ୍ୟ ସମନ୍ଵୟ ହୋଇଥିବା ଆରଡିସି କହିଛନ୍ତି । ଏହି ବୈଠକରେ ଜିଲ୍ଲାପାଳ ସିତାଂଶୁ ରାଉତଙ୍କ ସହ ଜିଲ୍ଲାର ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ଥିଲେ ।
ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ